କଲେଜ ପରିସରରେ ଅଧ୍ୟକ୍ଷ, କର୍ମଚାରୀଙ୍କ ମାରପିଟ୍‌, ଭିଡିଓ ଭାଇରାଲ

ବାଲେଶ୍ୱର,୧୪ା୯(ମାନସ ବିଶ୍ୱାଳ): ପାଣି ମଟର ଚଲାଇବାକୁ କେନ୍ଦ୍ର କରି କଲେଜ ପରିସରରେ ଅଧ୍ୟକ୍ଷ ଏବଂ କର୍ମଚାରୀଙ୍କ ମଧ୍ୟରେ ମାରପିଟ୍‌ ହୋଇଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ଅମର୍ଦ୍ଦା ରୋଡ୍‌ସ୍ଥିତ ସିଦ୍ଧେଶ୍ୱର କଲେଜରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଏହି କଲେଜର ଭାରପ୍ରାପ୍ତ ଅଧ୍ୟକ୍ଷଙ୍କ ମାଡ଼ରେ ଜଣେ କର୍ମଚାରୀ ଆହତ ହୋଇଥିବା ଅଭିଯୋଗ ହୋଇଛି।

ସୂଚନାନୁଯାୟୀ, ଗୁରୁବାର ସକାଳେ କଲେଜ ପାଣି ଟାଙ୍କିରେ ପାଣି ଭର୍ତ୍ତି କରିବା ପାଇଁ କଲେଜର ଭାରପ୍ରାପ୍ତ ଅଧ୍ୟକ୍ଷ ଦୀପ୍ତିଭୂଷଣ କାନୁନ୍‌ଗୋ ଏବଂ ଇଲେକ୍କ୍ରିସିଆନ କୃଷ୍ଣ ପ୍ରସାଦ ସୁରଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ଏହି ବଚସା ଉଗ୍ରରୂପ ଧାରଣ କରିଥିଲା। ଉଭୟଙ୍କ ମଧ୍ୟରେ ଗଣ୍ତଗୋଳ ହେବା ସହ ଅଧ୍ୟକ୍ଷଙ୍କ ମାଡ଼ରେ ଇଲେକ୍ଟ୍ରିସିଆନ କୃଷ୍ଣ ଆହତ ହୋଇଥିବା ଅଭିଯୋଗ କରିଛନ୍ତି। ତେବେ ଏହି ମାରପିଟ୍‌ର ଭିଡିଓ ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଏହି ଘଟଣା ଏବେ ସମଗ୍ର ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

୩ ରାଶିଙ୍କ ପାଇଁ ଚନ୍ଦ୍ର ଗ୍ରହଣ ଶୁଭ! କାଲିଠୁ ଅଚାନକ ବଢିବ ଇନକମ, ଅଜଣା ଲୋକ ଦେବେ ସରପ୍ରାଇଜ

୨୮ ଅଗଷ୍ଟ ୨୦୨୬ରେ କୁମ୍ଭ ରାଶିରେ ଚନ୍ଦ୍ରଗ୍ରହଣ ଘଟିବ। ଏହାର ପ୍ରଭାବ ତିନୋଟି ରାଶି ପାଇଁ ଲାଭଦାୟକ ହୋଇପାରେ, ଯାହା ସେମାନଙ୍କ କ୍ୟାରିଅର, ଆର୍ଥିକ ଓ ଅଟକି…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ,…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri