‘ନ୍ୟାୟିକସେବା ଶିକ୍ଷାନବିସ ମାତୃଭାଷାକୁ ପ୍ରାଧାନ୍ୟ ଦିଅନ୍ତୁ’

ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ଜନସାଧାରଣଙ୍କ ମୌଳିକ ଅଧିକାରକୁ ସୁରକ୍ଷା ଦେବା ଗଣତନ୍ତ୍ରର ପ୍ରଧାନ ଆଭିମୁଖ୍ୟ। ଆଇନର ଲକ୍ଷ୍ମଣରେଖା ମଧ୍ୟରେ ରହି ମାମଲାରେ ସମ୍ପୃକ୍ତ ଉଭୟ ପକ୍ଷଙ୍କୁ ସମଦୃଷ୍ଟିରେ ଦେଖି ନ୍ୟାୟ ପ୍ରଦାନ କରାଯିବା ଉଚିତ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ପ୍ରକାଶ କରିଛନ୍ତି। ଶୁକ୍ରବାର ନବାଗତ ନ୍ୟାୟିକସେବା ଶିକ୍ଷାନବିସଙ୍କ ସହିତ ପ୍ରତ୍ୟକ୍ଷ ପରିଚୟ ଉଦ୍ଦେଶ୍ୟରେ ରାଜ୍ୟ ବିଧାନସଭା ନୂତନ ସମ୍ମିଳନୀ କକ୍ଷରେ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହାକୁ ଉଦ୍‌ଘାଟନ କରି ବାଚସ୍ପତି କହିଲେ, ଶିକ୍ଷାନବିସମାନେ ମାତୃଭାଷାକୁ ପ୍ରାଧାନ୍ୟ ଦେବା ଆବଶ୍ୟକ। କାରଣ ରାଜ୍ୟର ୯୦% ମୁଦାଲା ଓ ଆଇନଜୀବୀ ଓଡ଼ିଆରେ କଥାବର୍ତ୍ତା ହୁଅନ୍ତି। ପ୍ରତି ଦେଶରେ ସାମାଜିକ ବିଧିବ୍ୟବସ୍ଥା ଓ ଆବଶ୍ୟକତାକୁ ନେଇ ଆଇନ ପ୍ରଣୟନ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ଶିକ୍ଷାନବିସମାନେ ଗୁରୁତ୍ୱର ସହ କାର୍ଯ୍ୟ କରିବା ଉଚିତ ବୋଲି ବାଚସ୍ପତି ପରାମର୍ଶ ଦେଇଥିଲେ।
ସମ୍ମାନିତ ଅତିଥି ଭାବେ ଆଇନ ମନ୍ତ୍ରୀ ପ୍ରତାପ ଜେନା ଯୋଗଦେଇ କହିଥିଲେ, ବିଧିପାଳିକା ଦ୍ୱାରା ବିଭିନ୍ନ ଆଇନକୁ କାର୍ଯ୍ୟପାଳିକା କାର୍ଯ୍ୟକାରୀ କରିଥାଏ। ନ୍ୟାୟପାଳିକା ଆଇନର ଯଥାର୍ଥ ତର୍ଜମା କରି ନ୍ୟାୟ ନିର୍ଣ୍ଣୟ କରୁଥିବାରୁ ନବାଗତ ଶିକ୍ଷାନବିସମାନେ ସ୍ବାଧୀନ ଓ ନିରପେକ୍ଷ ଭାବରେ ନ୍ୟାୟ ବ୍ୟବସ୍ଥାକୁ ଆହୁରି ଦୃଢ଼ କରିବାକୁ ମନ୍ତ୍ରୀ ପରାମର୍ଶ ଦେଇଥିଲେ। ଉପବାଚସ୍ପତି ରଜନୀକାନ୍ତ ସିଂହ ଅନ୍ୟତମ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଆଇନ ପ୍ରଣୟନର ପ୍ରାଥମିକ ପର୍ଯ୍ୟାୟ ବିଲ୍‌, ପ୍ରସ୍ତାବିତ ବିଲ୍‌ ଉପରେ କହିଥିଲେ। ବିଧାନସଭା ଓଏସ୍‌ଡି ତଥା ସଚିବ ଦାଶରଥି ଶତପଥୀ ଅତିଥି ପରିଚୟ ପ୍ରଦାନ କରିଥିଲେ। ଓଏସ୍‌ଡି ତଥା ନିର୍ଦ୍ଦେଶକ (ଗବେଷଣା) କୃପାସିନ୍ଧୁ ମିଶ୍ର, ଯୁଗ୍ମ ନିର୍ଦ୍ଦେଶକ(ଗବେଷଣା) ଶିବପ୍ରସାଦ ପଟ୍ଟନାୟକ, ଓଏସ୍‌ଡି ବିଜୟ କୁମାର ସାହୁ ଏବଂ ବାଚସ୍ପତିଙ୍କ ବ୍ୟକ୍ତିଗତ ସଚିବ ପୂର୍ଣ୍ଣଚନ୍ଦ୍ର ଦଳେଇ ପ୍ରମୁଖ ଉପସ୍ଥିତ ଥିଲେ। ଉପଶାସନ ସଚିବ ଶିଶିର କାନ୍ତ ସ୍ବାଇଁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ୪୬ଜଣ ନବାଗତ ନ୍ୟାୟିକ ସେବା ଶିକ୍ଷାନବିସ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri