Posted inଜାତୀୟ

ଜେଲରେ ଜୀବନସାଥୀଙ୍କ ସହ ସମୟ ବିତାଇପାରିବେ କଏଦୀ, ଦିଲ୍ଲୀ ସରକାର ଆଣିପାରନ୍ତି ପ୍ରସ୍ତାବ

ନୂଆଦିଲ୍ଲୀ,୧୪।୧୦: ନିକଟରେ ଦିଲ୍ଲୀ ସରକାର ଦିଲ୍ଲୀ ହାଇକୋର୍ଟଙ୍କୁ କହିଛନ୍ତି, ଜେଲର ମହାନିର୍ଦ୍ଦେଶକ (ଡିଜି) କଏଦୀଙ୍କ ବୈବାହିକ ପରିଦର୍ଶନ ଅଧିକାର ସମ୍ପର୍କରେ ଗୃହ ବିଭାଗକୁ ଏକ ପ୍ରସ୍ତାବ ପଠାଇଛନ୍ତି। ଜେଲ ପରିପ୍ରେକ୍ଷୀରେ, ବୈବାହିକ ପରିଦର୍ଶନର ଅର୍ଥ ହେଉଛି ଜଣେ କଏଦୀଙ୍କୁ ତାଙ୍କ ଜୀବନସାଥୀ ସହିତ ଏକାକୀ ସମୟ ବିତାଇବାକୁ ଅନୁମତି ଦେବା ସହ ଶାରୀରିକ ସମ୍ପର୍କ ଏବଂ ପ୍ରସବ ପାଇଁ ଅନୁମତି ଦେଇଥାଏ।

ଦିଲ୍ଲୀ ହାଇକୋର୍ଟର ମୁଖ୍ୟ ବିଚାରପତି ସତୀଶ ଚନ୍ଦ୍ର ଶର୍ମା ଏବଂ ଜଷ୍ଟିସ ସଞ୍ଜୀବ ନରୁଲାଙ୍କ ବେଞ୍ଚ କହିଛନ୍ତି, ଆବଶ୍ୟକ ନିର୍ଦ୍ଦେଶନାମା ଜାରି କରିବା ପୂର୍ବରୁ ଗୃହ ମନ୍ତ୍ରଣାଳୟକୁ ଏନେଇ ପ୍ରସ୍ତାବ ପଠାଯିବ। ଏଥିପାଇଁ ସରକାର ୬ସପ୍ତାହ ସମୟ ମାଗିଛନ୍ତି।
ସୂଚନାଯୋଗ୍ୟ, କଏଦୀ ତାଙ୍କ ସ୍ବାମୀ କିମ୍ବା ସ୍ତ୍ରୀଙ୍କ ବୈବାହିକ ମୌଳିକ ଅଧିକାର ଭାବରେ ଜେଲରେ ବୈବାହିକ ସମ୍ପର୍କ ରଖିବା ନେଇ ୨୦୧୯ରେ ଆଇନଜୀବୀ ତଥା ସାମାଜିକ କାର୍ଯ୍ୟକର୍ତ୍ତା ଅମିତ ସାହନିଙ୍କ ଦ୍ୱାରା ଦାଖଲ ହୋଇଥିବା ଏକ ପିଟିଶନର ଶୁଣାଣି ସମୟରେ ଏହି ଯୁକ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri