Posted inଖେଳ

ପୃଥ୍ବୀ ଶ’ଙ୍କ କମାଲ

ଲଣ୍ଡନ,୧୪।୮:ଭାରତୀୟ ଦଳର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ’ ଆଜିକାଲି ରୟାଲ ଲଣ୍ଡନ ୱାନ ଡେ କପରେ କାଉଣ୍ଟି ଦଳ ନର୍ଥମ୍ପଟାୟଶାୟାର ପାଇଁ ଖେଳୁଛନ୍ତି। ଶ’ ଏହି ଟୁର୍ଣ୍ଣାମେଣ୍ଟରେ ଏପର୍ଯ୍ୟନ୍ତ ଚମତ୍କାର ଖେଳିଛନ୍ତି। ଡେବ୍ୟୁ ପରେ ଦ୍ୱିତୀୟ ମ୍ୟାଚ୍‌ରେ ଦ୍ୱିଶତକ ହାସଲ କରିଥିବା ଶ’ ତୃତୀୟ ମ୍ୟାଚ୍‌ରେ ମଧ୍ୟ ଏକ ଚମତ୍କାର ଶତକୀୟ ଇନିଂସ ଖେଳି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।
ରୟାଲ ଲଣ୍ଡନ ୱାନ ଡେ କପରେ ପୃଥ୍ବୀ ଶ’ଙ୍କ ପାଇଁ ଆରମ୍ଭ ଭଲ ନ ଥିଲା। ପ୍ରଥମ ମ୍ୟାଚ୍‌ରେ ବାଉନ୍ସର୍‌ ବଲ୍‌ରେ ଆଉଟ୍‌ ହୋଇଥିଲେ। ଦ୍ୱିତୀୟ ମ୍ୟାଚରେ ଶ’ ୨୪୪ ରନ ରେକର୍ଡ ଶତକୀୟ ଇନିଂସ ଖେଳିଥିଲେ। ବର୍ତ୍ତମାନ ସମାନ ଫର୍ମ ଜାରି କରି ଡରହମ ବିପକ୍ଷ ମ୍ୟାଚରେ ସେ ଅପରାଜିତ ୧୨୫ ସ୍କୋର କରିଥିଲେ ଏବଂ ଦଳର ବିଜୟରେ ଉଲ୍ଲେଖନୀୟ ଅବଦାନ ଦେଇଥିଲେ। ଶ’ ଏହି ମ୍ୟାଚରେ ମାତ୍ର ୬୮ ବଲରେ ଶତକ ପୂରଣ କରିଥିଲେ। ଏଥିସହିତ ଶଙ୍କର ୧୨୫ ରନର ଅପରାଜିତ ଇନିଂସରେ ୧୫ ଚୌକା ଓ ୭ ଛକା ମାରିଥିଲେ।
ପୃଥ୍ବୀ ଶ’ଙ୍କ ପାଇଁ ଗତ କିଛି ବର୍ଷ ପ୍ରଦର୍ଶନ ଦୃଷ୍ଟିକୋଣରୁ ଆଦୌ ଭଲ ପ୍ରମାଣିତ ହୋଇ ନ ଥିଲା। ଜୁଲାଇ ୨୦୨୧ରେ, ସେ ଶେଷ ଥର ପାଇଁ ଭାରତୀୟ ଦଳ ବିପକ୍ଷରେ ଖେଳିବାର ସୁଯୋଗ ପାଇଥିଲେ। ସେବେଠାରୁ ସେ ବର୍ତ୍ତମାନ ପର୍ଯ୍ୟନ୍ତ ଅନ୍ତର୍ଜାତୀୟ ମ୍ୟାଚ ଖେଳିବାର ସୁଯୋଗ ପାଇନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri