Posted inଖେଳ

ପୃଥ୍ବୀ ଶ’ଙ୍କୁ ଆକ୍ରମଣ ମାମଲା: ୨ ଦିନିଆ ରିମାଣ୍ଡରେ ସପ୍‌ନା

ମୁମ୍ବାଇ,୧୯।୨: ସେଲ୍‌ଫି ଉଠାଇବାକୁ କେନ୍ଦ୍ରକରି ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କୁ ଆକ୍ରମଣ ମାମଲାରେ ଶନିବାର ପୋଲିସ ଚତୁର୍ଥ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହା ସହିତ ସପନା ଗିଲ୍‌ଙ୍କୁ ଦୁଇ ଦିନିଆ ରିମାଣ୍ଡରେ ପଠାଯାଇଛି। ସେଲ୍‌ଫି ନେବାକୁ କେନ୍ଦ୍ରକରି ଶୋଭିତ ଠାକୁର ଏବଂ ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ସପନା ଗିଲ୍‌ ଅନ୍ୟମାନଙ୍କ ସହିତ ମିଶି ପୃଥ୍ବୀଙ୍କୁ ଆକ୍ରମଣ କରିଥିଲେ। ଅଭିଯୋଗ ପରେ ଗୁରୁବାର ସନ୍ଧ୍ୟାରେ ସପନାଙ୍କୁ ଓଶିଓ୍ବାରା ପୋଲିସ ଷ୍ଟେଶନରେ ଅଟକ ରଖାଯାଇ ପରେ ଗିରଫ କରାଯାଇଥିଲା। ମାମଲାରେ ସମ୍ପୃକ୍ତ ଅନ୍ୟ ୪ ଜଣ ଫେରାର ଅଛନ୍ତି। ଉଲ୍ଲେଖଯୋଗ୍ୟ, ଗୁରୁବାର ମୁମ୍ବାଇ ବିମାନବନ୍ଦରର ଏକ ବିଳାସପୂର୍ଣ୍ଣ ହୋଟେଲରେ ପୃଥ୍ବୀ ରହିଥିବାବେଳେ ଶୋଭିତ୍‌ ଠାକୁର ଏବଂ ସପନା ଗିଲ୍‌ ସେଲ୍‌ଫି ପାଇଁ ନିକଟକୁ ଆସିଥିଲେ। ସେଲ୍‌ଫି ନେବା ପରେ ମଧ୍ୟ ଉଭୟ ପୃଥ୍ବୀଙ୍କୁ ଛାଡ଼ି ନ ଥିଲେ। ହୋଟେଲ କର୍ମଚାରୀଙ୍କ ନିକଟରେ ଅଭିଯୋଗ ପରେ ଉଭୟଙ୍କୁ ବାହାର କରାଯାଇଥିଲା। ପୃଥ୍ବୀ ହୋଟେଲରୁ ବାହାରିବା ପରେ ଉଭୟ ଅନ୍ୟମାନଙ୍କ ସହିତ ମିଶି ତାଙ୍କ ଗାଡ଼ିକୁ ପିଛା କରିଥିଲେ। ପରେ ଏକ ବେସ୍‌ବଲ ବ୍ୟାଟ୍‌ରେ ଆକ୍ରମଣ କରିବା ସହିତ ଗାଡ଼ିର ଓ୍ବିଣ୍ଡ ସିଲ୍ଡ ଭାଙ୍ଗି ଦେଇଥିଲେ। ପୃଥ୍ବୀଙ୍କ ସାଙ୍ଗ ଆଶିଷ ଯାଦବ ଏନେଇ ଥାନାରେ ମାମଲା ରୁଜୁ କରିଥିଲେ। ସପନା ଓ ଶୋଭିତ୍‌ ଅଭିଯୋଗକୁ ଖଣ୍ଡନ କରିବା ସହିତ ପୃଥ୍ବୀ ଶ’ ନିଶାରେ ଥିଲେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ର ନୂଆ ‘ରେକର୍ଡ କିଙ୍ଗ୍‌’ ହେବେ ବୈଭବ ସୂର୍ଯ୍ୟବଂଶୀ! ଖେଳାଳିଙ୍କ ବିସ୍ଫୋରକ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ, ୬।୮: ଜୋସ ବଟଲର ଟି-୨୦ କ୍ରିକେଟ ଇତିହାସର ସବୁଠାରୁ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି। ୱେଲ୍ସ ଫାୟାର ବିପକ୍ଷ ମ୍ୟାଚରେ ମାଞ୍ଚେଷ୍ଟର ସୁପର ଜାୟାଣ୍ଟସ…

ବୈଭବଙ୍କ ଅବସ୍ଥା ଏଭଳି ହେବ, କରାଇଲେ ସତର୍କ; ଦିଗ୍ଗଜଙ୍କ ବୟାନକୁ ନେଇ କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୬।୮: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ଅନ୍ତର୍ଜାତୀୟ କ୍ରିକେଟରେ ହଇଚଇ ସୃଷ୍ଟି କରିଛନ୍ତି। ଏହା ସହିତ ସେ ଭାରତୀୟ ପୁରୁଷ ଦଳର ସବୁଠାରୁ କମ…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

ବିଶ୍ୱକପ ପୂର୍ବରୁ ଅଜିତ ଅଗରକରଙ୍କୁ ଯଦି ବାଦ ଦିଆଯାଏ, ତେବେ ଟିମ ଇଣ୍ଡିଆର ନୂଆ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ୩ ନାମକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୮: ଭାରତୀୟ କ୍ରିକେଟରେ ପରିବର୍ତ୍ତନର ସମୟ ଆସିଯାଇଛି ବୋଲି ମନେ ହେଉଛି। ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କୁ ତାଙ୍କ ପଦବୀରୁ ହଟାଯାଇପାରେ। ବିସିସିଆଇ ତାଙ୍କ…

ପୁଣି ଚର୍ଚ୍ଚାକୁ ଆସିଲେ ବୈଭବ ସୂର୍ଯ୍ୟବଂଶୀ, ପୂର୍ବତନ କ୍ରିକେଟରଙ୍କ ମନ୍ତବ୍ୟରେ ଉଠିଲା ଝଡ଼, ଏଥର…

ନୂଆଦିଲ୍ଲୀ,୫।୮: ଭାରତୀୟ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ପୁଣି ଥରେ ଚର୍ଚ୍ଚାରେ ଆସିଛନ୍ତି। ଏଥର ତାଙ୍କ ପ୍ରଦର୍ଶନ ଅପେକ୍ଷା ଅନ୍ତର୍ଜାତିକ କ୍ରିକେଟରେ ଡେବ୍ୟୁକୁ ନେଇ ଅଧିକ ଚର୍ଚ୍ଚା…

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri