ପ୍ରୀତି ବନ୍ଧନ

ଏକ ଭିନ୍ନ ଧରଣର ପ୍ରେମ କାହାଣୀକୁ ଆଧାର କରି ପ୍ରସ୍ତୁତ ହୋଇଛି ନୂଆ ଓଡ଼ିଆ ସିନେମା ‘ପ୍ରୀତି ବନ୍ଧନ’। ଏହି ସିନେମାଟି ଚଳିତ ମାସ ୨୫ ତାରିଖରେ ପରଦା ଉପରକୁ ଆସିବ ବୋଲି ପ୍ରଯୋଜନା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ନେକ୍ସଟ୍‌ଡୋର୍‌ ଫିଲ୍ମସ୍‌ ବ୍ୟାନରରେ ପ୍ରସ୍ତୁତ ଉକ୍ତ ଚିତ୍ରଟିର ସେନ୍‌ସର କାମ ଶେଷ ହୋଇଛି। ‘ଓଡିଆ ଘରର କଥାବସ୍ତୁ ଉପରେ କାହାଣୀ ଗତିଶୀଳ। ଏଥିରେ ଆମ ଓଡ଼ିଶାର କଳା, ସଂସ୍କୃତି ଓ ପରମ୍ପରାର ଝଲକ ଦର୍ଶକ ଦେଖିବାକୁ ପାଇବେ ବୋଲି କୁହନ୍ତି ଏହାର ପ୍ରଯୋଜକ ପ୍ରଶାନ୍ତ କୁମାର ନାୟକ ଓ ନରେନ୍ଦ୍ର ପାତ୍ର। ନିର୍ଦ୍ଦେଶନା ଦାୟିତ୍ୱ ତୁଲାଇଛନ୍ତି ଅଭିନେତା-କମ୍‌-ନିର୍ଦ୍ଦେଶକ ରାଶେସ ମହାନ୍ତି (ସିଲୁ)। ସଂଯୋଜିତ ଗୀତଗୁଡିକୁ ସ୍ବରରେ ସଜାଇଛନ୍ତି ଅନ୍ୟତମ ଲୋକପ୍ରିୟ ମେଲୋଡି ମେକର ଅଭିଜିତ ମଜୁମଦାର୍‌। ନୃତ୍ୟ ନିର୍ଦ୍ଦେଶନା ଦେଇଛନ୍ତି ସୃତି ଆର୍‌ ଓ ସୁଧାକର ବସନ୍ତ ।
ଚଳଚିତ୍ରର ନାୟକ ସମ୍ବିତ ସାଜିଥିବା ବେଳେ ତାଙ୍କ ସହ ସ୍କ୍ରିନ୍‌ ସେୟାର କରିଛନ୍ତ ତମନ୍ନା ଓ ତୃପ୍ତି। ଏମାନଙ୍କ ବ୍ୟତୀତ ପୁଷ୍ପା ପଣ୍ଡା, ପୃଥ୍ବୀରାଜ ନାୟକ, ଭୂପତି ତ୍ରିପାଠୀ, କେଦାର ମିଶ୍ର, ଥିନ୍‌, ସର ଅପା, ଅଳକା, ପ୍ରଶାନ୍ତ ନାୟକ, ନୂପୁର ଓ ସସ୍ମିତାଙ୍କୁ ମଧ୍ୟ ଦେଖିବାକୁ ମିଳିବ।
ଏହାର କ୍ରିଏଟିଭ୍‌ ହେଡ୍‌ ଓ ମିଡିଆ ପ୍ଲାନର
ଅଛନ୍ତି ପ୍ରଣୟ ଜେଠୀ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri