Posted inଜାତୀୟ

କଙ୍ଗୋ ନାଗରିକଙ୍କ ହାଜତ ମୃତ୍ୟୁ

ବେଙ୍ଗାଲୁରୁ,୪ା୮: କେନ୍ଦ୍ରୀୟ ଆଫ୍ରିକୀୟ ରାଷ୍ଟ୍ର କଙ୍ଗୋର ଜଣେ ନାଗରିକଙ୍କ ବେଙ୍ଗାଲୁରୁ ପୋଲିସ ହାଜତରେ ମୃତ୍ୟୁ ଘଟିଛି। ଏହାକୁ ନେଇ ମଙ୍ଗଳବାର ବିକ୍ଷୋଭ ଚାଲିଥିବାବେଳେ ପୋଲିସ ଲାଠିଚାର୍ଜ କରିଛି। ଏଥିରେ ଅନେକେ ଆହତ ହୋଇଛନ୍ତି। ହିଂସା ଭିଆଇବା ଅଭିଯୋଗରେ ପୋଲିସ ୫ ବିକ୍ଷୋଭକାରୀଙ୍କୁ ଗିରଫ କରିଛି।
ପୋଲିସର କହିବା ହେଉଛି, ୨୭ ବର୍ଷୀୟ କଙ୍ଗୋ ନାଗରିକ ଜୋଏଲ୍‌ ଶିଣ୍ଡାନି ମାଲୁ ଓରଫ ଜୋଆନ୍‌ ବଞ୍ଜାରା ଲେଆଉଟ୍‌ରେ ଡ୍ରଗ୍ସ ଡିଲ୍‌ ବେଳେ ରବିବାର ରାତିରେ ଧରାପଡ଼ିଥିଲେ। ଜୋଆନ୍‌ଙ୍କୁ ସ୍ଥାନୀୟ ଜେ.ସି. ନଗର ଥାନାକୁ ନିଆଯାଇଥିବାବେଳେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରୁଥିବା କହିଥିଲେ। ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ସୋମବାର ସକାଳେ ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଥିଲା। ତେବେ କଙ୍ଗୋ ସମୁଦାୟ ଏହାକୁ ହାଜତ ମୃତ୍ୟୁ ବୋଲି ଅଭିହିତ କରିଛନ୍ତି। ପୋଲିସ ମାଡ଼ରେ ତାଙ୍କର ମୃତ୍ୟୁ ଘଟିଥିବା ସେମାନେ ଅଭିଯୋଗ କରିଛନ୍ତି। ବିବାଦ ଘନେଇବାରୁ ଦିଲ୍ଲୀରେ ଥିବା କଙ୍ଗୋ ଦୂତାବାସ ଅଧିକାରୀମାନେ ମଙ୍ଗଳବାର ବେଙ୍ଗାଲୁରୁରେ ପହଞ୍ଚତ୍ ଘଟଣା ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ସେମାନେ ଜୋଆନ୍‌ଙ୍କ ମୃତଦେହକୁ ଦେଖିବା ପରେ ବ୍ୟବଚ୍ଛେଦ କରାଯିବ ବୋଲି ବେଙ୍ଗାଲୁରୁ ପୋଲିସ କହିଛି। ଇତିମଧ୍ୟରେ ୩୦-୪୦ ଜଣ କଙ୍ଗୋ ନାଗରିକ ପୁଙ୍ଖାନୁପୁଙ୍ଖ ତଦନ୍ତ ଦାବିରେ ଜେ.ସି. ନଗର ଥାନା ଆଗରେ ବିକ୍ଷୋଭ କରିଥିଲେ। ବିକ୍ଷୋଭ ବେଳେ ପୋଲିସ ସେମାନଙ୍କ ଉପରେ ଲାଠିଚାର୍ଜ କରିଥିଲା। ଲାଠିମାଡ଼ ବେଳର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଅଭିଯୋଗକୁ ଡେପୁଟି ପୋଲିସ କମିଶନର ଧର୍ମେନ୍ଦ୍ର ମୀନା ଖଣ୍ଡନ କରିଛନ୍ତି। ବିକ୍ଷୋଭକାରୀମାନେ ପୋଲିସକୁ କର୍ତ୍ତବ୍ୟ ସମ୍ପାଦନରେ ବାଧା ଦେବା ସହ ଜଣେ ମହିଳାଙ୍କୁ ଅସଦାଚରଣ କରିଥିଲେ। ଏହାସହ ସରକାରୀ ସମ୍ପତ୍ତି ଭଙ୍ଗାରୁଜା କରିଥିଲେ। ଫଳରେ ପୋଲିସ ବାଧ୍ୟହୋଇ କାର୍ଯ୍ୟାନୁଷ୍ଠାନ ନେଇଥିଲା ବୋଲି ଡିସିପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri