ପୁରୀ ବାସେଳି ସାହି ଥାନା ହାଜତ ମୃତ୍ୟୁ ମାମଲା

କଟକ ଅଫିସ,୨୮।୧: ପୁରୀ ବାସେଳି ସାହି ଥାନା ହାଜତ ମୃତ୍ୟୁ ଘଟଣାରେ ବୁଧବାର ଆବେଦନକାରୀଙ୍କ ପକ୍ଷରୁ ହାଇକୋର୍ଟରେ ଏକ ସତ୍ୟପାଠ ଦାଖଲ କରାଯାଇଛି। ଏଫ୍‌ଆଇଆର୍‌ରେ କିପରି ଦ୍ୱନ୍ଦ୍ୱ ରହିଛି ସେନେଇ ଆବେଦନକାରୀ ପ୍ରଶ୍ନ ଉଠାଇଛନ୍ତି। ଏହି ଆଧାରରେ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ତଦନ୍ତ ରିପୋର୍ଟ ଦାଖଲ ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଆଇନଜୀବୀ ଶରତ କୁମାର ରାୟଗୁରୁଙ୍କ ପକ୍ଷରୁ ଆଗତ ମାମଲାର ଶୁଣାଣି କରି ହାଇକୋର୍ଟର ମୁଖ୍ୟବିଚାରପତି ଜଷ୍ଟିସ୍‌ ଏସ୍‌. ମୁରଲୀଧର ଏବଂ ବିଚାରପତି ଜଷ୍ଟିସ୍‌ ବିଶ୍ୱଜିତ୍‌ ମହାନ୍ତିଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। ମାର୍ଚ୍ଚ ୧୮ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ଆବେଦନକାରୀଙ୍କ ପକ୍ଷରୁ ସତ୍ୟପାଠରେ ଦର୍ଶାଯାଇଥିଲା ଯେ, ପୋଲିସ ପ୍ରଥମେ ବାସେଳି ସାହି ଥାନା ହାଜତରେ ମୃତ୍ୟୁବରଣ କରିଥିବା କେ.ରମେଶଙ୍କ ନାଁରେ ମାମଲା(ନଂ.୩୧୮/୨୦୨୦)ରୁଜୁ କରିଥିଲା। ଉକ୍ତ ମାମଲା କେ.ରମେଶଙ୍କ ହାଜତ ମୃତ୍ୟୁକୁ ନେଇ କରାଯିବା ପରିବର୍ତ୍ତେ ତାଙ୍କୁ ଜଣେ ଅପରାଧୀ ବୋଲି ଦର୍ଶାଯାଇଥିଲା। ଜଣେ ଅଭିଯୁକ୍ତ ଯଦି ହାଜତରେ ମୃତ୍ୟୁବରଣ କରନ୍ତି, ତେବେ ସିଆରପିସିର ଦଫା ୧୭୪ରେ ପୋଲିସ ତଦନ୍ତ କରିଥାଏ। ପ୍ରଥମେ ଦିଆଯାଇଥିବା ଏତଲାରେ ଏହି ଧାରା ସମ୍ପର୍କରେ ଉଲ୍ଲେଖ କରାଯାଇ ନ ଥିଲା। କିନ୍ତୁ ଗତ ୧୧ ତାରିଖରେ ହାଇକୋର୍ଟରେ ପୋଲିସ ଯେଉଁ ଏଫ୍‌ଆଇଆରକୁ ମେମୋ ଆକାରରେ ଦାଖଲ କରିଥିଲା ସେଥିରେ ସିଆର୍‌ପିସିର ଏହି ୧୭୪ ଦଫାକୁ ଯୋଡ଼ା ଯାଇଛି। ଏପରିକି ଏହି ଏଫ୍‌ଆଇଆର୍‌ର କିଛି ଅଂଶକୁ ପରିବର୍ତ୍ତନ କରାଯାଇଛି। ପ୍ରଥମେ ପୋଲିସ ଏତଲାରେ ଦର୍ଶାଇଥିଲା କେ. ରମେଶ ବ୍ରହ୍ମଗିରିରୁ ପୁରୀ ଆସୁଥିଲେ। ପରେ ପୁରୀ ଏସ୍‌ପି ଖବରଦାତା ସମ୍ମିଳନୀରେ କେ. ରମେଶ ବାଟଦ୍‌ମଙ୍ଗଳାରୁ ପୁରୀ ଆସୁଥିଲେ ବୋଲି କହିଥିଲେ। ସେହିପରି କେ. ରମେଶଙ୍କ ବ୍ୟବଚ୍ଛେଦ ରିପୋର୍ଟରେ ତା’ଙ୍କ ଶରୀରରେ ୧୫ଟି ଆଘାତ ଚିହ୍ନଥିବା ଉଲ୍ଲେଖ କରାଯାଇଛି। ଦାଖଲ ଇନ୍‌କ୍ୱେଷ୍ଟ ରିପୋର୍ଟରେ କେ. ରମେଶଙ୍କ ମା’ବାପାଙ୍କ ଦସ୍ତଖତରେ ତାଳମେଳ ନାହିଁ। ତେଣୁ ପୁରୀ ପୋଲିସ ସମ୍ପୂର୍ଣ୍ଣ ‘ଦ୍ୱନ୍ଦ୍ୱାତ୍ମକ ସ୍ଥିତି ସୃଷ୍ଟି କରୁଛି ବୋଲି ଆବେଦନକାରୀ ସତ୍ୟପାଠରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri