ଆତ୍ମହତ୍ୟା ଉଦ୍ୟମ କରିଥିବା କଏଦୀ ଗୁରୁତର

ଝାରସୁଗୁଡ଼ା ଅଫିସ,୮ା୮: ଝାରସୁଗୁଡ଼ା ଉପକାରାଗାରରେ ବିଚାରାଧୀନ କଏଦୀ ସୁରଜ କର(୨୫) ଗଳା ଓ ହାତକାଟି ଆମତ୍ହତ୍ୟା ଉଦ୍ୟମ କରିଥିଲେ। ଏହା ଜଣାପଡିବା ପରେ ଉପକାରାଗାର କର୍ତ୍ତୃପକ୍ଷ ତାଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଚିକିତ୍ସା ପରେ ଗଳାରେ ଗଭୀର କ୍ଷତ ସୃଷ୍ଟି ହୋଇଥିବାରୁ ତାଙ୍କୁ ବୁର୍ଲା ଭିମ୍‌ସାର୍‌କୁ ପଠାଇ ଦିଆଯାଇଛି ବୋଲି କଏଦୀଙ୍କୁ ଚିକତ୍ସା କରୁଥିବା ଡାକ୍ତର ଏସ୍‌ ସେଠ କହିଛନ୍ତି। ଏପରିକି ଭିମ୍‌ସାରରେ ତାଙ୍କର ଚିକିତ୍ସା ଜାରି ରହିଛି ବୋଲି ଉପକାରାଗାର ଏସ୍‌ପି ଲକ୍ଷ୍ମୀକାନ୍ତ ଧାଙ୍ଗଡା ମାଝି କହିଛନ୍ତି। ସେ ଆହୁରି କହିଛନ୍ତି, କଏଦୀ ସୁରଜ ନିଶାଖୋର ହୋଇଥିବାବେଳେ ଜେଲ୍‌ ଭିତରେ ଏଭଳି କାଣ୍ଡ ଘଟାଇଛନ୍ତି।

ସୂଚନାଯୋଗ୍ୟ, ସୁରଜ ଗତ ୨୮ତାରିଖରେ ବ୍ରଜରାଜନଗର ଥାନା ଲମଟିବାହାଲର ଏକ କପଡା ଦୋକାନରେ ଛୁରି ଦେଖାଇ ମାଲିକଙ୍କ ନିକଟରୁ ଟଙ୍କା ଲୁଟ୍‌ କରିଥିଲେ। ଏ ନେଇ ଦୋକାନ ମାଲିକ ଆର୍‌ ଆନନ୍ଦ ରାଓଙ୍କ ଅଭିଯୋଗକୁ ଭିତ୍ତିିକରି ପୋଲିସ୍‌ ଏକ ମାମଲା (ନଂ୨୩୩/୧୧) ରୁଜୁକରି ସୁରଜଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ୍‌ ହାଜତକୁ ପଠାଇ ଦିଆଯାଇଥିଲା ବୋଲି ଆଇଆଇସି ପ୍ରଦ୍ୟୁମ୍ନ କୁମାର ସ୍ବାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତେଲରେ ମିଶ୍ରଣ ଅଭିଯୋଗରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୨୫୭୩ ପେଟ୍ରୋଲ ପମ୍ପ ଉପରେ ଲାଗିଲା ରୋକ, ତାଲିକାରେ…

ନୂଆଦିଲ୍ଲୀ,୨୯।୮: ଦେଶରେ ମିଶ୍ରିତ ପେଟ୍ରୋଲ ବିକ୍ରି କରୁଥିବା ପେଟ୍ରୋଲ ପମ୍ପ ବିରୋଧରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନ ଧରି ପେଟ୍ରୋଲରେ ମିଶ୍ରଣ ଏବଂ ଏହା…

ସ୍କୁଲ ଛାତରୁ ପାଣି ଗଳୁଛି, ରାସ୍ତା ନାହିଁ: ଖବରଦାତାଙ୍କୁ ବାହାରକରି ଗେଟ୍‌ରେ ତାଲା ପକାଇଦେଲେ ପ୍ରଧାନ ଶିକ୍ଷୟିତ୍ରୀ

ଆନନ୍ଦପୁର,୨୯ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶାଳବଣି ପଞ୍ଚାୟତ ବାଲିପଶିସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥାରେ ଚାଲିଛି। ପରିବେଶ ସଫା କରାଯାଉ ନ ଥିବା…

ମୃତଦେହ ରଖିବାକୁ ସ୍ଥାନାଭାବ

କାଠମାଣ୍ଡୁ,୨୯ା୮: ନେପାଳ ବନ୍ୟାରେ ୫୪୭ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ସହ ଅନେକ ନିଖୋଜ ଥିବାବେଳେ ଭୋଟେକୋଶୀ ଏବଂ ତ୍ରିଶୂଳୀ ନଦୀ ପ୍ରଣାଳୀରୁ ବାହାର କରାଯାଇଥିବା ମୃତଦେହଗୁଡ଼ିକୁ ରଖିବା…

ମାଲିକ ଆଖି ମିଟିକାଇଲେ ଅନୁକରଣ କରନ୍ତି କୁକୁର: ସାମ୍ନାକୁ ଆସିଲା ଚମକପ୍ରଦ ଘଟଣା

ସିଡ୍‌ନୀ/ଲଣ୍ଡନ,୨୯ା୮: କୁକୁର ଏବଂ ମଣିଷଙ୍କ ସମ୍ପର୍କକୁ ନେଇ ଏକ ଚମକପ୍ରଦ ଗବେଷଣା ସାମ୍ନାକୁ ଆସିଛି। ମାଲିକ ଆଖିପତା ପକାଇବା ବା ଆଖି ମିଟିକାଇବା (ବ୍ଲିକିଂ) ଦେଖିଲେ କୁକୁରମାନେ…

ପୁସ୍ତକ ପ୍ରତ୍ୟାହାର ଅଭିଯୋଗକୁ ଫେଙ୍ଗୁଇନ୍‌ ଇଣ୍ଡିଆର ଖଣ୍ଡନ

ନୂଆଦିଲ୍ଲୀ, ୨୯।୮: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବହୁଚର୍ଚ୍ଚିତ ଜୀବନୀ ‘ବିଲଙ୍ଗିଙ୍ଗ୍‌:ଏ ଜର୍ଣ୍ଣି ଅଫ୍‌ ଲଭ୍‌’ ପ୍ରକାଶନକୁ ନେଇ ଆସିଥିବା ସମସ୍ତ ଗଣମାଧ୍ୟମ ରିପୋର୍ଟକୁ ପେଙ୍ଗୁଇନ ରାଣ୍ଡମ…

ମହାକାଶରେ ଫେଣା ତିଆରିକଲେ ୩,୩୦୧ ମହୁମାଛି

ୱାଶିଂଟନ, ୨୯ା୮: ବିଜ୍ଞାନ ଜଗତରେ ଅନେକ ଅଦ୍ଭୁତ ପରୀକ୍ଷଣ କରାଯାଇଛି, କିନ୍ତୁ ମହାକାଶକୁ ମହୁମାଛି ପଠାଇବା ସବୁଠାରୁ ନିଆରା ଥିଲା। ଆମେରିକାର ଜାତୀୟ ମହାକାଶ ସଂସ୍ଥା ‘ନାସା’…

ଜୁଏଲଙ୍କ ସାଂଘାତିକ ବୟାନ : ଯିଏ ଅପଦସ୍ଥ କରିବ ତାକୁ ଜାଳିି…

ଭୁବନେଶ୍ୱର, ୨୯।୮(ସୁନିତ୍‌ ମିଶ୍ର): ସମସ୍ତଙ୍କୁ ରକ୍ଷାବନ୍ଧନ ଉପଲକ୍ଷେ ଅଭିନନ୍ଦନ। ରାଉରକେଲାରେ କିଛିଦିନ ହେବ କେତେଜଣ ଲୋକ ପଇସାପତ୍ର ଖର୍ଚ୍ଚକରି ମତେ ବଦନାମ କରିବାକୁ ଚେଷ୍ଟା କରୁଛନ୍ତି ବୋଲି…

ସ୍କୁଲ ସମୟରେ ୯ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ପରିସ୍ରା କରିବାକୁ ଯାଇଥିବା ବେଳେ…

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ଅଧୀନ ଏକ ଉଚ୍ଚ ବିଦ୍ୟାଳୟରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ୨୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri