‘ନ୍ୟାୟିକସେବା ଶିକ୍ଷାନବିସ ମାତୃଭାଷାକୁ ପ୍ରାଧାନ୍ୟ ଦିଅନ୍ତୁ’

ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ଜନସାଧାରଣଙ୍କ ମୌଳିକ ଅଧିକାରକୁ ସୁରକ୍ଷା ଦେବା ଗଣତନ୍ତ୍ରର ପ୍ରଧାନ ଆଭିମୁଖ୍ୟ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିିଛନ୍ତି। ଶୁକ୍ରବାର ନବାଗତ ନ୍ୟାୟିକସେବା ଶିକ୍ଷାନବିସଙ୍କ ସହିତ ପ୍ରତ୍ୟକ୍ଷ ପରିଚୟ ଉଦ୍ଦେଶ୍ୟରେ ବିଧାନସଭା ନୂତନ ସମ୍ମିଳନୀ କକ୍ଷରେ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସେ କହିଲେ, ଶିକ୍ଷାନବିସମାନେ ମାତୃଭାଷାକୁ ପ୍ରାଧାନ୍ୟ ଦେବା ଆବଶ୍ୟକ। କାରଣ ରାଜ୍ୟର ୯୦% ମୁଦାଲା ଓ ଆଇନଜୀବୀ ଓଡ଼ିଆରେ କଥାବର୍ତ୍ତା ହୁଅନ୍ତି। ଏହାକୁ ଦୃଷ୍ଟିରେ ରଖି ଶିକ୍ଷାନବିସମାନେ ଗୁରୁତ୍ୱର ସହ କାର୍ଯ୍ୟ କରିବା ଉଚିତ ବୋଲି ବାଚସ୍ପତି ପରାମର୍ଶ ଦେଇଥିଲେ। କାର୍ଯ୍ୟକ୍ରମରେ ଆଇନ ମନ୍ତ୍ରୀ ପ୍ରତାପ ଜେନା, ଉପବାଚସ୍ପତି ରଜନୀକାନ୍ତ ସିଂହ, ବିଧାନସଭା ଓଏସ୍‌ଡି ଦାଶରଥି ଶତପଥୀ, ଓଏସ୍‌ଡି ତଥା ନିର୍ଦ୍ଦେଶକ (ଗବେଷଣା) କୃପାସିନ୍ଧୁ ମିଶ୍ର, ଯୁଗ୍ମ ନିର୍ଦ୍ଦେଶକ(ଗବେଷଣା) ଶିବପ୍ରସାଦ ପଟ୍ଟନାୟକ, ଓଏସ୍‌ଡି ବିଜୟ କୁମାର ସାହୁ ଏବଂ ବାଚସ୍ପତିଙ୍କ ବ୍ୟକ୍ତିଗତ ସଚିବ ପୂର୍ଣ୍ଣଚନ୍ଦ୍ର ଦଳେଇ, ଉପଶାସନ ସଚିବ ଶିଶିର କାନ୍ତ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ। ଏଥିରେ ୪୬ଜଣ ନବାଗତ ନ୍ୟାୟିକ ସେବା ଶିକ୍ଷାନବିସ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri