ଚିକିତ୍ସା ଅବହେଳାରୁ କଏଦୀ ମୃତ୍ୟୁ ମାମଲା: ସ୍ତ୍ରୀଙ୍କୁ ୨୦ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୭।୧୧(କାର୍ତ୍ତିକ ସାହୁ): ଜେଲରେ ଚିକିତ୍ସା ଅବହେଳାରୁ କଏଦୀଙ୍କ ମତ୍ୟୁ ମାମଲାରେ ହାଇକୋର୍ଟ ମୃତ ବ୍ୟକ୍ତିଙ୍କ ସ୍ତ୍ରୀଙ୍କୁ ୨୦ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟର ବିଚାରପତି ବିରଜା ପ୍ରସନ୍ନ ଶତପଥୀ କ୍ଷତିପୂରଣ ୬ ସପ୍ତାହ ମଧ୍ୟରେ ଦେବାକୁ ଜେଲ କର୍ତ୍ତୃପକ୍ଷଙ୍କୁ ନିଦ୍ଦେର୍ର୍ଶ ଦେଇଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ ଯେ, ଆବେଦନକାରିଣୀଙ୍କ ସ୍ବାମୀ ଓପେଗା ଏବଂ ପାମସୋର ପଞ୍ଚାୟତ ନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟ କରୁଥିଲେ। ଏକ ଘଟଣାରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ୨୦୧୬ ସେପ୍ଟେମ୍ବର ୨୦ରେ ପିପିଲି ଥାନା ପୋଲିସ ଗିରଫ କରି ନିମାପଡ଼ା ଉପକାରାଗାରରେ ରଖାଯାଇଥିଲା। ସେଠାରେ ସ୍ବାସ୍ଥ୍ୟବସ୍ଥା ବିଗିଡ଼ିବାରେ ଲାଗିଥିଲା। ସେ ମଧୁମେହ ରୋଗରେ ପୀଡ଼ିତ ହୋଇଥିଲେ ମଧ୍ୟ ଦୀର୍ଘଦିନ ଧରି ଠିକ ଭାବେ ତାଙ୍କର ଚିକିତ୍ସା କରାଯାଇ ନ ଥିଲା। ଫଳରେ ତାଙ୍କ ସ୍ବାସ୍ଥ୍ୟ କ୍ରମାଗତ ଭାବେ ଖରାପ ହୋଇଥିଲା। ମୃତକଙ୍କ ପତ୍ନୀ ପିପିଲି ଜେଏମ୍‌ଏଫସି ଅଦାଲତରେ ଏନେଇ ଆବେଦନ କରିବା ପରେ ଅଦାଲତଙ୍କ ନିର୍ଦ୍ଦେଶକ୍ରମେ ୨୦୧୭ ଜାନୁଆରୀ ୨୫ରେ ପ୍ରଥମେ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ପରେ କଟକ ଏସ୍‌ବି ମେଡିକାଲକୁ ରେଫର କରାଯାଇଥିଲା।
ସେଠାରେ ୨୦୧୭ ଜାନୁଆରୀ ୨୬ରେ କଏଦୀଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ଆବେଦନକାରିଣୀ ତାଙ୍କ ସ୍ବାମୀଙ୍କ ମୃତ୍ୟୁ ପାଇଁ ଜେଲ କର୍ତ୍ତୃପକ୍ଷଙ୍କୁ ଦାୟୀ କରି ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ସ୍ବାମୀଙ୍କୁ ଉପଯୁକ୍ତ ଚିକିତ୍ସା ନ ମିଳିବାରୁ ମତ୍ୟୁ ହୋଇଛି ବୋଲି ଅଭିଯୋଗ କରିଥିଲେ। ଏଥିପାଇଁ ତାଙ୍କୁ କ୍ଷତିପୂରଣ ବାବଦକୁ ୫୦ ଲକ୍ଷ ଟଙ୍କା ଦେବାକୁ ପ୍ରାର୍ଥନା କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri