Posted inଖେଳ

୪୬ ବଲ୍‌ରେ ଶତକ

ରାଜକୋଟ,୧୪।୧୦: ଭାରତୀୟ ଟିମ୍‌ର ଷ୍ଟାର ଓପନର୍‌ ପୃଥ୍ବୀ ଶ’ ବିସ୍ଫୋରକ ବ୍ୟାଟିଂ କରି ବୋଲର୍‌ଙ୍କୁ ଘାଇଲା କରିଛନ୍ତି। ଟି୨୦ ଫର୍ମାଟରେ ୪୬ ବଲ୍‌ରେ ସେ ନିଜର ଶତକ ପୂରଣ କରିଛନ୍ତି। ଏହି ଫର୍ମାଟରେ ପୃଥ୍ବୀଙ୍କ ଏହା ପ୍ରଥମ ଶତକ ଥିବାରୁ ତାଙ୍କୁ ସାଥୀ ଖେଳାଳିମାନେ ଅଭିନନ୍ଦନ ଜଣାଇଛନ୍ତି।

ଭାରତୀୟ ଟିମ୍‌ରୁ ବାଦ୍‌ ପଡ଼ିଥିବା ପୃଥ୍ବୀ ଏବେ ସୟଦ ମୁସ୍ତାକ ଅଲି ଟ୍ରଫି ଟୁର୍ନାମେଣ୍ଟ ଖେଳୁଛନ୍ତି। ସେ ମୁମ୍ବାଇ ଦଳର ଅଧିନାୟକ ଭାବେ ବିସ୍ଫୋରକ ବ୍ୟାଟିଂ କରିଛନ୍ତି। ଆସାମ ଟିମ୍‌ ବିପକ୍ଷରେ ଶୁକ୍ରବାର ଖେଳାଯାଇଥିବା ଗ୍ରୁପ୍‌-ଏ ମୁକାବିଲାରେ ପୃଥ୍ବୀ ଏହି କମାଲ ଦେଖାଇଛନ୍ତି। ଏହି ମୁକାବିଲାରେ ସେ ୬୧ ବଲ୍‌ରେ ମୋଟ ୧୩୧ ରନ୍‌ର ଇନିଂସ ଖେଳିଥିଲେ। ଏଥିରେ ୯ ଛକା ଏବଂ ୧୩ ଚୌକା ଥିଲା। ତାଙ୍କର ଶତକ ବଳରେ ମୁମ୍ବାଇ ଟିମ୍‌ର ସ୍କୋର ୨୦୦ ଟପି ଥିଲା । ମ୍ୟାଚ୍‌ରେ ୩ ଉଇକେଟ ହରାଇ ଦଳ ୨୩୦ ରନ୍‌ର ବିଶାଳ ସ୍କୋର ଛିଡ଼ା କରିଥିଲା।

କହିରଖୁଛୁ, ୨୦୧୮ରେ ଟେଷ୍ଟ ମ୍ୟାଚ୍‌ରେ ଅନ୍ତର୍ଜାତୀୟ ଡେବ୍ୟୁ କରିଥିଲେ ପୃଥ୍ବୀ। ସେ ଭାରତ ପକ୍ଷରୁ ଶେଷ ମ୍ୟାଚ୍‌ ୨୦୨୧ ଜୁଲାଇରେ ଖେଳିଥିଲେ। ସେବେଠାରୁ ସେ ପୁଣିଥରେ ଟିମ୍‌ରେ ସ୍ଥାନ ପାଇବାକୁ ନେଇ ସଂଘର୍ଷ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri