Posted inଖେଳ

ଚମକିଲେ ଓ୍ବାର୍ନର, କୋଲକତାକୁ ୨୧୬ ରନ୍‌ର ଟାର୍ଗେଟ

ମୁମ୍ବାଇ,୧୦।୪: ଆଇପିଏଲ୍‌ ୨୦୨୨ରେ ରବିବାର କୋଲକାତା ନାଇଟ ରାଇଡର୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ମୁମ୍ବାଇର ବ୍ରାବୋର୍ନ ଷ୍ଟାଡିୟମରେ ଏକ ମ୍ୟାଚ୍‌ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଦିଲ୍ଲୀ ପ୍ରଥମେ ବ୍ୟାଟିଂ କରି କୋଲକତାକୁ ୨୧୬ ରନ୍‌ର ବିଜୟ ଲକ୍ଷ୍ୟ ଦେଇଛି। ଡେଭିଡ ଓ୍ବାର୍ନର(୬୧) ଏବଂ ପୃଥ୍ବୀ ଶ’(୫୧)ଙ୍କ ଅର୍ଦ୍ଧଶତକ ଏବଂ ଅକ୍ଷର ପଟେଲ(୨୨), ଶାର୍ଦ୍ଦୁଳ ଠାକୁର(୨୯)ଙ୍କ ଧୂଆଁଧାର ବ୍ୟାଟିଂ ବଳରେ ଦିଲ୍ଲୀ ନିଦର୍ଦ୍ଧାରିତ ଓଭରରେ ୫ ଉଇକେଟ୍‌ ହରାଇ ୨୧୫ ରନ୍‌ କରିଥିଲା। କୋଲକତା ପକ୍ଷରୁ ସୁନୀଲ ନାରିନ ୨ ଉଇକେଟ୍‌ ନେଇଥିବାବେଳେ ଉମେଶ ଯାଦବ, ଆନ୍ଦ୍ରେ ରଶେଲ ଏବଂ ବରୁଣ ଚକ୍ରବର୍ତ୍ତୀ ଗୋଟିଏ ଲେଖାଏ ଉଇକେଟ୍‌ ନେଇଥିଲେ।
ଏହି ମ୍ୟାଚ୍‌ରେ କୋଲକତା ପ୍ରଥମେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ପୂର୍ବ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିବା ପରେ କୋଲକାତା ନାଇଟ ରାଇଡର୍ସଙ୍କ ଆତ୍ମବିଶ୍ୱାସ ଦୃଢ ରହିଛି। ଆଇପିଏଲ୍‌ ୨୦୨୨ରେ କେକେଆର୍‌ ପ୍ରଦର୍ଶନ ଏପର୍ଯ୍ୟନ୍ତ ବହୁତ ଭଲ ରହିଛି। ପୂର୍ବ ମ୍ୟାଚ ଜିତିବାରେ କୋଲକତା ସଫଳ ହୋଇଥିବାବେଳେ ଦିଲ୍ଲୀର ଦଳ କ୍ରମାଗତ ଦୁଇଟି ମ୍ୟାଚ ହାରିଛି। ଏହି ମ୍ୟାଚରେ ବିଜୟ ଧାରା ବଜାୟ ରଖିବାକୁ ଶ୍ରେୟସ ଆୟରଙ୍କ ଦଳ ଦୃଷ୍ଟି ଦେବ। ଦିଲ୍ଲୀ କ୍ୟାପିଟାଲ୍ସର ଦଳ ବିଜୟ ଟ୍ରାକକୁ ଫେରିବାକୁ ଚାହିଁବ।


Enter your email to get our daily news in your inbox.

All Right Reserved By Dharitri.Com

LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ…

ଅନଲକି ଶୁବମନ ଗିଲ୍‌: ଭାରତ ପାଇଁ ଦ୍ରୁତ ଶତକ ହାସଲ କରିବା ସତ୍ତ୍ୱେ…

ନୂଆଦିଲ୍ଲୀ,୨୯।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଦମଦାର ଶତକ ହାସଲ କରିଛନ୍ତି। ଡାହାଣହାତୀ ବ୍ୟାଟର୍‌ ଗିଲ ୧୧୦ ରନ୍‌ର ଚମତ୍କାର ଇନିଂସ…

ଶେୟାର ବଜାରରେ ହାହାକାର, ବୁଡ଼ିଗଲା ନିବେଶକଙ୍କ ୮ ଲକ୍ଷ କୋଟି

ମୁମ୍ବାଇ,୨୯।୯: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଉତ୍ପନ୍ନ ଭୂ-ରାଜନୈତିକ ଅସ୍ଥିରତା ଗତ କିଛି ସପ୍ତାହ ଧରି ଶେୟାର ବଜାର ପାଇଁ ନକାରାତ୍ମକ ସ୍ଥିତି ସୃଷ୍ଟି କରିଛି ।…

କେଉଁଠୁ ଆସିଲା ରହସ୍ୟମୟ ‘କଳା ହୀରା’? ଗବେଷଣାରୁ ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ୍ୟ

କାସୁଗା (ଜାପାନ),୨୯।୯: ବ୍ରାଜିଲ ଓ ମଧ୍ୟ ଆଫ୍ରିକାରେ ମିଳୁଥିବା ଏକ କଳା ରଙ୍ଗର ପଥରକୁ ଦେଖିଲେ ପ୍ରଥମ ନଜରରେ ଏହା ଏକ ସାଧାରଣ କାଚ ପରି ଚକଚକ…

‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ…

ବିନା ମ୍ୟାଚ୍‌ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍‌ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍‌ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ…

ସୃଷ୍ଟି ହେବ ବଡ଼ ଯୋଗ! ୪ଟି ରାଶିଙ୍କ ଉପରେ ବର୍ଷିିବ ଧନ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨ ଅକ୍ଟୋବର ୨୦୨୬, ଶୁକ୍ରବାର ଦିନ ବୁଧ ଓ ମଙ୍ଗଳ ଗ୍ରହ ୯୦ ଡିଗ୍ରୀ କୋଣରେ ରହିବେ। ଏହା ଫଳରେ ‘କେନ୍ଦ୍ର…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?