ଜେଲରେ ଜୀବନ ହାରିଲେ କଏଦୀ

କେନ୍ଦୁଝର,୨୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କାରାଗାରରେ ବିଚାରାଧୀନ କଏଦୀ ଆତ୍ମହତ୍ୟା କରିଛନ୍ତି।କେନ୍ଦୁଝର ଜିଲା କାରାଗାରରେ ଜଣେ ବିଚାରାଧୀନ କଏଦୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇପଡିଥିଲେ। ତାଙ୍କୁ ଚିକିତ୍ସା ପାଇଁ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ହସ୍ପିଟାଲରେ ଶୁକ୍ରବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଅଜୟ ଦାସ(୨୫)। ତାଙ୍କ ଘର ସଦର ଥାନା ଅଧୀନ କାଠବାରି ପଞ୍ଚାୟତ ବୋଧବାହାଳି ଗ୍ରାମରେ ବୋଲି ଜଣାପଡିଛି। ଅଜୟ ନାବାଳିକା ଅସଦାଚରଣ ମାମଲାରେ ଗିରଫ ହୋଇ ଗତ ୧୧ ମାସ ହେଲା କେନ୍ଦୁଝର ଜେଲରେ ବିଚାରାଧୀନ କଏଦୀ ଭାବେ ରହିଥିଲେ।
ଶୁକ୍ରବାର ଅପରାହ୍ନରେ ଅଜୟ ଜେଲ ପରିସର ପାଇଖାନା ଟାଙ୍କିରେ ସଂଯୋଗ ଥିବା ଏକ ପାଇପ୍‌ରେ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ହେଲେ ଉପସ୍ଥିତ ଜେଲ ୱାର୍ଡର ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।
ଜେଲରେ ସୁରକ୍ଷାରେ ଅବହେଳା ଯୋଗୁ ଏହି ଅଘଟଣ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଜେଲ ପରିସରରେ ଲାଗିଥିବା ସିସିଟିଭି ଯାଞ୍ଚ କଲେ ଅଧିକ ତଥ୍ୟ ଲୋକଲୋଚନକୁ ଆସିପାରିବ ବୋଲି ପରିବାର ଲୋକେ କହିଛନ୍ତି। ଏନେଇ ଜେଲ ଅଧୀକ୍ଷକ କୁଅଁର ମାରାଣ୍ଡିଙ୍କୁ ପଚାରିବାରୁ ଅଜୟଙ୍କ ମାନସିକ ଅବସ୍ଥା ଭଲ ଥିଲା। ଘଟଣାର ତଦନ୍ତ ଚାଲିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଏଡ୍‌ସକୁ ନେଇ ଭ୍ରାନ୍ତ ଧାରଣା ଦୂର ହେବା ଜରୁରୀ: କୁଇଜ ପ୍ରତିଯୋଗିତା ଆୟୋଜିତ

ବଲାଙ୍ଗୀର, ୨୫।୯ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସରକାରୀ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ଏଡ୍ସ ସଚେତନତା ଓ ସମ୍ବେଦନଶୀଳତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଜିଲା ମୁଖ୍ୟ…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ନିଜ ନକ୍ଷତ୍ରରେ ଶନି କଲେ ପ୍ରବେଶ: ୩ ରାଶିଙ୍କ ପଲଟିଯିବ ଭାଗ୍ୟ, ବ୍ୟବସାୟରେ ବମ୍ପର ଲାଭ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ରାଶି ପରିବର୍ତ୍ତନଠାରୁ ଆରମ୍ଭ କରି ନକ୍ଷତ୍ର ଗୋଚରକୁ ମଧ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନାଯାଏ। ଶନିଙ୍କ ଗତିବିଧିର ପ୍ରଭାବ ୧୨ଟି ରାଶି ଉପରେ…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

ସଞ୍ଜୁଙ୍କୁ ଦେଖି ପାକିସ୍ତାନୀ ଫ୍ୟାନ୍‌ କହିଲେ ‘ଆଇ ଲଭ ୟୁ’: କଲେ ଏମିତି ଅନୁରୋଧ, ଶୁଣିକି ସମସ୍ତେ…ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୫।୯: ଜାପାନର ସାନୋ ସହରରେ ଖେଳାଯାଇଥିବା ଭାରତ-ଜାପାନ ଏକମାତ୍ର ଟି-୨୦ ମ୍ୟାଚ ପରେ ମୈଦାନ ବାହାରେ ଦେଖିବାକୁ ମିଳିଥିଲା ଏକ ମଜାଦାର ଦୃଶ୍ୟ। ଭାରତୀୟ ଷ୍ଟାର ବ୍ୟାଟର…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?