Posted inଖେଳ

ଶୂନରେ ଆଉଟ୍‌ ହେବାପରେ ସହଜ କ୍ୟାଚ୍‌ ଛାଡ଼ିଲେ ପୃଥ୍ବୀ ଶ: ରାଗିଗଲେ କୋହଲି

ଆଡିଲେଡ୍‌,୧୮।୧୨: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଚାରି ମ୍ୟାଚ୍‌ ବିଶିଷ୍ଟ ବର୍ଡର-ଗାଭାସ୍କର ଟ୍ରଫି ଆରମ୍ଭ ହୋଇଛି। ପ୍ରଥମ ମ୍ୟାଚ୍‌ର ପ୍ରଥମ ଦିନରେ ଅଧିନାୟକ ବିରାଟ କୋହଲୀ ଟସ୍‌ ଜିତି ବ୍ୟାଟିଂ କରିବା ନିଷ୍ପତ୍ତି ନେଇଥିଲେ। ପରେ ଭାରତ ପ୍ରଥମ ଇନିଂସରେ ୨୪୪ ରନ୍‌ କରି ଅଲଆଉଟ୍‌ ହୋଇଯାଇଛି। ହେଲେ ଓପନିଂ କରିବାକୁ ଆସିଥିବା ବ୍ୟାଟ୍ସମ୍ୟାନ୍‌ ପୃଥ୍ବୀ ଶ ନିଜର ଖରାପ ପ୍ରଦର୍ଶନ ଯୋଗୁ ଚର୍ଚ୍ଚାରେ ରହିଛନ୍ତି। ତାଙ୍କ ପାଇଁ ଏହି ମ୍ୟାଚ୍‌ ଭଲ ସାବ୍ୟସ୍ତ ହେଉନାହିଁ। ଗୁରୁବାର ଓପନିଂ କରିବାକୁ ଆସି ଦ୍ୱିତୀୟ ବଲ୍‌ରେ ଶୂନରେ ଆଉଟ ହୋଇଯାଇଥିଲେ ପୃଥ୍ବୀ। ଏହାପରେ ଶୁକ୍ରବାର ଅଷ୍ଟ୍ରେଲିଆ ଦଳ ବ୍ୟାଟିଂ କରୁଥିବା ବେଳେ କଙ୍ଗାରୁ ଟିମ୍‌ର ମାର୍ନସ ଲାବୁଶେନଙ୍କ ସହଜ କ୍ୟାଚ୍‌ ସେ ଛାଡ଼ି ଦେଇଥିଲେ। ଏହାକୁ ନେଇ ବିରାଟ ତାଙ୍କ ଉପରେ ଖପ୍ପା ହୋଇଛନ୍ତି।

ଅଷ୍ଟ୍ରେଲିଆ ଦଳ ବ୍ୟାଟିଂ କରୁଥିବା ବେଳେ ୨୩ତମ ଓଭରରେ ଜସପ୍ରିତ ବୁମରାହ ବୋଲିଂ କରୁଥିଲେ। ମାର୍ନସ ଲାବୁଶେନ ଷ୍ଟ୍ରାଇକ୍‌ରେ ଥିଲେ। ବୁମରାହଙ୍କ ବଲ୍‌ରେ ସେ ଶର୍ଟ ମାରିଥିଲେ, ଯାହା ପୃଥ୍ବୀଙ୍କ ପାଖରେ ପହଞ୍ଚିଥିଲା। ହେଲେ ଅତି ସହଜର କ୍ୟାଚ୍‌ଟିକୁ ସେ ଛାଡ଼ି ଦେଇଥିଲେ। ସେତେବେଳେ ମାର୍ନସ ୨୧ ରନ୍‌ କରି ଖେଳୁଥିଲେ। ଏହାକୁ ନେଇ ବିରାଟ ପୃଥ୍ବୀଙ୍କ ଉପରେ ବହୁତ ରାଗି ଯାଇଥିବା ଦେଖାଯାଇଛି। ଏପରିକି ସେ ତାଙ୍କୁ କିଛି କହିଥିଲେ ମଧ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପେଲିସର ‘ଅପରେଶନ ଅନ୍ୱେଷଣ–୩’: ନିଖୋଜ ବ୍ୟକ୍ତିମାନଙ୍କୁ ବିଭିନ୍ନ ରାଜ୍ୟରୁ ….

ଛତ୍ରପୁର୨୫।୭(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ପେଲିସ ଜିଲାରେ ‘ଅପରେଶନ ଅନ୍ୱେଷଣ–୧’ ଓ ‘ଅପରେଶନ ଅନ୍ୱେଷଣ–୨’ର ବିପୁଳ ସଫଳତା ପରେ ଚଳିତ ମାସ ୧୮ ତାରିଖରୁ ୨୨ ତାରିଖ…

ହୃଦ୍‌ଘାତରେ ପ୍ରାଣ ହରାଇଲେ ବରିଷ୍ଠ ଶିକ୍ଷକ

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନାରାୟଣପୁର ପଞ୍ଚାୟତର ଶିରିପୁର ଗ୍ରାମର ବିଶିଷ୍ଟ ସମାଜସେବୀ ତଥା ଶିକ୍ଷକ ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ପରଲୋକରେ…

କିଏ ହେବେ ପରବର୍ତ୍ତି ଶିକ୍ଷା ମନ୍ତ୍ରୀ? ସଞ୍ଜୟ ରାଉତ କଲେଣି ବଡ଼ ଦାବି

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ଉଦ୍ଧବ ଗୋଷ୍ଠୀର ବରିଷ୍ଠ ନେତା ସଞ୍ଜୟ ରାଉତ, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ସମ୍ପର୍କରେ ଏକ…

ଜଣାପଡିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପଛର କାରଣ? ରାଜ୍ୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। NEET-UG ପରୀକ୍ଷାରେ ଅନିୟମିତତା, ପେପର ଲିକ ବିବାଦ ଏବଂ ଏହାର ପ୍ରତିବାଦରେ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ସୋନମ ଓ଼୍ବାଙ୍ଗଚୁକ୍‌ଙ୍କ ବଡ଼ ବୟାନ, ଜେନ Zଙ୍କୁ ଅଭିନନ୍ଦନ…

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଥିବା କହିଛନ୍ତି।…

ଖାଲି ଧର୍ମେନ୍ଦ୍ରଙ୍କ ଇସ୍ତଫା ଚଳିବ ନାହିଁ, ଆମର ଆଉ ୨ ଦାବି ଏବେ ବି ବାକି ଥିବା କହି CJP…

ନୂଆଦିଲ୍ଲୀ,୨୫ା୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କକ୍ରୋଚ୍‌ ଜନତା ପାର୍ଟି (ସିଜେପି) ମୁଖ୍ୟ ଅଭିଜିତ୍‌ ଦୀପ୍‌କେ ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଗଣତନ୍ତ୍ରରେ…

କ୍ୟାଟ୍ରିନାଙ୍କୁ ମିଳିଲା ବଡ଼ ଅଫର୍‌

ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ଆଗାମୀ ଫିଲ୍ମ ‘ସ୍ପିରିଟ’ ଆଜିକାଲି ଚର୍ଚ୍ଚାରେ ରହିଛି। କିଛି ମାସ ପୂର୍ବରୁ ଦୀପିକା ପାଦୁକୋନ ଏହି ପ୍ରୋଜେକ୍ଟରୁ ଓହରି ଯାଇଥିଲେ। ତୃପ୍ତି ଡିମରି…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ ଅଭିଜିତ ଦିପ୍‌କେ, ସିଧା କହିଦେଲେ ଏମିତି…ଜାତୀୟ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୫।୭:ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri