ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ପ୍ରେମ ନିବେଦନ: ମେସେଜ୍‌ କରି କହିଲେ ଯଦି ତୁମେ…

ବୋଲଗଡ଼,୧୦ା୧୨(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ କରିବା ଏବଂ ଏକଥା ଅନ୍ୟକାହାକୁ ଜଣାଇଲେ ଚାକିରିରୁ ବହିଷ୍କାର ସହ ଜୀବନ ବରବାଦ କରିଦେବାର ଧମକ ଦେଇଥିବା ଥାନାରେ ଅଭିଯୋଗ ହୋଇଛି। ଏନେଇ ସମ୍ପୃକ୍ତ ଅଧ୍ୟାପିକାଙ୍କ ବାପାଙ୍କ ଅଭିଯୋଗକ୍ରମେ ବୋଲଗଡ଼ ପୋଲିସ ଏକ ମାମଲା (ନଂ.୩୧୦/୨୫) ରୁଜୁକରି ଘଟଣାର ତଦନ୍ତ ଆରମ୍ଭ କରିଛି। ଅଭିଯୋଗ ମୁତାବକ, ଉକ୍ତ ମହାବିଦ୍ୟାଳୟରେ ଅଧ୍ୟାପିକା ଜଣଙ୍କ ନୂତନଭାବେ ନିଯୁକ୍ତି ପାଇଥିବା ବେଳେ ଅଧ୍ୟକ୍ଷ ଦାସ ତାଙ୍କ ମୋବାଇଲ ନମ୍ବରରେ ମେସେଜ ମାଧ୍ୟମରେ ପ୍ରେମ ନିବେଦନ କରି ଆସୁଥିଲେ। ଏକଥା ବାହାରେ ପ୍ରକାଶ ନ କରିବା ପାଇଁ ଧମକ ଦେଉଥିଲେ। ଏନେଇ ଅଧ୍ୟାପିକା ଜଣଙ୍କ ଘରେ ଜଣାଇବା ପରେ ତାଙ୍କ ବାପାଙ୍କ ଅଭିଯୋଗକ୍ରମେ ପୋଲିସ ଘଟଣାର ତଦନ୍ତ ଚଳାଇଛି। ଅନ୍ୟପକ୍ଷରେ ଘଟଣା ସମ୍ପର୍କରେ ଜାଣିବା ପାଇଁ ଏନେଇ ଅଧ୍ୟକ୍ଷ ଦାସଙ୍କ ମୋବାଇଲ ନମ୍ବରକୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଉଠାଇ ନ ଥିଲେ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ସଙ୍କଟ ମଧ୍ୟରେ DGCAର ବଡ଼ ଆକ୍ସନ, ସସପେଣ୍ଡ ହେଲେ ୪ ଇନ୍ସପେକ୍ଟର

ନୂଆଦିଲ୍ଲୀ,୧୨।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଦ୍ୱାରା ସମ୍ମୁଖୀନ ହେଉଥିବା ପରିଚାଳନାଗତ ସମସ୍ୟାର ପ୍ରାରମ୍ଭିକ ତଦନ୍ତ ପରେ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ନିଜ ମାଟ୍ରିକ ବ୍ୟାଚର ସାଙ୍ଗସାଥିଙ୍କ ସହ ବଣଭୋଜିର ମଜା ନେଲେ ଭାଜପା ନେତା, କହିଲେ ଦାରିଙ୍ଗବାଡିରେ ଏୟାରଷ୍ଟ୍ରିପ ପାଇଁ…

ଦାରିଙ୍ଗବାଡି, ୧୨।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି କୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଇକୋ ରିଟ୍ରିଟ ସମେତ ପର୍ଯ୍ୟଟନକ୍ଷେତ୍ର ରେ ଭିଡ଼...

ଚମତ୍କାର କଲେ ବୈଭବ ସୂର୍ଯ୍ୟବଂଶୀ: ୫୬ ବଲ୍‌ରେ କଲେ କମାଲ୍‌, କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୧୨।୧୨: ଯୁବ ଭାରତୀୟ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ଏସିଆ କପ୍‌ର ଉଦଘାଟନୀ ମ୍ୟାଚ୍‌ରେ ୟୁଏଇ ବିପକ୍ଷରେ ଏକ ଜ୍ୱଳନ୍ତ ଶତକ ହାସଲ...

ଏଇ ଭାରତରେ

ସାମଗ୍ରିକ ପ୍ରୟାସ ସଫଳତା ପାଇଁ ବାଟ କଢ଼ାଇନିଏ ବୋଲି ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲା ମୁନ୍‌ସିଆରି ବ୍ଲକର ଶଙ୍ଖଦୁରା ଗାଁର ମହିଳାମାନେ ପ୍ରମାଣ କରିପାରିଛନ୍ତି। ଗ୍ରାମପଞ୍ଚାୟତରେ ସେମାନେ...

ଓଡ଼ିଆ ଭାଷାରେ ଲିପ୍ୟନ୍ତରଣ

ସାମ୍ପ୍ରତିକ ପରିସ୍ଥିତିରେ ଓଡ଼ିଆ ଭାଷା ଓ ଏହାର ବ୍ୟବହାରିକ ସଂଜ୍ଞାରେ ଅନେକ ପରିବର୍ତ୍ତନ ହେଲାଣି। ଦୈନନ୍ଦିନ କଥାବାର୍ତ୍ତା ଓ ବିନିମୟରେ କଥିତ ତଥା ଚଳନ୍ତି ଓଡ଼ିଆ...

ନୀରବ ପ୍ରତିକ୍ରିୟା

ପ୍ରତ୍ୟେକ କ୍ରିୟାର ବିପରୀତ ପ୍ରତିକ୍ରିୟା ରହିଛି। ଏଣୁ କଥା କହିଲା ବେଳେ ଭାବିଚିନ୍ତି କହିବା ନିହାତି ଜରୁରୀ। ସବୁ ସମୟରେ ଧ୍ୟାନ ପୂର୍ବକ ପ୍ରତିକ୍ରିୟା ରଖିବା...

ପୁଟିନଙ୍କ ବଡ଼ ଚାଲ୍‌: ନୂଆଦିଲ୍ଲୀରୁ ଫେରିବା ପରେ ଭାରତ ୨ ଶତ୍ରୁଙ୍କୁ ଭେଟିବେ

ମସ୍କୋ,୧୨।୧୨: ଭାରତ ଗସ୍ତର ୮ ଦିନ ପରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତୁର୍କମେନିସ୍ତାନ ଗସ୍ତ କରୁଛନ୍ତି। ଏହି ଦୁଇ ଦିନିଆ ଗସ୍ତ ସମୟରେ, ପୁଟିନ...

ଭବିଷ୍ୟତର ଭୟ

ଆମେରିକା ନୂଆ ରାଷ୍ଟ୍ରୀୟ ସୁରକ୍ଷା ରଣନୀତି ଲକ୍ଷ୍ୟ ଦିଗରେ ଅଗ୍ରସର ହେଉଛି। ଗତ ସପ୍ତାହରେ ଆମେରିକାର ରାଷ୍ଟ୍ରପତି ହ୍ବାଇଟ୍‌ ହାଉସ୍‌ ଏକ ୩୩ ପୃଷ୍ଠା ବିଶିଷ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri