Posted inଜାତୀୟ

କଙ୍ଗୋ ନାଗରିକଙ୍କ ହାଜତ ମୃତ୍ୟୁ

ବେଙ୍ଗାଲୁରୁ,୪ା୮: କେନ୍ଦ୍ରୀୟ ଆଫ୍ରିକୀୟ ରାଷ୍ଟ୍ର କଙ୍ଗୋର ଜଣେ ନାଗରିକଙ୍କ ବେଙ୍ଗାଲୁରୁ ପୋଲିସ ହାଜତରେ ମୃତ୍ୟୁ ଘଟିଛି। ଏହାକୁ ନେଇ ମଙ୍ଗଳବାର ବିକ୍ଷୋଭ ଚାଲିଥିବାବେଳେ ପୋଲିସ ଲାଠିଚାର୍ଜ କରିଛି। ଏଥିରେ ଅନେକେ ଆହତ ହୋଇଛନ୍ତି। ହିଂସା ଭିଆଇବା ଅଭିଯୋଗରେ ପୋଲିସ ୫ ବିକ୍ଷୋଭକାରୀଙ୍କୁ ଗିରଫ କରିଛି।
ପୋଲିସର କହିବା ହେଉଛି, ୨୭ ବର୍ଷୀୟ କଙ୍ଗୋ ନାଗରିକ ଜୋଏଲ୍‌ ଶିଣ୍ଡାନି ମାଲୁ ଓରଫ ଜୋଆନ୍‌ ବଞ୍ଜାରା ଲେଆଉଟ୍‌ରେ ଡ୍ରଗ୍ସ ଡିଲ୍‌ ବେଳେ ରବିବାର ରାତିରେ ଧରାପଡ଼ିଥିଲେ। ଜୋଆନ୍‌ଙ୍କୁ ସ୍ଥାନୀୟ ଜେ.ସି. ନଗର ଥାନାକୁ ନିଆଯାଇଥିବାବେଳେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରୁଥିବା କହିଥିଲେ। ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ସୋମବାର ସକାଳେ ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଥିଲା। ତେବେ କଙ୍ଗୋ ସମୁଦାୟ ଏହାକୁ ହାଜତ ମୃତ୍ୟୁ ବୋଲି ଅଭିହିତ କରିଛନ୍ତି। ପୋଲିସ ମାଡ଼ରେ ତାଙ୍କର ମୃତ୍ୟୁ ଘଟିଥିବା ସେମାନେ ଅଭିଯୋଗ କରିଛନ୍ତି। ବିବାଦ ଘନେଇବାରୁ ଦିଲ୍ଲୀରେ ଥିବା କଙ୍ଗୋ ଦୂତାବାସ ଅଧିକାରୀମାନେ ମଙ୍ଗଳବାର ବେଙ୍ଗାଲୁରୁରେ ପହଞ୍ଚତ୍ ଘଟଣା ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ସେମାନେ ଜୋଆନ୍‌ଙ୍କ ମୃତଦେହକୁ ଦେଖିବା ପରେ ବ୍ୟବଚ୍ଛେଦ କରାଯିବ ବୋଲି ବେଙ୍ଗାଲୁରୁ ପୋଲିସ କହିଛି। ଇତିମଧ୍ୟରେ ୩୦-୪୦ ଜଣ କଙ୍ଗୋ ନାଗରିକ ପୁଙ୍ଖାନୁପୁଙ୍ଖ ତଦନ୍ତ ଦାବିରେ ଜେ.ସି. ନଗର ଥାନା ଆଗରେ ବିକ୍ଷୋଭ କରିଥିଲେ। ବିକ୍ଷୋଭ ବେଳେ ପୋଲିସ ସେମାନଙ୍କ ଉପରେ ଲାଠିଚାର୍ଜ କରିଥିଲା। ଲାଠିମାଡ଼ ବେଳର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଅଭିଯୋଗକୁ ଡେପୁଟି ପୋଲିସ କମିଶନର ଧର୍ମେନ୍ଦ୍ର ମୀନା ଖଣ୍ଡନ କରିଛନ୍ତି। ବିକ୍ଷୋଭକାରୀମାନେ ପୋଲିସକୁ କର୍ତ୍ତବ୍ୟ ସମ୍ପାଦନରେ ବାଧା ଦେବା ସହ ଜଣେ ମହିଳାଙ୍କୁ ଅସଦାଚରଣ କରିଥିଲେ। ଏହାସହ ସରକାରୀ ସମ୍ପତ୍ତି ଭଙ୍ଗାରୁଜା କରିଥିଲେ। ଫଳରେ ପୋଲିସ ବାଧ୍ୟହୋଇ କାର୍ଯ୍ୟାନୁଷ୍ଠାନ ନେଇଥିଲା ବୋଲି ଡିସିପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ରାଇଡ୍‌ରେ ବାହାରିଲେ ’ସ୍ପାଇଡର୍‌ମ୍ୟାନ, ସ୍ପାଇଡର୍‌ ଓମେନ୍‌’, ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୬।୪: ସୁପରହିଟ୍, ସ୍ପାଇଡରମ୍ୟାନ୍ ଏବଂ ସ୍ପାଇଡର୍-ଓମେନ୍‌ ପୋଷାକ ପିନ୍ଧି ବାଇକ୍‌ ରାଇଡ୍‌ କରୁଥିବା ଜଣେ ଯୁବକ ଏବଂ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଦକ୍ଷିଣ ପଶ୍ଚିମ...

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri