Posted inଖେଳ

ତୃତୀୟ ଟେଷ୍ଟ ପୂର୍ବରୁ ଭାରତକୁ ଲାଗିଲା ଡବଲ୍‌ ଝଟ୍‌କା

ସିଡନୀ,୧୨।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ବର୍ଡର-ଗାଭାସ୍କର ଟ୍ରଫିରେ ଭାରତୀୟ ଖେଳାଳି ଆହତ ହେବା ଜାରି ରହିଛିି। ଏହା ସତ୍ତ୍ୱେ ଟିମ ଇଣ୍ଡିଆ ମେଲବୋର୍ନରେ ଏକ ଐତିହାସିକ ବିଜୟ ହାସଲ କରି ସିଡନୀରେ ଡ୍ର ’କରିଥିଲା। ଭାରତ ପାଇଁ ଏକ ଖରାପ ଖବର ହେଉଛି ସିଡନୀ ଟେଷ୍ଟରେ ବ୍ୟାଟିଂ ସମୟରେ ଆହତ ହୋଇଥିବା ରବିନ୍ଦ୍ର ଜାଡେଜା ଏବଂ ହନୁମା ବିହାରୀ ବ୍ରିସବେନରେ ଖେଳାଯିବାକୁଥିବା ସିରିଜର ଶେଷ ତଥା ଅନ୍ତିମ ଟେଷ୍ଟରୁ ବାଦ ପଡିଛନ୍ତି। ଜାଡେଜାଙ୍କ ସ୍ଥାନରେ ଶାର୍ଦ୍ଦୁଳ ଠାକୁରଙ୍କୁ ଦଳରେ ସାମିଲ କରାଯାଇଛି। ଏପର୍ଯ୍ୟନ୍ତ ମହମ୍ମଦ ଶାମି, ଉମେଶ ଯାଦବ, ରବିନ୍ଦ୍ର ଜାଡେଜା ଏବଂ ହନୁମା ବିହାରୀ ଆହତ କାରଣରୁ ଟେଷ୍ଟ ସିରିଜରୁ ବାହାରିଛନ୍ତି। ଏହା ବ୍ୟତୀତ ସିଡନୀ ଟେଷ୍ଟ ପୂର୍ବରୁ କେ.ଏଲ ରାହୁଲ ଅଭ୍ୟାସ ସମୟରେ ତାଙ୍କୁ ବଲରେ ଆଘାତ ଲାଗିଥିଲା। ସିଡନୀ ଟେଷ୍ଟରେ ରିଷଭ ପନ୍ତ ଏବଂ ରବିଚନ୍ଦ୍ରନ ଅଶ୍ୱିନ ଆହତ ଏବଂ ଯନ୍ତ୍ରଣା ସତ୍ତ୍ୱେ ଖେଳିଥିଲେ। ହନୁମା ବିହାରୀଙ୍କ ବିକଳ୍ପ ଭାବରେ ରିଦ୍ଧିମାନ ସାହାଙ୍କୁ ଉଇକେଟ ରକ୍ଷକ ତଥା ରିଷଭ ପନ୍ତଙ୍କୁ ବ୍ୟାଟ୍ସମ୍ୟାନ କିମ୍ବା ମୟଙ୍କ ଅଗ୍ରୱାଲଙ୍କୁ ମଧ୍ୟ କ୍ରମରେ ସ୍ଥାନ ଦିଆଯାଇପାରିବ। ଆହତ ଜାଡେଜାଙ୍କ ସ୍ଥାନରେ ଶାର୍ଦ୍ଦୁଲ ଠାକୁରଙ୍କୁ ଦଳରେ ସାମିଲ କରାଯାଇଛି ବୋଲି ବିସିସିଆଇ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜାତୀୟ ଗଣିତ ଦିବସ: ଅଧିକ ଗବେଷଣା ପ୍ରତି ଆଗ୍ରହ ଆବଶ୍ୟକ

ଗଣିତର ବିକାଶ ବିନା କୌଣସି ସଭ୍ୟତାର ବିକାଶ ସମ୍ଭବ ନୁହେଁ। ଆଜକୁ ୪୦୦୦ ବର୍ଷ ପୂର୍ବେ ଭାରତର ଉତ୍ତର-ପଶ୍ଚିମାଞ୍ଚଳରେ ଗଢ଼ିଉଠିଥିବା ସିନ୍ଧୁ ସଭ୍ୟତାର ଭଗ୍ନାବଶେଷରୁ ସେମାନଙ୍କର...

ପୁଅ IPLରେ ଚୟନ ହେବା ପରେ ଖୁସି ହେଲେ ପପୁ, ଦହି-ପୋଡି କରି ଗାଁ ଲୋକଙ୍କୁ…

ନୂଆଦିଲ୍ଲୀ,୨୨।୧୨: ପୂର୍ଣ୍ଣିଆର ସ୍ୱାଧୀନ ସାଂସଦ ପପ୍ପୁ ଯାଦବ ତାଙ୍କ ପୁଅ ସାର୍ଥକ ରଞ୍ଜନଙ୍କ IPL ଦଳରେ ଚୟନ ହେବା ପରେ ଖୁସି ହୋଇ ଭୋଜି ଦେଇଥିଲେ...

ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୨୨।୧୨: ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ଆସିଲା ବଡ଼ ଖବର। କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗରେ ଭାଜପା ଜିଲା...

ଦାରିଙ୍ଗବାଡିରେ ନୂଆ ଇନ୍ସପେକ୍ଟର: ଅଞ୍ଚଳରେ ପୂର୍ବରୁ ରହିଛି ଅଭିଜ୍ଞତା

ଦାରିଙ୍ଗବାଡି,୨୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ଯୋଗଦାନ କରିଛନ୍ତି। ସେ ଏବେ ଅତିରିକ୍ତ ଥାନା ଅଧିକାରୀ...

ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲି…ଅବସର କଥା କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୧୨: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରୁ ଜଣେ ରୋହିତ ଶର୍ମା ତାଙ୍କ କ୍ୟାରିୟର ବିଷୟରେ ଏକ ଖୁଲାସା କରିଛନ୍ତି। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ...

ପୁଣି ଶ୍ରୀମନ୍ଦିର ଫଟୋ ଭାଇରାଲ୍‌: ଜଗନ୍ନାଥପ୍ରେମୀ ଅସନ୍ତୋଷ

ପୁରୀ,୨୨ା୧୨(ଅଜିତ୍‌ କୁମାର ମହାନ୍ତି): ପୁଣିଥରେ ଶ୍ରୀମନ୍ଦିର ଫଟୋ ଭାଇରାଲ୍‌ ହୋଇଛି। ଡ୍ରୋନ୍‌ ସହାୟତାରେ ଶ୍ରୀମନ୍ଦିରର ଫଟୋ ଭାଇରାଲ୍‌ ହୋଇଛି। ଫେସ୍‌ବୁକରେ ଏକ୍ସପ୍ଲୋର ଇଣ୍ଡିଆ ନାମକ ଏକ...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ଭାରତ-ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ FTA ଘୋଷଣା, ୨୦ ନିୟୁତ ଡଲାରର ନିବେଶ

ନୂଆଦିଲ୍ଲୀ,୨୨।୧୨: ବିଶ୍ୱ ବାଣିଜ୍ୟ କ୍ଷେତ୍ରରେ ଭାରତ ଆଉ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ କ୍ରିଷ୍ଟୋଫର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri