ଗରିବଙ୍କୁ ଜେଲ ଯନ୍ତ୍ରଣା: ଜାମିନ ପାଇବି ଶଢ଼ୁଛନ୍ତି ୬ ବନ୍ଦୀ

ବ୍ରହ୍ମପୁର ଅଫିସ,୧୯ ।୬: ଜାମିନଦାର ଏବଂ ସିକ୍ୟୁରିଟି ଜମା ଦାଖଲ କରିପାରୁ ନ ଥିବାରୁ ଜାମିନ ପାଇ ବି ବ୍ରହ୍ମପୁର ମଣ୍ଡଳ କାରାଗାରରୁ ମୁକୁଳି ପାରୁନାହାନ୍ତି ୬ ବନ୍ଦୀ। ସେହି ବିଚାରାଧୀନ ବନ୍ଦୀମାନେ ଜେଲରୁ ମୁକୁଳିବା ଅପେକ୍ଷାରେ ସେଠାରେ ପଡ଼ି ରହିଛନ୍ତି। ଅଦାଲତର ସର୍ତ୍ତ ଅନୁଯାୟୀ ଆର୍ଥିକ ଦୁର୍ବଳ ବର୍ଗର ଏହି ବନ୍ଦୀମାନେ ଜାମିନଦାର ଏବଂ ସିକ୍ୟୁରିଟି ଜମା ଅର୍ଥ ଯୋଗାଡ଼ କରିପାରୁ ନାହାନ୍ତି। ଫଳରେ ସେମାନଙ୍କ ମୁକୁଳିବା ବାଟ ବନ୍ଦ ହୋଇ ରହିଛି।
ବିଭାଗୀୟ ତଥ୍ୟ ଅନୁଯାୟୀ, ବ୍ରହ୍ମପୁର ମଣ୍ଡଳ କାରାଗାରରେ ଜୁନ ୧୮ ସୁଦ୍ଧା ୧୦୨୭ ବନ୍ଦୀ ରହିଛନ୍ତି। ସେମାନଙ୍କ ମଧ୍ୟରେ ୮୫୮ ବିଚାରାଧୀନ ବନ୍ଦୀ ଭାବେ(ୟୁଟିପି) ଥିବା ବେଳେ ୧୬୯ କଏଦୀ ରହିଛନ୍ତି। ସେହିପରି ଏମାନଙ୍କ ମଧ୍ୟରୁ ୨୧ ମହିଳା ରହିଛନ୍ତି। ସେମାନଙ୍କ ମଧ୍ୟରେ ୫ ଜଣ କଏଦୀ ଥିବା ବେଳେ ୧୬ୟୁଟିପି ରହିଛନ୍ତି ବୋଲି ଜେଲର ସତ୍ୟ ନାରାୟଣ ବେହେରା ସୂଚନା ଦେଇଛନ୍ତି। ବ୍ରହ୍ମପୁର ମଣ୍ଡଳ କାରାଗାର ଦକ୍ଷିଣ ଓଡ଼ିଶାର ସର୍ବପୁରାତନ ଜେଲ ଅଟେ। ଏହା ୧୮୬୩ ରେ ପ୍ରତିଷ୍ଠା ହୋଇଥିଲା। ଏହି ଜେଲରେ ୮୪୧ ବନ୍ଦୀ ରହିବା ପାଇଁ କ୍ଷମତା ଥିବା ବେଳେ ବର୍ତ୍ତମାନ ୧୦୨୭ ବନ୍ଦୀ ଅଛନ୍ତି। ଯାହାକି ନିର୍ଦ୍ଧାରିତ କ୍ଷମତା ଠାରୁ ଶତକଡ଼ା ୨୬ ପ୍ରତିଶତ ଅଧିକ ରହିଥିବା ବିଭାଗୀୟ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ପରିମଳ କର୍ମଚାରୀଙ୍କ ଅନର୍ଦ୍ଦିିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ

କବିସୂର୍ଯ୍ୟନଗର,୨୨ା୧୨(କୃପାସିନ୍ଧୁ ସ୍ୱାଇଁ): ୧୦ ମାସର ବକେୟା ଦରମା ପ୍ରଦାନ ଓ ଛଟେଇ ନିଷ୍ପତ୍ତି ପ୍ରତ୍ୟାହାର ଦାବିନେଇ କବିସୂର୍ଯନଗର ଏନ୍‌ଏସିର ପରିମଳ କର୍ମଚାରୀମାନେ ଅନର୍ଦ୍ଦିିଷ୍ଟ କାଳ ପାଇଁ...

ଅତିଷ୍ଠ ହେଉଛି ସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ଯୁବକ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ସୋମବାର ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟଠାରେ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି...

ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri