ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି।
ଜେଲରେ ଖାଦ୍ୟ ସମସ୍ୟା, ପରିବାରଙ୍କୁ ଭେଟିବାକୁ ନ ଦେବାକୁ ନେଇ କଏଦୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷେ ପୋଲିସ ଅଧିକାରୀଙ୍କ ସହ ଟାଉନ ପୋଲିସ ଜେଲରେ ପହଞ୍ଚି କଏଦୀଙ୍କୁ ବୁଝାସୁଝା କରୁଥିବା ସୂଚନା ମିଳିଛି।