କ୍ଷେତ୍ର ପରିଦର୍ଶନ କଲେ ପ୍ରମୁଖ ଶାସନ ସଚିବ

କେନ୍ଦୁଝର, ୨୦।୪(ସ୍ବ.ପ୍ର.) ଓଡିଶା ସରକାରଙ୍କ ଗ୍ରାମ ଉନ୍ନୟନ, ଶକ୍ତି, ସୂଚନା ଓ ଲୋକ ସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ତଥା ଜି.ଏସ୍‌.ଟି. କମିଶନର ସଞ୍ଜୟ କୁମାର ସିଂହ ତିନିଦିନିଆ କେନ୍ଦୁଝର ଜିଲା ଗସ୍ତରେ ଆସି କ୍ଷେତ୍ର ପରିଦର୍ଶନ କରିବା ସହ ବିଭିନ୍ନ ଉନ୍ନୟନ କାର୍ଯ୍ୟକ୍ରମ ଓ ପ୍ରକଳ୍ପର ଅଗ୍ରଗତି ତଦାରଖ କରିବା ସହ ସମୀକ୍ଷା କରିଛନ୍ତି।

ଗୁରୁବାର ସକାଳେ ସର୍କିଟ୍‌ ହାଉସ୍‌ଠାରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ଜିଲ୍ଲାପାଳ ଆଶିଷ ଠାକରେଙ୍କ ଉପସ୍ଥିତିରେ ବିଭିନ୍ନ ବିଭାଗୀୟ କାର୍ଯ୍ୟକ୍ରମର ସମୀକ୍ଷା କରାଯାଇଥିଲା। ପରେପରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ଚମ୍ପୁଆ ବ୍ଲକ୍‌ ଅନ୍ତର୍ଗତ ଉଚ୍ଚବାଲି ଗ୍ରାମ ଗସ୍ତ କରି ସେଠାରେ ବିଜୁ ସେତୁ ଯୋଜନାରେ ବୈତରଣୀ ନଦୀ ଉପରେ ୨୦୬୦.୨୬ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମାଣାଧିନ ପୋଲର (ଉଚ୍ଚବାଲିରୁ ଉତରପଶି ରୋଡ୍‌ ଭାୟା ପଦ୍ମପୁର) ନିର୍ମାଣ କାର୍ଯ୍ୟ ତଦାରଖ କରିଥିଲେ। ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିିଥିବାରୁ ଆଗାମୀ ମେ’ ସୁଦ୍ଧା ପୋଲର ସମସ୍ତ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଗ୍ରାମ ଉନ୍ନୟନ ବିଭାଗର କର୍ମକର୍ତ୍ତା ଓ ଠିକା ସଂସ୍ଥାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ସେତୁ ନିର୍ମାଣ ଫଳରେ କେନ୍ଦୁଝର ଜିଲାର ୧୦ଟି ପଞ୍ଚାୟତ ଏବଂ ମୟୂରଭଞ୍ଜ ଜିଲାର ସାତଟି ପଞ୍ଚାୟତ ଅଞ୍ଚଳର ଜନସାଧାରଣ ଗମନାଗମନ ଓ ପରିବହନ କ୍ଷେତ୍ରରେ ବହୁମାତ୍ରାରେ ଉପକୃତ ହୋଇପାରିବେ।
ପ୍ରତ୍ୟେକ ପ୍ରକଳ୍ପ ସ୍ଥଳରେ ବଡ ଆକାରର ସୂଚନା ଫଳକ ଲଗାଇବାକୁ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ନିର୍ଦ୍ଦେଶ ଦେଇଥିଲେ । ଡି.ଏମ୍‌.ଏଫ୍‌. ଓ ଓମ୍ବାଡିସି ଅନୁଦାନରେ ହାତକୁ ନିଆଯାଇଥିବା ପ୍ରକଳ୍ପଗୁଡିକର ପାଞ୍ଚବର୍ଷ ପର୍ଯ୍ୟନ୍ତ ମରାମତି ଓ ରକ୍ଷଣାବେକ୍ଷଣ ଖର୍ଚ୍ଚ ଅଟକଳରେ ଅନ୍ତର୍ଭୁକ୍ତ କରିବା ଉପରେ ଗୁରୁତ୍ୱାରୋପ କରି ଏ ଦିଗରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା ଏବଂ ମୁଖ୍ୟମନ୍ତ୍ରୀ ସଡକ ଯୋଜନା ଅନ୍ତର୍ଗତ ଗାଇଡ୍‌ଲାଇନ୍‌ସ୍‌ ଅନୁଯାୟୀ ଜିଲାପାଳଙ୍କ ନିକଟକୁ ପ୍ରସ୍ତାବ ପଠାଇବା ପାଇଁ ବିଭାଗୀୟ କତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହ ଗ୍ରାମ ଉନ୍ନୟନ ବିଭାଗ ଦ୍ୱାରା ଡି.ଏମ୍‌.ଏଫ୍‌. ଓ ଓମ୍ବାଡିସି ଅନୁଦାନରେ ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ଉନ୍ନୟନ ଦୃଷ୍ଟିରୁ ବିଭାଗର କାର୍ଯ୍ୟଭାର ବଢୁଥିବାରୁ ଡ୍ରାଫ୍ଟ ମ୍ୟାନ୍‌ ନିଯୁକ୍ତି ପ୍ରସ୍ତାବ ଜିଲାପାଳଙ୍କ ନିକଟକୁ ପଠାଇବାକୁ ନିର୍ଦ୍ଦେଶ ଦେଇଥିଲେ।
ଜିଲାପାଳ ଆଶିଷ ଠାକରେ ଗ୍ରାମ ଉନ୍ନୟନ ବିଭାଗ ଜରିଆରେ ଡି.ଏମ୍‌.ଏଫ୍‌. ଓ ଓମ୍ବାଡିସି ଅନୁଦାନରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ ପ୍ରମୁଖ ଶାସନ ସଚିବଙ୍କୁ ଅବଗତ କରାଇଥିଲେ। ପ୍ରମୁଖ ଶାସନ ସଚିବଙ୍କ ଉକ୍ତ ତଦାରଖ ଓ ସମୀକ୍ଷା ସମୟରେ ଗ୍ରାମ ଉନ୍ନୟନ ବିଭାଗର ଚିଫ୍‌ କନ୍‌ଷ୍ଟ୍ରକସନ୍‌ ଇଞ୍ଜିନିୟର ଏନ୍‌.ଭି. ହରିହର, ଇଞ୍ଜିନିୟର ଇନ୍‌ ଚିଫ ଇଂ ପ୍ରଦୀପ ଚନ୍ଦ୍ର ସାମଲ, ଚିଫ୍‌ ଇଞ୍ଜିନିୟର ବ୍ରିଜ୍‌ ରମେଶ ଚନ୍ଦ୍ର ବେହେରା, ଅଧିକ୍ଷଣ ଯନ୍ତ୍ରୀ ସରୋଜ କୁମାର ପାଢୀ, ଅଧିକ୍ଷଣ ଯନ୍ତ୍ରୀ ବିନୋଦ ବିହାରୀ ଦାଶ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri