ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ମନ୍ତ୍ରୀ, ବିଧାୟକଙ୍କୁ କଳାପତାକା ଦେଖାଇଲା ଯୁବ କଂଗ୍ରେସ

ଭବାନୀପାଟଣା,୧୩।୧: ଗୁରୁବାର କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ମୁଖୀଗୁଡା ଇନ୍ଦ୍ରାବତୀ ମେଗାଲିପ୍ଟ ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ପୂର୍ବରୁ ବୁଧବାର ଭବାନୀପାଟଣା ସହର ନକଟିଗୁଡା ଛକଠାରେ ରାଜ୍ୟ ସରକାରଙ୍କ ୩ ମନ୍ତ୍ରୀ ଓ ସଙ୍ଗଠାନିକ ସମ୍ପାଦକ ତଥା ଯାଜପୁର ବିଧାୟକଙ୍କୁ ଯୁବ କଂଗ୍ରେସ କର୍ମୀମାନେ କଳାପତାକା ପ୍ରଦର୍ଶନ କରିଥିଲେ। ୩ ମନ୍ତ୍ରୀଙ୍କ ମଧ୍ୟରେ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର, ଟୁକୁନି ସାହୁ, ସୁଶାନ୍ତ ସିଂହ ରହିଥିବା ବେଳେ ବିଧାୟକ ଭାବେ ପ୍ରଣବ ପ୍ରକାଶ ଦାସ ରହିଥିଲେ। କଳାହାଣ୍ଡିରେ ଉନ୍ନୟନ କାର୍ଯ୍ୟ ହେଉ ନ ଥିବା ଓ ବେରୋଜଗାରୀ ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କ ବିରୋଧରେ ବିଭିନ୍ନ ସ୍ଲୋଗାନ ଦେଇଥିଲେ। ଏପରି କି କଂଗ୍ରେସ କର୍ମୀମାନେ ମନ୍ତ୍ରୀଙ୍କ କାରକେଡକୁ ପଶି ଆସି କଳାପତକା ଦେଖାଇଥିଲେ।
ପ୍ରକାଶ ଯେ, ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଦିନକ ପୂର୍ବରୁ କଳାହାଣ୍ଡିରେ ୬୯ ବିଧାୟକ ଓ ୧୦ ମନ୍ତ୍ରୀ ଡେରା ପକାଇଛନ୍ତି। ବୁଧବାର ବିଧାୟକ ଓ ମନ୍ତ୍ରୀମାନେ ମେଗାଲିପ୍ଟ ଯୋଜନାରେ ସାମିଲ ହେଉଥିବା ଜୟପାଟଣା, କୋକସରା ଓ ଧର୍ମଗଡ଼ ବ୍ଲକର ବିଭିନ୍ନ ପଞ୍ଚାୟକୁ ଯାଇ ପ୍ରକଳ୍ପର ଉପକାରିତା ବିଷୟରେ ସ୍ଥାନୀୟ ଲୋକଙ୍କୁ ସଭା ମାଧ୍ୟମରେ ସଚେତନ କରାଇଛନ୍ତି। ଏହି ଗସ୍ତ ସମୟରେ ୩ ମନ୍ତ୍ରୀ ଓ ବିଧାୟକଙ୍କୁ ଯୁବ କଂଗ୍ରେସ କର୍ମୀମାନେ କଳାପତକା ଦେଖାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri