ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ,ବଦଳିଲେ ଶିକ୍ଷୟିତ୍ରୀ

ଉଦଳା,୧୭ା୧(ଡି.ଏନ୍‌.ଏ.): ଛାତ ଉପରକୁ କାଠ ଆଣିବାକୁ ଯାଇଥିବା ବେଳେ ପାହାଚରୁ ଖସି ଜଣେ ଛାତ୍ରଙ୍କ ଗୋଡ଼ ଭାଙ୍ଗିବା ଘଟଣାରେ ଶିକ୍ଷା ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦାୟିତ୍ୱରେ ଅବହେଳା ପାଇଁ ପ୍ରଧାନଶିକ୍ଷୟିତ୍ରୀ ମଙ୍ଗଳା ନାଏକଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଥିବା ବେଳେ ଅନ୍ୟ ଜଣେ ଶିକ୍ଷୟିତ୍ରୀ ସୁମି ମାରାଣ୍ଡିଙ୍କୁ ବଦଳି କରାଯାଇଥିବା ଉଦଳା ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ରମାକାନ୍ତ ମହାନ୍ତି ସୂଚନା ଦେଇଛନ୍ତି। ପ୍ରକାଶ ଯେ, ଗତ ୧୨ ତାରିଖରେ ଉଦଳା ଶିକ୍ଷା ଜିଲା ଅଧୀନ ବୈରାଟପୁର ସରକାରୀ ପ୍ରାଥମିକ ବିଦ୍ୟାଳୟର ପଞ୍ଚମ ଶ୍ରେଣୀ ଛାତ୍ର ଉଦିତ କୁମାର ବିନ୍ଧାଣୀ ବିଦ୍ୟାଳୟ ଛାତ ଉପରକୁ କାଠ ଆଣିବାକୁ ଯାଉଥିବା ବେଳେ ପାହାଚରୁ ଖସି ଗୁରୁତର ହୋଇଥିଲେ। ତାଙ୍କର ଗୋଡ଼ ଭାଙ୍ଗି ଯାଇଥିବା ବେଳେ ଶରୀରରେ କ୍ଷତ ସୃଷ୍ଟି ହୋଇଥିଲା। ଛାତ୍ରଙ୍କ ପରିବାର ସଦସ୍ୟଙ୍କୁ ଘଟଣା ବାବଦରେ ଜଣାଇ ପ୍ରଧାନ ଶିକ୍ଷୟିତ୍ରୀ ନିଜ କାମ ସାରି ଦେଇଥିଲେ। ପରିବାର ଲୋକେ ଗୁରୁତର ଉଦିତଙ୍କୁ ଚିକିତ୍ସା ନିମନ୍ତେ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ମଧ୍ୟ ବିଦ୍ୟାଳୟ କର୍ର୍ତ୍ତୃପକ୍ଷ ସେଠାରେ ପହଞ୍ଚତ୍ ନ ଥିଲେ। ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ସୋମବାର ଆହତ ଛାତ୍ରଙ୍କ ପରିବାର ଲୋକଙ୍କ ସମେତ ଗ୍ରାମବାସୀ ବିଦ୍ୟାଳୟରେ ତାଲା ପକାଇ ଧାରଣାରେ ବସିଥିଲେ। ଦୀର୍ଘ ସମୟ ଧରି ଧାରଣାରେ ବସିବା ପରେ ବିଇଓ ମହାନ୍ତି ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri