Posted inଖେଳ

ଟି୨୦, ଦିନିକିଆ ପରେ ଏବେ ଟେଷ୍ଟରେ ସୁଯୋଗ

ଲଣ୍ଡନ,୨୬।୭: ଯୁବ ଓପନର ପୃଥ୍ବୀ ଶ ଓ ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ଭାରତୀୟ ଟେଷ୍ଟ ଦଳରେ ସାମିଲ ହୋଇଛନ୍ତି। ଅଗଷ୍ଟ ୪ରୁ ଆରମ୍ଭ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଏହି ଦୁଇ ଖେଳାଳି ଇଂଲଣ୍ଡ ଯାତ୍ରା କରିବେ। ଶୁବମନ୍‌ ଗିଲ ଓ ଓ୍ବାଶିଂଟନ ସୁନ୍ଦର ଆହତ ହୋଇଥିବାରୁ ବଦଳ ଖେଳାଳିଭାବେ ସୂର୍ଯ୍ୟକୁମାର ଓ ପୃଥ୍ବୀଙ୍କୁ ଡାକରା ଆସିଛି। ଏଥିସହ ଷ୍ଟାଣ୍ଡ ବାଇ ତଥା ବେଙ୍ଗଲ ଓପନର ଅଭିମନ୍ୟୁ ଈଶ୍ୱରନଙ୍କୁ ମୁଖ୍ୟ ଦଳରେ ସାମିଲ କରାଯାଇଛି ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତରଫରୁ ସୋମବାର ଘୋଷଣା କରାଯାଇଛି। ଚଳିତ ଶ୍ରୀଲଙ୍କା ବିପକ୍ଷ ଦିନିକିଆ ଓ ଟି୨୦ ସିରିଜରେ ଭଲ ପ୍ରଦର୍ଶନ କରିଥିବାରୁ ବିସିସିଆଇ ଏହି ଦୁଇ ଖେଳାଳିଙ୍କୁ ଦଳରେ ସାମିଲ କରି ପୁରସ୍କୃତ କରିଛି।

ସେହିପରି ବାମ ବୁଢା ଆଙ୍ଗୁଠି ଭାଙ୍ଗିଯାଇ ଥିବାରୁ ଷ୍ଟାଣ୍ଡବାଇ ଦ୍ରୁତ ବୋଲର ଆଭେସ ଖାଁ ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିବେ। ଶୁବମନ୍‌ ଗିଲଙ୍କ ବାମ ଗୋଡରେ ସମସ୍ୟା ରହିଛି। ଯାହାଫଳରେ ତାଙ୍କୁ ଇଂଲଣ୍ଡ ଗସ୍ତରୁ ବାଦ୍‌ ଦିଆଯାଇଛି। ସେହିପରି ଡାହଣହାତ ବୋଲିଂ ଅଙ୍ଗୁଳିରେ ସୁନ୍ଦର ଆଘାତ ପାଇଛନ୍ତି। ଶୁବମନ୍‌ ଭାରତ ଫେରିସାରିଛନ୍ତି। ତେବେ ଆଭେସ ଓ ସୁନ୍ଦର ଖୁବଶୀଘ୍ର ଭାରତ ପ୍ରତ୍ୟାବର୍ତ୍ତନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri