ଜୁନ ୭ରୁ ୧୦୦ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ ସମସ୍ତ ଘରୋଇ, ସରକାରୀ କାର୍ଯ୍ୟାଳୟ

ଅହମଦାବାଦ, ୪।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଏବେବି ଜାରି ରହିଛି। ହେଲେ ଦୈନିକ ସଂକ୍ରମଣର ପଜିଟିଭ୍‌ ହାର ତଳକୁ ଖସିଛି। ଗତ ୨ ମାସ ତଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୪ହଜାରରୁ ଊର୍ଦ୍ଧ୍ୱ ରହିଥିବା ବେଳେ ବର୍ତ୍ତମାନ ଦୈନିକ ସଂକ୍ରମଣ ୧୬୦୦ରୁ ବି କମ୍‌ ରହିଛି। ଏହାକୁ ଦୃଷ୍ଟିରେ ରଖି ଗୁଜୁରାଟ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାରରୁ ରାଜ୍ୟରେ ଲକ୍‌ଡାଉନକୁ କୋହଳ କରାଯାଇଥିବା ବେଳେ ଜୁନ ୭ରୁ ୧୦୦ପ୍ରତିଶତ କର୍ମଚାରୀଙ୍କୁ ନେଇ ସମସ୍ତ ସରକାରୀ ଓ ଘରୋଇ କାର୍ଯ୍ୟାଳୟ ଚାଲିବ। ଏନେଇ ଶୁକ୍ରବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଗୁଜରାଟର ୩୬ ଜିଲାରେ ସକାଳ ୯ଟାରୁ ସନ୍ଧ୍ୟା ୬ଟା ଯାଏ ସମସ୍ତ ଦୋକାନ ବଜାର, ସେଲୁନ ଓ ସ୍ପା ଖୋଲିବାକୁ ମୁଖ୍ୟମନ୍ତ୍ରୀ ବିଜୟ ରୁପାଣୀ ଅନୁମତି ଦେଇଛନ୍ତି। ସେହିପରି ରାତି ୧୦ଟା ଯାଏ ରେଷ୍ଟୁରାଣ୍ଟ ଓ ହୋଟେଲରେ ହୋମ୍‌ ଡେଲିଭରୀ ସୁବିଧା ରହିଛି। ତେବେ ସମସ୍ତ ଜିଲାରେ ଜୁନ ୪ରୁ ୧୧ ପର୍ଯ୍ୟନ୍ତ ରାତି ୯ଟାରୁ ସକାଳ ୬ଟା ଯାଏ ରାତ୍ରିକାଳୀନ କର୍ଫ୍ୟୁ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri