ଏପ୍ରିଲରୁ ‘କାରାଗାର ଅଦାଲତ’

ଭୁବନେଶ୍ୱର,୨୬।୩(ବ୍ୟୁରୋ): ଆସନ୍ତା ଏପ୍ରିଲରୁ ଓଡିଶାରେ ଆରମ୍ଭ ହେବ କାରାଗାର ଅଦାଲତ। କୋର୍ଟରେ ଅନେକ କେସ୍‌ ବିଚାରଧୀନ ଅବସ୍ଥାରେ ପଡ଼ିରହିଛି। ଏଥିମଧ୍ୟରୁ ଅଧିକାଂଶ ଛୋଟ ମାମଲା ରହିଛି, ଯାହାର ସମାଧାନ ଖୁବ୍‌ କମ୍‌ ସମୟରେ ହୋଇପାରିବ। ହେଲେ କୌଣସି କାରଣରୁ ଏହି ମାମଲାଗୁଡ଼ିକର ସମାଧାନ ହୋଇପାରୁନାହିଁ। ଯେଉଁଥିପାଇଁ ଜେଲ୍‌ରେ ଦୋଷୀ ସାବ୍ୟସ୍ତଙ୍କଠାରୁ ଅଧିକାଂଶ ବିଚାରଧୀନ କଏଦୀ ରହୁଛନ୍ତି। ଏହି ସମସ୍ୟାର ସମାଧାନ କରିବା ପାଇଁ ଜେଲ୍‌ ନିର୍ଦ୍ଦେଶାଳୟ ନୂଆ ବ୍ୟବସ୍ଥା ଆପଣାଇଛି। ଏଣିକି ଜେଲ୍‌ ପରିସରରେ ଏପ୍ରିଲରୁ ‘ଜେଲ୍‌ ଅଦାଲତ’ ବସାଇବାକୁ ନିଷ୍ପତି ନିଆଯାଇଛି।
ଏନେଇ ଜେଲ୍‌ ଡିଜି ସନ୍ତୋଷ ଉପାଧ୍ୟାୟ କହିଛନ୍ତି, ରାଜ୍ୟ ଆଇନ ସେବା କର୍ତ୍ତୃପକ୍ଷଙ୍କ ସହ ସଂଯୋଜନା ରଖାଯାଇ ଏହି ବ୍ୟବସ୍ଥା କାର୍ଯ୍ୟକାରୀ ହେବ। ଯେଉଁ କେସ୍‌ର ଦଣ୍ଡ ୧ ବର୍ଷରୁ ୨ବର୍ଷ ମଧ୍ୟରେ ହୋଇଥିବ, ସେହି କେସ୍‌ଗୁଡ଼ିକ ଜେଲ୍‌ରେ ଜୁଡ଼ିସିଆଲ ମାଜିଷ୍ଟ୍ରେଟ୍‌ଙ୍କ ଦ୍ୱାରା ସମାଧାନ ହୋଇପାରିବ ବୋଲି ସେ କହିଛନ୍ତି। ଜେଲ୍‌ ଅଦାଲତ ଅଭିଯୁକ୍ତମାନଙ୍କୁ ପ୍ଲି-ବାର୍‌ଗେନିଂ କରିବାର ସୁଯୋଗ ଦେବ। ପ୍ଲି-ବାର୍‌ଗେନିଂ ହେଉଛି ସରକାରୀ ଓକିଲ ଏବଂ ଅଭିଯୁକ୍ତ ମଧ୍ୟରେ ଏକ ବୁଝାମଣା। ଯେଉଁଥିରେ କମ୍‌ ଦଣ୍ଡ ପାଇବା ସର୍ତ୍ତରେ ଅଭିଯୁକ୍ତ ନିଜର ଦୋଷ ସ୍ବୀକାର କରିଥାନ୍ତି। ଫଳରେ ଜଜ୍‌ ଛୋଟ ମାମଲାରେ ଅଭିଯୁକ୍ତଙ୍କୁ କମ୍‌ ଦଣ୍ଡ ସହ ଜରିମାନା ଶୁଣାଇଥାନ୍ତି। ଏହି ବ୍ୟବସ୍ଥା ଦ୍ୱାରା ଜାମିନ ପାଉ ନ ଥିବା କଏଦୀମାନେ ମଧ୍ୟ ଉପକୃତ ହେବେ। ଜାମିନ ସର୍ତ୍ତ ପାଳନ ନ କରିପାରିବା ଏବଂ ଜାମିନଦାର ନ ଥିବାରୁ ପ୍ରାୟ ୩୮୧ କଏଦୀ ବର୍ତ୍ତମାନ ବିଭିନ୍ନ ଜେଲରେ ରହିଛନ୍ତି। ସେମାନଙ୍କର ବିବରଣୀ ରାଜ୍ୟ ଆଇନ ସେବା କର୍ତ୍ତୃପକ୍ଷଙ୍କୁ ପଠାଯାଇଛି ବୋଲି ଜେଲ୍‌ ଡିଜି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri