୬ ଦିନ ପରେ ଧରାପଡ଼ିଲେ ଫେରାର କଏଦୀ

ଭବାନୀପାଟଣା,୧୭।୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ମଦନପୁର ରାମପୁର ସବ୍‌ ଜେଲ ପାଚେରି ଡେଇଁ ଜଣେ ବିଚାରାଧୀନ କଏଦୀ ଗତ ୧୧ ତାରିଖରେ ଚମ୍ପଟ ମାରିଥିଲେ। ଫେରାର୍‌ କଏଦୀ ଜଣକ ନର୍ଲା ଥାନା ରୁପ୍ରା ରୋଡ ଅଞ୍ଚଳର ବିଶ୍ୱାମିତ୍ର ମାଝୀ ବୋଲି ଜଣାପଡିଥିଲା।
ନର୍ଲା ଥାନା ଅଧିକାରୀ ଗଙ୍ଗାଧର ମେହେରଙ୍କ ନେତୃତ୍ୱରେ ଏକ ଟିମ୍‌ ତଦନ୍ତ ଆରମ୍ଭ କରିଥିଲା। କୌଣସି ସୂତ୍ରରୁ ଖବର ପାଇ ଶୁକ୍ରବାର ଚିଆପଦର ଗ୍ରାମରୁ ଫେରାର କଏଦୀ ବିଶାମିତ୍ରଙ୍କୁ ନର୍ଲା ପୋଲିସ ୬ ଦିନ ପରେ ଗିରଫ କରିଛି। ଏକ ଘରୋଇ ଗଣ୍ଡଗୋଳ ମାମଲାରେ ନର୍ଲା ପୋଲିସ ବିଶାମିତ୍ରକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ତେବେ ନିର୍ଯାତନାରେ ଅତିଷ୍ଠ ହୋଇ ପରିବାର ଲୋକେ ହିଂସ୍ରକ ସାଜିଥିବା ଅଭିଯୁକ୍ତ ବିଶାମିତ୍ରର ଜାମିନ ଆବେଦନ କରି ନ ଥିଲେ । ଫଳରେ ଗତ ଡିସେମ୍ବରରୁ ସେ ମଦନପୁର ରାମପୁର ସବ୍‌ ଜେଲରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

ଯୌତୁକ ପାଇଁ ନିର୍ଯ୍ୟାତନା ପରେ  ସ୍ତ୍ରୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା ଉଦ୍ୟମ: ସ୍ବାମୀ ଗଲେ ଜେଲ 

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଶୁଣ୍ଡିପଲ୍ଲୀ ଗ୍ରାମର ବର୍ଷା ସିଂ(୨୦)ଙ୍କୁ ଯୌତୁକ ପାଇଁ ଶ୍ବଶୁର ଘର ଲୋକେ ଶାରୀରିକ ଓ ମାନସିକ ନିର୍ଯ୍ୟାତନା…

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

ଶିକ୍ଷକ ଅଭାବ ପାଠ ପଢ଼ାରେ ସମସ୍ୟା : ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୩ ଜଣ ଶିକ୍ଷକ

ରିଷିଡା, ୩/୭ (ସୁଶାନ୍ତ ମଲ୍ଲିକ): ଶିକ୍ଷକ ଅଭାବ ଯୋଗୁଁ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ବିଦ୍ୟାଳୟରେ ଶିକ୍ଷାଦାନ ବ୍ୟାହତ ହେଉଥିବା ଅଭିଯୋଗ ହୋଇଛି। କେଉଁଠି…

ଜନଗଣନା ହ୍ୟାଣ୍ଡବୁକ: ଜିଲାରେ ୨୩୭ ଅଧିକାରୀ ନେଲେ…

ଭଞ୍ଜନଗର,୩ା୭(ବାବୁଲା ପ୍ରଧାନ): ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ଉପଖଣ୍ଡସ୍ତରୀୟ ଜନଗଣନା ଅବସରରେ ଜିଲା ଜନଗଣନା ପୁସ୍ତିକା ପ୍ରସ୍ତୁତିକୁ ସୂଚାରୁ ଓ ତ୍ରୁଟିମୁକ୍ତ କରିବା ଉଦ୍ଦେଶ୍ୟରେ ପ୍ରଶିକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri