Posted inରାଜ୍ୟ

‘ଗବେଷଣାକୁ ପ୍ରାଥମିକତା ଦିଅ’

ଭୁବନେଶ୍ୱର, ୧୨।୧୨(ବ୍ୟୁରୋ): ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ପକ୍ଷରୁ ରାଜ୍ୟର ୬ ବିଶ୍ୱବିଦ୍ୟାଳୟର ନବନିଯୁକ୍ତ କୁଳପତିଙ୍କ ସହିତ ଶୁକ୍ରବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟରେ ଗବେଷଣା କାର୍ଯ୍ୟକୁ ଅଧିକ ପ୍ରାଥମିକତା ଦେବା ସହ ଗବେଷଣାର ସନ୍ଦର୍ଭଗୁଡ଼ିକ ପ୍ରମୁଖ ପତ୍ରିକାରେ ପ୍ରକାଶନ ଦିଗରେ କୁଳପତିମାନେ ପଦକ୍ଷେପ ନେବାକୁ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ପରାମର୍ଶ ଦେଇଛନ୍ତି। ବିଶ୍ୱବିଦ୍ୟାଳୟ ଓ ଏହା ଅଧୀନ ମହାବିଦ୍ୟାଳୟଗୁଡ଼ିକରେ ଠିକ୍‌ ସମୟରେ ନାମଲେଖା, ପାଠ୍ୟକ୍ରମ ଓ ପରୀକ୍ଷା ଶେଷ କରିବା ସହ ଫଳ ପ୍ରକାଶନ ଦିଗରେ ସମୁଚିତ ପଦକ୍ଷେପ ନେବା ପାଇଁ ମନ୍ତ୍ରୀ କହିଛନ୍ତି। ମହାବିଦ୍ୟାଳୟଗୁଡ଼ିକ ନାକ୍‌ ମାନ୍ୟତା ପାଇବା ପାଇଁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କର ଗୁରୁଦାୟିତ୍ୱ ରହିଛି। ଉଚ୍ଚଶିକ୍ଷାର ମାନବୃଦ୍ଧି ନିମନ୍ତେ ବିଭାଗ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ ସଂସ୍କାରମୂଳକ ପଦକ୍ଷେପର ସଫଳ ରୂପାୟନ ଦିଗରେ ପ୍ରତ୍ୟେକ ସ୍ତରରେ ଆନ୍ତରିକ ଉଦ୍ୟମ ହେବା ଆବଶ୍ୟକ। ମୋ କଲେଜ୍‌/ମୋ ୟୁନିଭର୍ସିଟି କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବା ସହିତ ପୁରାତନ ବିଦ୍ୟାର୍ଥୀଙ୍କୁ ଶିକ୍ଷାନୁଷ୍ଠାନର ଉନ୍ନତିରେ ସାମିଲ କରିବା ଦିଗରେ ମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଭିତ୍ତିଭୂମି ତଥା ଶିକ୍ଷାଦାନ ଦିଗରେ ମିଳୁଥିବା ଅର୍ଥକୁ ନିର୍ଦ୍ଧାରିତ ସମୟରେ ଠିକଣା ଭାବେ ବିନିଯୋଗ କରି ଶିକ୍ଷାର ମାନବୃଦ୍ଧି ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି। ଏଥିସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରବର୍ତ୍ତିତ ‘୫-ଟି’କୁ ଅନୁପାଳନ କରି ବିଶ୍ୱବିଦ୍ୟାଳୟକୁ ଉତ୍କର୍ଷ ଶିକ୍ଷାକେନ୍ଦ୍ରରେ ପରିଣତ କରିବା ପାଇଁ ମନ୍ତ୍ରୀ ଆହ୍ବାନ ଦେଇଛନ୍ତି।
ବୈଠକରେ ଉତ୍କଳ ବିଶ୍ୱବିଦ୍ୟାଳୟ, ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ, ଫକୀର ମୋହନ ବିଶ୍ୱବିଦ୍ୟାଳୟ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ, ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ଓ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର ନବନିଯୁକ୍ତ କୁଳପତିଙ୍କ ସମେତ ଉଚ୍ଚଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଶାଶ୍ୱତ ମିଶ୍ର, ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ଉପାଧ୍ୟକ୍ଷ ପ୍ରଫେସର ଅଶୋକ ଦାସ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri