ବିଦ୍ୟାଳୟରେ ବିବାହ ଉତ୍ସବ ପାଇଁ ଅନୁମତି ଦେଇ ଅଡ଼ୁଆରେ ପ୍ରଧାନ ଶିକ୍ଷକ

ଭଣ୍ଡାରିପୋଖରୀ,୧୬ା୭(ରାଜେନ୍ଦ୍ର ଶତପଥୀ):ବିଦ୍ୟାଳୟ ପରିସରରେ ଏକ ବିବାହ ଉତ୍ସବକୁ ଅନୁମତି ଦେଇ ଅଡ଼ୁଆରେ ପଡ଼ିଛନ୍ତି ପ୍ରଧାନ ଶିକ୍ଷକ। ଏନେଇ ଅଭିଯୋଗ ପରେ ବ୍ଲକ ଶିକ୍ଷା ଅଧିକାରୀ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅଧୀନ ବନ୍ଦାଳୋ-ମଢ଼ିଆଳି ପଞ୍ଚାୟତର ବଳିପୁର ସରକାରୀ ପ୍ରାଥମିକ ଓ ସୁବର୍ଣ୍ଣମୁଖୀ ଉ.ପ୍ରା. ବିଦ୍ୟାଳୟରେ ଏଭଳି ଘଟଣା ଦେଖିବାକୁ ମିଳିଛି।
ସୂଚନା ଅନୁଯାୟୀ, ଏହି ପଞ୍ଚାୟତ ଅଧୀନ ଖପୁରିଆପଦା ଗ୍ରାମର ଜଣେ ବ୍ୟକ୍ତିଙ୍କ ପୁଅ ବାହାଘର ରବିବାର ଥିଲା। କନ୍ୟାଙ୍କ ମାମୁଘର ବଳିପୁର ଗ୍ରାମରେ ହୋଇଥିବାରୁ ବରଯାତ୍ରୀ ଏଠାକୁ ଆସିଥିଲେ। ରବିବାର ଛୁଟି ଥିବାରୁ ଫାଟକ ଓ ଶ୍ରେଣୀଗୃହ ଚାବି ନେଇ ବିଦ୍ୟାଳୟ ପରିସରରେ ବିବାହ ବେଦି ସହ ଭୋଜିଭାତ ହୋଇଥିଲା। ସୋମବାର ସକାଳୁ ବରକନ୍ୟା ବିଦା ହେବା ପରେ ସ୍କୁଲ ପରିସରରେ କୁଢ଼ କୁଢ଼ ଅଳିଆ ଆବର୍ଜନା ଜମା ହୋଇଥିଲା। ଏହା ସ୍ଥାନୀୟ ଲୋକଙ୍କ ଦୃଷ୍ଟିକୁ ଆସିବା ପରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ନିକଟରେ ଏନେଇ ଅଭିଯୋଗ କରାଯାଇଛି। ଏଭଳି କାର୍ଯ୍ୟ ଗ୍ରହଣୀୟ ନୁହେଁ ବୋଲି କହିବା ସହ ବିଇଓ ଅଧୀର କୁମାର ତରାଇ ସାତଶୋଳା ଶିକ୍ଷା ସଂଯୋଜକଙ୍କଠାରୁ ରିପୋର୍ଟ ତଲବ କରିଛନ୍ତି। ବିଦ୍ୟାଳୟ ଫାଟକ ଚାବି ପରିଚାଳନା ପରିଷଦ ସଭାପତିଙ୍କ ପାଖରେ ରହୁଥିବାରୁ ଗ୍ରାମବାସୀ ବିବାହ ଉତ୍ସବ ପାଇଁ ନେଇଥାଇପାରନ୍ତି ବୋଲି ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ବାରିକ କହିଛନ୍ତି। କିନ୍ତୁ ବିବାହ ଉତ୍ସବରେ ବିଦ୍ୟାଳୟ ଶ୍ରେଣୀଗୃହ ବ୍ୟବହାର ହୋଇଥିବାରୁ ଏହାର ଚାବିି ପ୍ରଧାନ ଶିକ୍ଷକଙ୍କ ବିନା ଅନୁମତିରେ କିପରି ହସ୍ତାନ୍ତର କଲେ ବୋଲି ଅଭିଯୋଗକାରୀ ପ୍ରଶ୍ନ ଉଠାଇଛନ୍ତି। ସୋମବାର ବାହୁଡ଼ାଯାତ୍ରା ଛୁଟି ଥିବାରୁ ମଙ୍ଗଳବାର ବିଦ୍ୟାଳୟକୁ ଯାଇ ତଦନ୍ତ କରିବେ ବୋଲି ଶିକ୍ଷା ସଂଯୋଜିକା କୁସୁମଲତା ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri