ଜଳଖିଆ ଖାଇବା ପରେ ଜୀବନ ହାରିଲେ କଏଦୀ

ଭଞ୍ଜନଗର,୨୧।୧୧(ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ବତନ୍ତ୍ର ଉପ କାରାଗାରରେ ସୋମବାର ଜଣେ ବିଚାରାଧୀନ କଏଦୀ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଭଞ୍ଜନଗର ଥାନା ଅନ୍ତର୍ଗତ ଡୁମାକୁମ୍ପାର ତୋଫାନ ନାଇକ (୩୦)। ତୋଫାନଙ୍କ ବେକରେ ଦାଗ ରହିଛି। ସେ ଅଣ୍ଟାରେ ପିନ୍ଧିଥିବା ନାଇଲନ୍‌ ସୂତାକୁ ବେକରେ ବାନ୍ଧି ଶୌଚାଳୟ ନିକଟ ଝରକାରେ ଓହଲି ପଡ଼ିଥିଲେ। ଏହା ଜାଣି ଜେଲ୍‌ କର୍ମଚାରୀ ତୁରନ୍ତ ତାଙ୍କୁ ଭଞ୍ଜନଗର ମେଡ଼ିକାଲକୁ ନେଇଥିଲେ। ସେଠାରେ ତୋଫାନଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ତୋଫାନ କାହିଁକି ଆତ୍ମହତ୍ୟା କଲେ ତାହା ଜଣାପଡିନାହିଁ।
୨୦୨୦ରେ ତୋଫାନ ଏବଂ ତାଙ୍କର ଜଣେ ସାଙ୍ଗ ମିଶି ଭୁବନେଶ୍ୱରରେ ରହୁଥିଲେ। ସେଠାରେ କୌଣସି ଏକ କଥାକୁ ନେଇ ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ସାଙ୍ଗଙ୍କୁ ଆକ୍ରମଣ କରିଥିବା ନେଇ ଭୁବନେଶ୍ୱରରେ ତାଙ୍କ ବିରୋଧରେ ହତ୍ୟା ଉଦ୍ୟମ ମାମଲା ରୁଜୁ ହୋଇଥିଲା। ଆସନ୍ତା ୨୬ ତାରିଖ ସୁଦ୍ଧା ତୋଫାନଙ୍କୁ କୋର୍ଟରେ ହାଜର କରିବା ପାଇଁ ୱାରେଣ୍ଟ ଜାରି ହୋଇଥିଲା। ଭଞ୍ଜନଗର ପୋଲିସ ଗତ ଶନିବାର ତୋଫାନଙ୍କୁ ଗିରଫ କରିଥିଲା। ସେ ଭଞ୍ଜନଗର ଜେଲରେ ବିଚାରାଧୀନ ବନ୍ଦୀ ଭାବେ ରହିଥିଲେ। ସେଠାରୁ ତାଙ୍କୁ ଭୁବନେଶ୍ୱର ଜେଲକୁ ପଠାଯିବାର ଥିଲା। ସୋମବାର ସକାଳ ପ୍ରାୟ ୯ଟାରେ ଜେଲରେ ତୋଫାନ ଅନ୍ୟମାନଙ୍କ ସହ ମିଶି ଜଳଖିଆ ଖାଇଥିଲେ। ପରେ ସେ ଶୌଚାଳୟ ନିକଟକୁ ଯାଇ ଆତ୍ମହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି…

ଥୁଆମୂଳ ରାମପୁରରେ ମା’ ମାଣିକେଶ୍ୱରୀଙ୍କ ବାଲିଯାତ୍ରା ଓ ଦଶହରା ପୂଜାସୂଚୀ ପ୍ରକାଶିତ, ଝାମୁଯାତ୍ରା…

ଥୁଆମୂଳ ରାମପୁର,୧୬।୯(ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲାର ପ୍ରସିଦ୍ଧ ଆଧ୍ୟାତ୍ମିକ ପୀଠ ଇଷ୍ଟଦେବୀ ହେଉଛନ୍ତି ମା’ ମାଣିକେଶ୍ୱରୀ । ଥୁଆମୂଳ ରାମପୁର ଠାରେ ଚଳିତ ୨୦୨୬ ବର୍ଷର…

ମା’ ରାମଚଣ୍ଡୀ ଶକ୍ତିପୀଠର ନୂତନ କର୍ମକର୍ତ୍ତା ଚୟନ; ପୁଣି ସଭାପତି ହେଲେ ସିଏଚ ଦୟାନନ୍ଦ, ବିମଳ ପଣ୍ଡା ସମ୍ପାଦକ

ଗଞ୍ଜାମ/ଛତ୍ରପୁର,୧୬।୯(ବିଦ୍ୟାଧର ସାହୁ/ଦିଲ୍ଲୀପି ସାମଲ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ପୂଜା କମିଟିର ନୂତନ କର୍ମକର୍ତ୍ତା ଚୟନ ଓ ମା’ଙ୍କ ଷୋଡଶଦିନାତ୍ମକ ପୂଜା ନିମନ୍ତେ…

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

ଦେଶରେ ହଇଚଇ! Gen-Z ଙ୍କୁ ନୂଆ ମେସେଜ୍ ଦେଲେ ଓୱେସି, ଯିଏ ସ୍ତ୍ରୀଙ୍କ କଥା ମାନି ଚଳେ….

ଭୋପାଳ,୧୬।୯: ୟୁନିଫର୍ମ ସିଭିଲ୍ କୋଡ୍ (UCC) ବିରୋଧରେ ଭୋପାଳରେ ଆୟୋଜିତ ରାଲିରେ AIMIM ମୁଖ୍ୟ ତଥା ଲୋକସଭା ଏମପି ଅସଦୁଦ୍ଦିନ ଓୱେସି Gen Z ଯୁବପିଢ଼ିଙ୍କୁ ସମ୍ବୋଧିତ…

ଆଶାକର୍ମୀଙ୍କୁ ବଡ଼ ଉପହାର, ୨ଗୁଣା ବଢିଲା ଦରମା; ଏବେ ମିଳିବ…

ନୂଆଦିଲ୍‌ଲୀ,୧୬।୯: ଆଶା କର୍ମୀ (ASHA Workers) ମାନଙ୍କୁ ଏକ ବଡ଼ ଉପହାର। ଦିଲ୍ଲୀ ସରକାର ଆଶା କର୍ମୀମାନଙ୍କୁ ମିଳୁଥିବା ମାସିକ ପ୍ରୋତ୍ସାହନ ଭତ୍ତାକୁ ୩,୦୦୦ ଟଙ୍କାରୁ ବୃଦ୍ଧି…

ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂଆ କର୍ମକର୍ତ୍ତା: ଭୁବନେଶ୍ୱର ରାଲିରେ ଯୋଗ ଦେବାକୁ ଆହ୍ବାନ

ଛତ୍ରପୁର,୧୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ (ଏକ୍ସ-କ୍ୟାଡର)ର ଏକ ଜରୁରୀ ବୈଠକ ବୁଧବାର ଯଜ୍ଞଶାଳା କଳ୍ପବଟ ଆଶ୍ରମ ପରିସରରେ ସଂଘର…

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ, ପ୍ରଶାସନକୁ ଘେରିଲା କଂଗ୍ରେସ

ହିଞ୍ଜିଳିକାଟୁ, ୧୬।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବୁଧବାର ପୂର୍ବାହ୍ନରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଘଟିଛି ଅଘଟଣ। ହିଞ୍ଜିଳିକାଟୁ ନିକଟ ଘୋଡ଼ାହାଡ଼ ନଦୀରେ ବୁଡ଼ି ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?