Posted inରାଜ୍ୟ

‘ଗବେଷଣାକୁ ପ୍ରାଥମିକତା ଦିଅ’

ଭୁବନେଶ୍ୱର, ୧୨।୧୨(ବ୍ୟୁରୋ): ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ପକ୍ଷରୁ ରାଜ୍ୟର ୬ ବିଶ୍ୱବିଦ୍ୟାଳୟର ନବନିଯୁକ୍ତ କୁଳପତିଙ୍କ ସହିତ ଶୁକ୍ରବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟରେ ଗବେଷଣା କାର୍ଯ୍ୟକୁ ଅଧିକ ପ୍ରାଥମିକତା ଦେବା ସହ ଗବେଷଣାର ସନ୍ଦର୍ଭଗୁଡ଼ିକ ପ୍ରମୁଖ ପତ୍ରିକାରେ ପ୍ରକାଶନ ଦିଗରେ କୁଳପତିମାନେ ପଦକ୍ଷେପ ନେବାକୁ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ପରାମର୍ଶ ଦେଇଛନ୍ତି। ବିଶ୍ୱବିଦ୍ୟାଳୟ ଓ ଏହା ଅଧୀନ ମହାବିଦ୍ୟାଳୟଗୁଡ଼ିକରେ ଠିକ୍‌ ସମୟରେ ନାମଲେଖା, ପାଠ୍ୟକ୍ରମ ଓ ପରୀକ୍ଷା ଶେଷ କରିବା ସହ ଫଳ ପ୍ରକାଶନ ଦିଗରେ ସମୁଚିତ ପଦକ୍ଷେପ ନେବା ପାଇଁ ମନ୍ତ୍ରୀ କହିଛନ୍ତି। ମହାବିଦ୍ୟାଳୟଗୁଡ଼ିକ ନାକ୍‌ ମାନ୍ୟତା ପାଇବା ପାଇଁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କର ଗୁରୁଦାୟିତ୍ୱ ରହିଛି। ଉଚ୍ଚଶିକ୍ଷାର ମାନବୃଦ୍ଧି ନିମନ୍ତେ ବିଭାଗ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ ସଂସ୍କାରମୂଳକ ପଦକ୍ଷେପର ସଫଳ ରୂପାୟନ ଦିଗରେ ପ୍ରତ୍ୟେକ ସ୍ତରରେ ଆନ୍ତରିକ ଉଦ୍ୟମ ହେବା ଆବଶ୍ୟକ। ମୋ କଲେଜ୍‌/ମୋ ୟୁନିଭର୍ସିଟି କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବା ସହିତ ପୁରାତନ ବିଦ୍ୟାର୍ଥୀଙ୍କୁ ଶିକ୍ଷାନୁଷ୍ଠାନର ଉନ୍ନତିରେ ସାମିଲ କରିବା ଦିଗରେ ମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଭିତ୍ତିଭୂମି ତଥା ଶିକ୍ଷାଦାନ ଦିଗରେ ମିଳୁଥିବା ଅର୍ଥକୁ ନିର୍ଦ୍ଧାରିତ ସମୟରେ ଠିକଣା ଭାବେ ବିନିଯୋଗ କରି ଶିକ୍ଷାର ମାନବୃଦ୍ଧି ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି। ଏଥିସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରବର୍ତ୍ତିତ ‘୫-ଟି’କୁ ଅନୁପାଳନ କରି ବିଶ୍ୱବିଦ୍ୟାଳୟକୁ ଉତ୍କର୍ଷ ଶିକ୍ଷାକେନ୍ଦ୍ରରେ ପରିଣତ କରିବା ପାଇଁ ମନ୍ତ୍ରୀ ଆହ୍ବାନ ଦେଇଛନ୍ତି।
ବୈଠକରେ ଉତ୍କଳ ବିଶ୍ୱବିଦ୍ୟାଳୟ, ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ, ଫକୀର ମୋହନ ବିଶ୍ୱବିଦ୍ୟାଳୟ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ, ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ଓ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର ନବନିଯୁକ୍ତ କୁଳପତିଙ୍କ ସମେତ ଉଚ୍ଚଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଶାଶ୍ୱତ ମିଶ୍ର, ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ଉପାଧ୍ୟକ୍ଷ ପ୍ରଫେସର ଅଶୋକ ଦାସ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ମେ’ ୨୦ରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ।

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri