ଜଳଖିଆ ଖାଇବା ପରେ ଜୀବନ ହାରିଲେ କଏଦୀ

ଭଞ୍ଜନଗର,୨୧।୧୧(ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ବତନ୍ତ୍ର ଉପ କାରାଗାରରେ ସୋମବାର ଜଣେ ବିଚାରାଧୀନ କଏଦୀ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଭଞ୍ଜନଗର ଥାନା ଅନ୍ତର୍ଗତ ଡୁମାକୁମ୍ପାର ତୋଫାନ ନାଇକ (୩୦)। ତୋଫାନଙ୍କ ବେକରେ ଦାଗ ରହିଛି। ସେ ଅଣ୍ଟାରେ ପିନ୍ଧିଥିବା ନାଇଲନ୍‌ ସୂତାକୁ ବେକରେ ବାନ୍ଧି ଶୌଚାଳୟ ନିକଟ ଝରକାରେ ଓହଲି ପଡ଼ିଥିଲେ। ଏହା ଜାଣି ଜେଲ୍‌ କର୍ମଚାରୀ ତୁରନ୍ତ ତାଙ୍କୁ ଭଞ୍ଜନଗର ମେଡ଼ିକାଲକୁ ନେଇଥିଲେ। ସେଠାରେ ତୋଫାନଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ତୋଫାନ କାହିଁକି ଆତ୍ମହତ୍ୟା କଲେ ତାହା ଜଣାପଡିନାହିଁ।
୨୦୨୦ରେ ତୋଫାନ ଏବଂ ତାଙ୍କର ଜଣେ ସାଙ୍ଗ ମିଶି ଭୁବନେଶ୍ୱରରେ ରହୁଥିଲେ। ସେଠାରେ କୌଣସି ଏକ କଥାକୁ ନେଇ ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ସାଙ୍ଗଙ୍କୁ ଆକ୍ରମଣ କରିଥିବା ନେଇ ଭୁବନେଶ୍ୱରରେ ତାଙ୍କ ବିରୋଧରେ ହତ୍ୟା ଉଦ୍ୟମ ମାମଲା ରୁଜୁ ହୋଇଥିଲା। ଆସନ୍ତା ୨୬ ତାରିଖ ସୁଦ୍ଧା ତୋଫାନଙ୍କୁ କୋର୍ଟରେ ହାଜର କରିବା ପାଇଁ ୱାରେଣ୍ଟ ଜାରି ହୋଇଥିଲା। ଭଞ୍ଜନଗର ପୋଲିସ ଗତ ଶନିବାର ତୋଫାନଙ୍କୁ ଗିରଫ କରିଥିଲା। ସେ ଭଞ୍ଜନଗର ଜେଲରେ ବିଚାରାଧୀନ ବନ୍ଦୀ ଭାବେ ରହିଥିଲେ। ସେଠାରୁ ତାଙ୍କୁ ଭୁବନେଶ୍ୱର ଜେଲକୁ ପଠାଯିବାର ଥିଲା। ସୋମବାର ସକାଳ ପ୍ରାୟ ୯ଟାରେ ଜେଲରେ ତୋଫାନ ଅନ୍ୟମାନଙ୍କ ସହ ମିଶି ଜଳଖିଆ ଖାଇଥିଲେ। ପରେ ସେ ଶୌଚାଳୟ ନିକଟକୁ ଯାଇ ଆତ୍ମହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଣିକ ସଂଘର ନୂତନ କର୍ମକର୍ତ୍ତା ମନୋନୀତ: ସଂକ୍ଷିପ୍ତ ସଭାପତି, ରବୀନ୍ଦ୍ର ସମ୍ପାଦକ

ଲୋଇସିଂହା,୩୦ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଗାଈଖାଇ ଇକୋଟୁରିଜମ୍‌ ପ୍ରକଳ୍ପଠାରେ ଲୋଇସିଂହା ବଣିକ ସଂଘର ବାର୍ଷିକ ଅଧିବେଶନ ପୂର୍ବତନ ସଭାପତି ମୋହିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।...

IPL 2026 ପୂର୍ବରୁ CSKକୁ ବଡ଼ ଝଟକା!

ନୂଆଦିଲ୍ଲୀ,୩୦।୧୨:ଝାଡ଼ଖଣ୍ଡ ଏବଂ ପୁଡୁଚେରୀ ବିଜୟ ହଜାରେ ଟ୍ରଫି ୨୦୨୫-୨୫ର ଗ୍ରୁପ ପର୍ଯ୍ୟାୟରେ ସୋମବାର, ଡିସେମ୍ବର ୨୯, ୨୦୨୫ରେ ମୁହାଁମୁହିଁ ହୋଇଥିଲେ, ଯେଉଁଥିରେ ଝାଡ଼ଖଣ୍ଡ ୧୨୩ ରନର...

୧୩ ଦିନ ହେବ କୁଆଡ଼େ ପଳାଇଛନ୍ତି ଓଁକାର: ଚିନ୍ତାରେ ପରିବାର

ନୂଆପଡ଼ା/କୋମନା,୩୦।୧୨(ମକାରୁ ବେମାଲ/ ମହେଶ ବାଗ):ନୂଆପଡା ଜିଲା କୋମନା ଥାନା ଜେଠୁପାଲି ଗାଁର ଓଁକାର ତାଣ୍ଡି (୨୩) ଗତ ବୁଧବାର ୧୭ ତାରିଖ ରାତି ୮ରୁ ନିଖୋଜ...

ଗୌତମ ଗମ୍ଭୀରଙ୍କର ହେବ ନାହିଁ କୌଣସି କ୍ଷତି, ସମର୍ଥନରେ ବାହାରିଲେ ବିସିସିଆଇ ଅଧିକାରୀ

ନୂଆଦିଲ୍ଲୀ,୩୦।୧୨: ଘରୋଇ ଟେଷ୍ଟ ସିରିଜରେ ବିପର୍ଯ୍ୟୟଜନକ ପରାଜୟ ପରେ, ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଛି। ରିପୋର୍ଟରେ ଏହା ମଧ୍ୟ...

ସରକାରଙ୍କ ନିକଟରେ ନେହୁରା ହେଲେ ନିରଞ୍ଜନ: ମାଗିଲେ ସହାୟତା

ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ...

କିଏ ଥିଲେ ଖାଲେଦା ଜିଆଙ୍କ ସ୍ବାମୀ ଜିଆ ଉର ରେହମାନ? ପାକିସ୍ତାନୀ ସେନା ବିରୋଧରେ ବିଦ୍ରୋହ, ପରେ ବିଏନପି ଗଠନ, ଶେଷରେ…

ଡାକା,୩୦।୧୨: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ଦେହାନ୍ତ ହୋଇଛି। ସେ ଅନେକ ରୋଗ ସହିତ ଲଢୁଥିଲେ। ଉଲ୍ଲେଖନୀୟ ଯେ ତାଙ୍କ ମୃତ୍ୟୁର କିଛି ଦିନ...

ଖୁବ ଷ୍ଟାଇଲିସ ଥିଲେ ଖାଲେଦା ଜିଆ, ହାଲ୍‌କା ଶାଢିକୁ ବଡ଼ ବଡ଼ ସନ୍‌ଗ୍ଲାସ, ପୂରା ସାଉଥ ଏସିଆର ଚର୍ଚ୍ଚିତ ଷ୍ଟାଇଲ ଥିଲା…

ଢାକା,୩୦।୧୨: ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଏବଂ ବିଏନପି ମୁଖ୍ୟ ଖାଲେଦା ଜିଆଙ୍କୁ ପ୍ରାୟତଃ ରାଜନୀତି, ସଂଘର୍ଷ ଏବଂ ଶକ୍ତିର ପ୍ରତୀକ ଭାବରେ ଦେଖାଯାଏ। ତଥାପି, ତାଙ୍କର...

ବାରଙ୍ଗ ଅତିରିକ୍ତ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୪ଟି ସ୍ଥାନରେ ଚଢାଉ

ଭୁବନେଶ୍ବର,୩୦।୧୨: ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ  କରିଛି । ବେଆଇନ ସମ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri