Posted inଖେଳ

କିଏ ସେ ଆକୃତି? ଯାହାଙ୍କ ପ୍ରେମରେ ଉବୁଟୁବୁ ହେଉଛନ୍ତି ପୃଥ୍ବୀ ଶ’! ଗଣେଶ ପୂଜାରେ… 

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ ଟିମ୍‌ର ଓପନର୍‌ ବ୍ୟାଟ୍ସମ୍ୟାନ୍‌ ପୃଥ୍ବୀ ଶ’ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଗଣେଶ ପୂଜା ଅବସରରେ ସେ ନିଜର ଇନଷ୍ଟାଗ୍ରାମ ଆକାଉଣ୍ଟରେ ନିଜର କଥିତ ପ୍ରେମିକା ଆକୃତି ଅଗ୍ରଓ୍ବାଲଙ୍କ ସହ ଫଟୋ ଶେୟାର କରି ଚମକାଇଦେଇଛନ୍ତି। ସେ ଏବେ ଭାରତୀୟ ଦଳକୁ ଫେରିବାକୁ ଚେଷ୍ଟା ଜାରି ରଖିଥିବା ବେଳେ ଘରୋଇ କ୍ରିକେଟରେ ଦମ୍‌ଦାର ପ୍ରଦର୍ଶନ କରୁଛନ୍ତି।
ପ୍ରଥମେ ପୃଥ୍ବୀ ମୁମ୍ବାଇ ପାଇଁ ଖେଳୁଥିଲେ, ହେଲେ ଏବେ ସେ ଏହି ଟିମ୍‌ରୁ ଅଲଗା ହୋଇସାରିଛନ୍ତି। ଘରୋଇ ସ୍ତରରେ ଏବେ ସେ ମହାରାଷ୍ଟ୍ରର ପ୍ରତିନିଧିତ୍ୱ କରୁଥିବା ନଜର ଆସୁଛନ୍ତି। ଏବେ ସେ ଆକୃତିଙ୍କ ସହ ଯେଉଁଭଳି ନିଜର ଫଟୋ ଶେୟାର କରିଛନ୍ତି ଏହାପରେ ଚର୍ଚ୍ଚା ବଢ଼ିଛି ଯେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ରହିଛି। ହେଲେ ଦୁହେଁ ଆଧିକାରୀକ ଭାବେ ବୟାନ ଜାରି କରିନାହାନ୍ତି।

 

View this post on Instagram

 

A post shared by AKRITI AGARWAL (@akritiagarwal7)

ଆକୃତି କିଏ?
ଆକୃତି ଜଣେ ଅଭିନେତ୍ରୀ। ସେ ବଡ଼ ପରଦାରେ ଫିଲ୍ମ ‘ତ୍ରିମୁଖା’ ଜରିଆରେ ଡେବ୍ୟୁ କରିବାକୁ ଯାଉଛନ୍ତି। ପୂର୍ବରୁ ପୃଥ୍ବୀ ତାଙ୍କ ଜନ୍ମଦିନରେ ଫଟୋ ଶେୟାର କରିଥିଲେ। ସେବେଠାରୁ ଉଭୟଙ୍କ ଡେଟିଂକୁ ନେଇ ଚର୍ଚ୍ଚା ବଢ଼ିଥିଲା। ଏହାପୂର୍ବରୁ କ୍ରିକେଟର ନିଧୀ ତାପଡ଼ିଆଙ୍କୁ ଡେଟ୍‌ କରୁଥିଲେ, ହେଲେ ଏବେ ବୋଧହୁଏ ଉଭୟଙ୍କ ବ୍ରେକ୍‌ଅପ୍‌ ହୋଇଛି।
ଆକୃତିଙ୍କ ବିଷୟରେ କହିଲେ ସେ ଲକ୍ଷ୍ନୌରେ ଜନ୍ମିତ। ସେ ସୋସିଆଲ ମିଡିଆରେ ବେଶ ସକ୍ରିୟ। ଇନଷ୍ଟାଗ୍ରାମରେ ତାଙ୍କର ୩.୫ ମିଲିୟନ ଫଲୋଅର୍ସ। ୟୁଟ୍ୟୁବରେ ତାଙ୍କ ସବସ୍କ୍ରାଇବର କାହିଁରେ କେତେ। ଏବେ ତାଙ୍କୁ ୨୨ ବର୍ଷ। ସେ ଅଭିନୟ କ୍ଷେତ୍ରରେ ନିଜକୁ ପ୍ରମାଣିତ କରିବାକୁ ଚେଷ୍ଟା କରୁଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri