କ୍ଷେତ୍ର ପରିଦର୍ଶନ କଲେ ପ୍ରମୁଖ ଶାସନ ସଚିବ

କେନ୍ଦୁଝର, ୨୦।୪(ସ୍ବ.ପ୍ର.) ଓଡିଶା ସରକାରଙ୍କ ଗ୍ରାମ ଉନ୍ନୟନ, ଶକ୍ତି, ସୂଚନା ଓ ଲୋକ ସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ତଥା ଜି.ଏସ୍‌.ଟି. କମିଶନର ସଞ୍ଜୟ କୁମାର ସିଂହ ତିନିଦିନିଆ କେନ୍ଦୁଝର ଜିଲା ଗସ୍ତରେ ଆସି କ୍ଷେତ୍ର ପରିଦର୍ଶନ କରିବା ସହ ବିଭିନ୍ନ ଉନ୍ନୟନ କାର୍ଯ୍ୟକ୍ରମ ଓ ପ୍ରକଳ୍ପର ଅଗ୍ରଗତି ତଦାରଖ କରିବା ସହ ସମୀକ୍ଷା କରିଛନ୍ତି।

ଗୁରୁବାର ସକାଳେ ସର୍କିଟ୍‌ ହାଉସ୍‌ଠାରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ଜିଲ୍ଲାପାଳ ଆଶିଷ ଠାକରେଙ୍କ ଉପସ୍ଥିତିରେ ବିଭିନ୍ନ ବିଭାଗୀୟ କାର୍ଯ୍ୟକ୍ରମର ସମୀକ୍ଷା କରାଯାଇଥିଲା। ପରେପରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ଚମ୍ପୁଆ ବ୍ଲକ୍‌ ଅନ୍ତର୍ଗତ ଉଚ୍ଚବାଲି ଗ୍ରାମ ଗସ୍ତ କରି ସେଠାରେ ବିଜୁ ସେତୁ ଯୋଜନାରେ ବୈତରଣୀ ନଦୀ ଉପରେ ୨୦୬୦.୨୬ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମାଣାଧିନ ପୋଲର (ଉଚ୍ଚବାଲିରୁ ଉତରପଶି ରୋଡ୍‌ ଭାୟା ପଦ୍ମପୁର) ନିର୍ମାଣ କାର୍ଯ୍ୟ ତଦାରଖ କରିଥିଲେ। ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିିଥିବାରୁ ଆଗାମୀ ମେ’ ସୁଦ୍ଧା ପୋଲର ସମସ୍ତ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଗ୍ରାମ ଉନ୍ନୟନ ବିଭାଗର କର୍ମକର୍ତ୍ତା ଓ ଠିକା ସଂସ୍ଥାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ସେତୁ ନିର୍ମାଣ ଫଳରେ କେନ୍ଦୁଝର ଜିଲାର ୧୦ଟି ପଞ୍ଚାୟତ ଏବଂ ମୟୂରଭଞ୍ଜ ଜିଲାର ସାତଟି ପଞ୍ଚାୟତ ଅଞ୍ଚଳର ଜନସାଧାରଣ ଗମନାଗମନ ଓ ପରିବହନ କ୍ଷେତ୍ରରେ ବହୁମାତ୍ରାରେ ଉପକୃତ ହୋଇପାରିବେ।
ପ୍ରତ୍ୟେକ ପ୍ରକଳ୍ପ ସ୍ଥଳରେ ବଡ ଆକାରର ସୂଚନା ଫଳକ ଲଗାଇବାକୁ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ନିର୍ଦ୍ଦେଶ ଦେଇଥିଲେ । ଡି.ଏମ୍‌.ଏଫ୍‌. ଓ ଓମ୍ବାଡିସି ଅନୁଦାନରେ ହାତକୁ ନିଆଯାଇଥିବା ପ୍ରକଳ୍ପଗୁଡିକର ପାଞ୍ଚବର୍ଷ ପର୍ଯ୍ୟନ୍ତ ମରାମତି ଓ ରକ୍ଷଣାବେକ୍ଷଣ ଖର୍ଚ୍ଚ ଅଟକଳରେ ଅନ୍ତର୍ଭୁକ୍ତ କରିବା ଉପରେ ଗୁରୁତ୍ୱାରୋପ କରି ଏ ଦିଗରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା ଏବଂ ମୁଖ୍ୟମନ୍ତ୍ରୀ ସଡକ ଯୋଜନା ଅନ୍ତର୍ଗତ ଗାଇଡ୍‌ଲାଇନ୍‌ସ୍‌ ଅନୁଯାୟୀ ଜିଲାପାଳଙ୍କ ନିକଟକୁ ପ୍ରସ୍ତାବ ପଠାଇବା ପାଇଁ ବିଭାଗୀୟ କତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହ ଗ୍ରାମ ଉନ୍ନୟନ ବିଭାଗ ଦ୍ୱାରା ଡି.ଏମ୍‌.ଏଫ୍‌. ଓ ଓମ୍ବାଡିସି ଅନୁଦାନରେ ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ଉନ୍ନୟନ ଦୃଷ୍ଟିରୁ ବିଭାଗର କାର୍ଯ୍ୟଭାର ବଢୁଥିବାରୁ ଡ୍ରାଫ୍ଟ ମ୍ୟାନ୍‌ ନିଯୁକ୍ତି ପ୍ରସ୍ତାବ ଜିଲାପାଳଙ୍କ ନିକଟକୁ ପଠାଇବାକୁ ନିର୍ଦ୍ଦେଶ ଦେଇଥିଲେ।
ଜିଲାପାଳ ଆଶିଷ ଠାକରେ ଗ୍ରାମ ଉନ୍ନୟନ ବିଭାଗ ଜରିଆରେ ଡି.ଏମ୍‌.ଏଫ୍‌. ଓ ଓମ୍ବାଡିସି ଅନୁଦାନରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ ପ୍ରମୁଖ ଶାସନ ସଚିବଙ୍କୁ ଅବଗତ କରାଇଥିଲେ। ପ୍ରମୁଖ ଶାସନ ସଚିବଙ୍କ ଉକ୍ତ ତଦାରଖ ଓ ସମୀକ୍ଷା ସମୟରେ ଗ୍ରାମ ଉନ୍ନୟନ ବିଭାଗର ଚିଫ୍‌ କନ୍‌ଷ୍ଟ୍ରକସନ୍‌ ଇଞ୍ଜିନିୟର ଏନ୍‌.ଭି. ହରିହର, ଇଞ୍ଜିନିୟର ଇନ୍‌ ଚିଫ ଇଂ ପ୍ରଦୀପ ଚନ୍ଦ୍ର ସାମଲ, ଚିଫ୍‌ ଇଞ୍ଜିନିୟର ବ୍ରିଜ୍‌ ରମେଶ ଚନ୍ଦ୍ର ବେହେରା, ଅଧିକ୍ଷଣ ଯନ୍ତ୍ରୀ ସରୋଜ କୁମାର ପାଢୀ, ଅଧିକ୍ଷଣ ଯନ୍ତ୍ରୀ ବିନୋଦ ବିହାରୀ ଦାଶ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri