ବିବାହ ନିମନ୍ତ୍ରଣ କାର୍ଡ ବାଣ୍ଟି ଘରକୁ ଫେରୁଥିଲେ, ବାଟରେ ଧକ୍କା ଦେଲା ବସ୍‌; ଚାଲିଗଲା ଜଣଙ୍କ ଜୀବନ, ଆଉ…

ଆର୍‌.ଉଦୟଗିରି,୧୭।୫(ମନ୍ମଥ ମିଶ୍ର): ବିବାହ ନିମନ୍ତ୍ରଣ କାର୍ଡ ଦେଇ ଘରକୁ ଫେରୁଥିଲେ। ଧକ୍କା ଦେଲା ଘରୋଇ ବସ୍‌। ଦୁର୍ଘଟଣାରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣକ ଆର.ଉଦୟଗିରି ଥାନା ଅନ୍ତର୍ଗତ ଛେଳିଗଡ଼ ନିକଟସ୍ଥ କୁଲା ପଥର ଗ୍ରାମର ସଞ୍ଜୟ ବଡ଼ ରଇତ ବୋଲି ଜଣାପଡିଛି।

ସୂଚନା ଅନୁଯାୟୀ, ଏକ ବାଇକ ଯୋଗେ ସଞ୍ଜୟ ଓ ତାଙ୍କର ଦୁଇ ସହଯୋଗୀ ବିବାହ ଲାଗି ନିମନ୍ତ୍ରଣ କାର୍ଡ ଦେବାକୁ ଯାଇ ଘରକୁ ଫେରୁଥିବା ସମୟରେ ଚମ୍ପା ଘାଟିରେ ଅପରାହ୍ନ ୪. ୪୫ ସମୟରେ ଭିକ୍ରାନ୍ତ ନାମକ ଏକ ଘରୋଇ ବସ ସେମାନଙ୍କୁ ଧକ୍କା ଦେଇଥିଲା। ବସ୍‌ଟି ବ୍ରହ୍ମପୁରରୁ ଆର.ଉଦୟଗିରି ପଟେ ଆସୁଥିବା ବେଳେ ଏଭଳି ଘଟଣା ଘଟିଛ। ଗୁରୁତର ୨ଜଣଙ୍କୁ ଆର.ଉଦୟଗିରି ପୋଲିସ ଉଦ୍ଧାର କରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲା l ଡାକ୍ତର ପ୍ରାଥମିକ ଚିକିତ୍ସା ପରେ ଦୁଇଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଅତି ସଙ୍କଟାପର୍ଣ୍ଣ ଥିବାରୁ ତାଙ୍କୁ ପାରଳାଖେମୁଣ୍ଡି ମେଡିକାଲକୁ ସ୍ଥାନାନ୍ତରିତ କରିଥିବା ସୂଚନା ଦେଇଛନ୍ତି l ଘଟଣା ସ୍ଥଳରେ ଆର.ଉଦୟଗିରି ପୋଲିସ ପହଞ୍ଚି ଘଟଣାର ଛାନଭିନ କରୁଛି l.


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri