Posted inଖେଳ

ଟି୨୦, ଦିନିକିଆ ପରେ ଏବେ ଟେଷ୍ଟରେ ସୁଯୋଗ

ଲଣ୍ଡନ,୨୬।୭: ଯୁବ ଓପନର ପୃଥ୍ବୀ ଶ ଓ ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ଭାରତୀୟ ଟେଷ୍ଟ ଦଳରେ ସାମିଲ ହୋଇଛନ୍ତି। ଅଗଷ୍ଟ ୪ରୁ ଆରମ୍ଭ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଏହି ଦୁଇ ଖେଳାଳି ଇଂଲଣ୍ଡ ଯାତ୍ରା କରିବେ। ଶୁବମନ୍‌ ଗିଲ ଓ ଓ୍ବାଶିଂଟନ ସୁନ୍ଦର ଆହତ ହୋଇଥିବାରୁ ବଦଳ ଖେଳାଳିଭାବେ ସୂର୍ଯ୍ୟକୁମାର ଓ ପୃଥ୍ବୀଙ୍କୁ ଡାକରା ଆସିଛି। ଏଥିସହ ଷ୍ଟାଣ୍ଡ ବାଇ ତଥା ବେଙ୍ଗଲ ଓପନର ଅଭିମନ୍ୟୁ ଈଶ୍ୱରନଙ୍କୁ ମୁଖ୍ୟ ଦଳରେ ସାମିଲ କରାଯାଇଛି ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତରଫରୁ ସୋମବାର ଘୋଷଣା କରାଯାଇଛି। ଚଳିତ ଶ୍ରୀଲଙ୍କା ବିପକ୍ଷ ଦିନିକିଆ ଓ ଟି୨୦ ସିରିଜରେ ଭଲ ପ୍ରଦର୍ଶନ କରିଥିବାରୁ ବିସିସିଆଇ ଏହି ଦୁଇ ଖେଳାଳିଙ୍କୁ ଦଳରେ ସାମିଲ କରି ପୁରସ୍କୃତ କରିଛି।

ସେହିପରି ବାମ ବୁଢା ଆଙ୍ଗୁଠି ଭାଙ୍ଗିଯାଇ ଥିବାରୁ ଷ୍ଟାଣ୍ଡବାଇ ଦ୍ରୁତ ବୋଲର ଆଭେସ ଖାଁ ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିବେ। ଶୁବମନ୍‌ ଗିଲଙ୍କ ବାମ ଗୋଡରେ ସମସ୍ୟା ରହିଛି। ଯାହାଫଳରେ ତାଙ୍କୁ ଇଂଲଣ୍ଡ ଗସ୍ତରୁ ବାଦ୍‌ ଦିଆଯାଇଛି। ସେହିପରି ଡାହଣହାତ ବୋଲିଂ ଅଙ୍ଗୁଳିରେ ସୁନ୍ଦର ଆଘାତ ପାଇଛନ୍ତି। ଶୁବମନ୍‌ ଭାରତ ଫେରିସାରିଛନ୍ତି। ତେବେ ଆଭେସ ଓ ସୁନ୍ଦର ଖୁବଶୀଘ୍ର ଭାରତ ପ୍ରତ୍ୟାବର୍ତ୍ତନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri