କାରାଗାରରେ ଗାମୁଛା ବାନ୍ଧି ଝୁଲିପଡ଼ିଲେ

ସମ୍ବଲପୁର,୧୪ା୫(ବ୍ୟୁରୋ): ସମ୍ବଲପୁର ମଣ୍ଡଳ କାରାଗାରର ଜଣେ କଏଦୀ ରବିବାର ପାଇଖାନାକୁ ଶୌଚ ହେବାକୁ ଯାଇ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସଦର ଥାନା ତକବା ଗ୍ରାମର ଧରଣୀଧର ମହାନନ୍ଦ(୪୫)। ଏ ନେଇ ଧନୁପାଲି ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ଏହି ଘଟଣା ପରେ ମଣ୍ଡଳ କାରାଗାର କଏଦୀମାନଙ୍କ ପାଇଁ ଅସୁରକ୍ଷିତ ହୋଇପଡିଛି। କାର୍ଯ୍ୟରତ କର୍ମଚାରୀ ଓ ଦାୟିତ୍ୱରେ ଥିବା ଅଧିକାରୀଙ୍କ ଅବହେଳା ଯୋଗୁ ଜଣେ କଏଦୀ ଆତ୍ମହତ୍ୟା କରିବାରେ ସକ୍ଷମ ହେଲେ ବୋଲି ଆଲୋଚନା ହେଉଛି।

ମିଳିଥିବା ସୂଚନା ଅନୁସାରେ, ତକବା ଗ୍ରାମର ଧରଣୀଧରଙ୍କ ପାରିବାରିକ ସମ୍ପର୍କ ଭଲ ନ ଥିଲା। ଧରଣୀଧର ଛୋଟ ଛୋଟ କଥାକୁ ନେଇ ସ୍ତ୍ରୀଙ୍କ ସହିତ ବାରମ୍ବାର ଝଗଡ଼ା କରୁଥିଲେ। କିଛିଦିନ ତଳେ ସେ ଡାକ୍ତରଖାନା ଯିବାକୁ କହି ସ୍ତ୍ରୀଙ୍କ ପାଖରୁ ୫ ଶହ ଟଙ୍କା ନେଇଥିଲେ। ହେଲେ ଡାକ୍ତରଙ୍କ ପାଖକୁ ନ ଯାଇ ଉକ୍ତ ଟଙ୍କା ନିଶାଦ୍ରବ୍ୟ ସେବନରେ ଖର୍ଚ୍ଚ କରିଥିଲେ। ପରେ ପୁଣିଥରେ ସ୍ତ୍ରୀଙ୍କୁ ଟଙ୍କା ମାଗିଥିଲେ। ଟଙ୍କା ନ ଦେବାରୁ ଧରଣୀଧର ତାଙ୍କୁ ଟାଙ୍ଗିଆରେ ଆକ୍ରମଣ କରିଥିଲେ। ମେଡିକାଲରେ ଚିକିତ୍ସିତ ହୋଇ ସୁସ୍ଥ ହେବା ପରେ ତାଙ୍କ ସ୍ତ୍ରୀ ଥାନାରେ ଅଭିଯୋଗ କରିଥିଲେ। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଶନିବାର ଧରଣୀଧରଙ୍କୁ କୋର୍ଟ ଚାଲାଣ କରିଥିଲା। ସ୍ବାସ୍ଥ୍ୟ ପରୀକ୍ଷା ଓ ସମସ୍ତ କାଗଜପତ୍ର ପ୍ରକ୍ରିୟା ସରିବା ପରେ ରାତି ୧୦ଟାରେ ତାଙ୍କୁ ମଣ୍ଡଳ କାରାଗାରକୁ ପଠାଇ ଦିଆଯାଇଥିଲା। କାରାଗାରର ଗୋଟିଏ ହଲରେ ପ୍ରାୟ ୩୦ଜଣ କଏଦୀ ଏକାଠି ରାତିରେ ରହିଥିଲେ। ସକାଳେ ଧରଣୀଧର ଶୌଚ ପାଇଁ ପାଇଖାନାକୁ ଯାଇଥିଲେ। ଫେରିବାରେ ବିଳମ୍ବ ହେବାରୁ ଅନ୍ୟ ଜଣେ କଏଦୀ ପାଇଖାନା ପାଖକୁ ଯିବା ପରେ ସେ ବେକରେ ଗାମୁଛା ଲଗାଇ ସ୍କାଏଲାଇଟରେ ଝୁଲିପଡିଥିବା ଦେଖିବାକୁ ପାଇଥିଲେ। ପରେ ଜେଲ କର୍ମଚାରୀ ତାଙ୍କୁ ଜିଲା ସଦର ଡାକ୍ତରଖାନାକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ସମ୍ପର୍କରେ ଜେଲ ଅଧୀକ୍ଷକ ସନ୍ତୋଷ କୁମାର ବାରିକ କହିଛନ୍ତି, ଶନିବାର ରାତିରେ ଧରଣୀଧର ଜେଲକୁ ଆସିଥିଲେ। ସକାଳେ ଶୌଚଯିବା ସମୟରେ ଏଭଳି ଘଟଣା ଘଟିଛି। ମେଡିକାଲ ନିଆଯାଇଥିବାବେଳେ ଡାକ୍ତର ମୃତ ଘୋଷଣା କରିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri