Posted inଜାତୀୟ

ଜେଲ୍‌ରେ ବଢୁଛି କଏଦୀଙ୍କ ଭିଡ଼: କର୍ମଚାରୀଙ୍କ ସଂଖ୍ୟା ଆବଶ୍ୟକତାଠାରୁ କମ୍‌

ନୂଆଦିଲ୍ଲୀ, ୩୧।୮: ଭାରତୀୟ ଜେଲ୍‌ଗୁଡ଼ିକରେ କଏଦୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ଜେଲ୍‌ଗୁଡ଼ିକରେ କ୍ଷମତାଠାରୁ ଅଧିକ ସଂଖ୍ୟକ କଏଦୀ ରହିଛନ୍ତି। ରାଷ୍ଟ୍ରୀୟ ଅପରାଧ ରେକର୍ଡ ବ୍ୟୁରୋ ରିପୋର୍ଟ ଅନୁସାରେ ୨୦୧୯ରେ ଜେଲ୍‌ରେ କଏଦୀଙ୍କ ସଂଖ୍ୟା ୪ ଲକ୍ଷ ୭୮ ହଜାର ରହିଛି। ତେବେ ଜେଲ୍‌ର କ୍ଷମତା ୪ ଲକ୍ଷ ୩ ହଜାର ଅଛି। ଫଳରେ ଜେଲ୍‌ରେ ଭିଡ଼ ପରିଲକ୍ଷିତ ହେଉଛି। କଏଦୀଙ୍କ ମଧ୍ୟରେ ୧୯ ହଜାର ୯୧୩ ମହିଳା ଥିବାବେଳେ ୪ ଲକ୍ଷ ୫୮ ହଜାର ପୁରୁଷ ରହିଛନ୍ତି। କଏଦୀଙ୍କ ସଂଖ୍ୟା ବଢୁଥିଲେ ମଧ୍ୟ ଜେଲ୍‌ କର୍ମଚାରୀଙ୍କ ସଂଖ୍ୟା ଆବଶ୍ୟକତାଠାରୁ ଯଥେଷ୍ଟ କମ୍‌ ରହିଛି। ୮୦ ହଜାର ୫୯୯ ଜେଲ୍‌ କର୍ମଚାରୀଙ୍କୁ ନିଯୁକ୍ତି ପାଇଁ ସ୍ବୀକୃତି ମିଳିଥିଲେ ମଧ୍ୟ ୨୦୧୯ ଡିସେମ୍ବର ୩୧ ସୁଦ୍ଧା ସେମାନଙ୍କ ସଂଖ୍ୟା ୬୦ ହଜାର ୭୮୭ ରହିଛି। ଦେଶରେ ୧୩୫୦ ଜେଲ୍‌ ରହିଛି। ସେଥିମଧ୍ୟରେ ଉପ ଜେଲ୍‌ ସଂଖ୍ୟା ୬୧୭ ଥିବାବେଳେ ଜିଲା ଜେଲ୍‌ ସଂଖ୍ୟା ୪୧୦ ରହିଛି। ସେହିପରି ୧୪୪ଟି ସେଣ୍ଟ୍ରାଲ୍‌ ଜେଲ୍‌, ୮୬ଟି ଓପନ୍‌ ଜେଲ୍‌, ୪୧ ବିଶେଷ ଜେଲ୍‌, ୩୧ ମହିଳା ଜେଲ ଏବଂ ୨୧ ଅନ୍ୟ ଜେଲ୍‌ ରହିଛି। ସେଣ୍ଟ୍ରାଲ୍‌ ଜେଲ୍‌ର କ୍ଷମତା ଲକ୍ଷେ ୭୭ ହଜାର ଥିବାବେଳେ ଏଠାରେ ୨ ଲକ୍ଷ ୨୦ ହଜାର କଏଦୀ ରହୁଛନ୍ତି। ସେହିପରି ଜିଲା ଜେଲ୍‌ର କ୍ଷମତା ଲକ୍ଷେ ୫୮ ହଜାର ରହିଛି। ଏସବୁ ଜେଲ୍‌ରେ କଏଦୀଙ୍କ ସଂଖ୍ୟା ୨ ଲକ୍ଷ ୬ ହଜାର ରହିଥିବା ରାଷ୍ଟ୍ରୀୟ ଅପରାଧ ରେକର୍ଡ ବ୍ୟୁରୋ ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri