ଓଡ଼ିଶାକୁ ଆଗ୍ରାଧିକାର: ଜାନୁଆରୀ ମାସରେ ୨ ଥର ଆସିବେ ପ୍ରଧାନମନ୍ତ୍ରୀ

କଟକ,୧୬।୧୨: ଜାନୁଆରୀ ମାସରେ ଦୁଇଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ଆସନ୍ତା ମାସରେ ଭୁବନେଶ୍ୱରରେ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସକୁ ଆସିବେ ପ୍ରଧାନମନ୍ତ୍ରୀ ମୋଦି। ଏଥିସହିତ ଉତ୍କର୍ଷ ଓଡ଼ିଶା କନକ୍ଲେଭକୁ ମଧ୍ୟ ପ୍ରଧାନମନ୍ତ୍ରୀ ଆସିବେ।

ସୂଚନାଯୋଗ୍ୟ ଗତମାସ (ନଭେମ୍ବର) 29 ତାରିଖରୁ ଚଳିତମାସ (ଡିସେମ୍ବର)ପହିଲା ପର୍ଯ୍ୟନ୍ତ ୩ ଦିନ ଭୁବନେଶ୍ୱରରେ ସର୍ବଭାରତୀୟ ପୋଲିସ ମହାନିର୍ଦେଶକ ଓ ମହାନିରୀକ୍ଷକ ସମ୍ମିଳନୀ ଆୟୋଜିତ ହୋଇଥିଲା। ଏହି ସମୟରେ ପ୍ରଧାନମନ୍ତ୍ରୀ ତିନିଦିନ ଓଡ଼ିଶାରେ ରହିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ଜାତୀୟ ସୁରକ୍ଷା ପରମର୍ଶଦାତା ଅଜିତ ଡୋଭାଲ ପ୍ରମୁଖଙ୍କ ଉପସ୍ଥିତରେ ବୈଠକ ହୋଇଥିଲା ।

ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ରାଜ୍ୟର ପୋଲିସ ମୁଖ୍ୟମାନେ ଏହି ସମ୍ମିଳନୀରେ ଯୋଗଦେଇଥିଲେ । ଦେଶର ଆଭ୍ୟନ୍ତରୀଣ ସୁରକ୍ଷାରେ ପୋଲିସର ଭୂମିକା, ଭାବମୂର୍ତ୍ତି, କାର୍ଯ୍ୟଶୈଳୀ, ତଟରକ୍ଷା ଉପରେ ଆଲୋଚନା କରିଥିଲେ । ସ୍ମାର୍ଟ ପୋଲିସିଂ ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ବାରୋପ କରି କାର୍ଯ୍ୟକ୍ରମରେ ଉଦଯାପନୀ ସମ୍ବୋଧନ ରଖିଥିଲେ । ବିଭାଗ ରେ ସ୍ବଚ୍ଛତା ବଜାୟ ରଖି ଲୋକଙ୍କ ନିକଟତର ହେବା ସହ ଉତ୍ତମ ସେବା ଯୋଗାଇବା ଉପରେ ସମ୍ବୋଧନରେ ଗୁରୁମନ୍ତ୍ର ଦେଇଥିଲେ ପ୍ରଧାନମନ୍ତ୍ରୀ ।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ପୁଣି ନୋବେଲ ଶାନ୍ତି ପୁରସ୍କାର ଦାବିକଲେ ଟ୍ରମ୍ପ୍‌, ୮ଯୁଦ୍ଧ ରୋକିଥିବା ଦାବି ଦୋହରାଇଲେ

ଓ୍ବାଶିଂଟନ,୯।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ପୁଣି ଥରେ ଦାବି ଉପସ୍ଥାପନ କରିଛନ୍ତି । ସେ ୮ଟି ଯୁଦ୍ଧର ସମାଧାନ କରିଛନ୍ତି…

ପଶ୍ଚିମବଙ୍ଗରୁ ତାମିଲନାଡୁ…. ଆଜି ୬ ଆସନର ରେଜଲ୍ଟ, କିଏ ମାରିବ ବାଜି?

ନୂଆଦିଲ୍ଲୀ,୯।୧୦: ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ ଓ ପୁଡୁଚେରୀରେ ଅକ୍ଟୋବର ୬ ତାରିଖରେ ହୋଇଥିବା ନିର୍ବାଚନର ଫଳାଫଳ ଆଜି ପ୍ରକାଶ ପାଇବ । ଏଥିରେ ୫ଟି ବିଧାନସଭା ଆସନ…

ମନ୍ତ୍ରୀ କରିଡର ଖାଁ ଖାଁ: ତୃତୀୟ ମହଲା ଚଳଚଞ୍ଚଳ

ଭୁବନେଶ୍ୱର, ୯ା୧୦(ରବିନାରାୟଣ ଜେନା):ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଆହୂତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ବେଳେ ପୂର୍ବାହ୍ନରେ ଲୋକସେବା ଭବନରେ ତୃତୀୟ ମହଲା ଚଳଚଞ୍ଚଳ ରହିିଥିଲା। ମାତ୍ର ଖାରବେଳ…

ନେତାନ୍ୟାହୁଙ୍କ ବଡ଼ ନିଷ୍ପତ୍ତି, ସ୍ମିତ ମାଚ୍ଛରଙ୍କୁ ମିଳିବ ଇସ୍ରାଏଲର ସର୍ବୋଚ୍ଚ ବେସାମରିକ ବୀରତ୍ୱ ସମ୍ମାନ

ନୂଆଦିଲ୍ଲୀ,୯।୧୦: ନିଜ ସହ-ପାଇଲଟ୍‌ଙ୍କ ମରଣାନ୍ତକ ଆକ୍ରମଣର ସାମ୍ନା କରି ମଧ୍ୟ ୧୭୪ ଜଣ ଯାତ୍ରୀ ଓ ବିମାନ କର୍ମଚାରୀଙ୍କ ଜୀବନ ବଞ୍ଚାଇଥିବା ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?