Posted inରାଜ୍ୟ

ଶୁକ୍ରବାରଠାରୁ ବସ୍ ଧର୍ମଘଟ, ପୂଜାରେ ଘରକୁ ଫେରିବାକୁ ହନ୍ତସନ୍ତ ହେବେ ଯାତ୍ରୀ

ଭୁବନେଶ୍ୱର,୧୯।୧୦: ପୂର୍ବ ଘୋଷଣା ଆନୁଯାୟୀ ନିଜ ଜିଦରେ ଅଟଳ ବସ୍ ମାଲିକ ସଂଘ। ଆସନ୍ତାକାଲି ଅର୍ଥାତ ଶୁକ୍ରବାରଠାରୁ ଧର୍ମଘଟ କରିବାକୁ ବସ୍‌ ମାଲିକ ସଂଘ ସଂପାଦକ ଦେବେନ୍ଦ୍ର ସାହୁ ସୂଚନା ଦେଇଛନ୍ତି। ଗୁରୁବାର ପୂର୍ବାହ୍ନରେ ଘରୋଇ ବସ୍ ମାଲିକ ସଂଘ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ହୋଇଥିବା ଆଲୋଚନାରୁ କୌଣସି ନିଷ୍କର୍ଷ ବାହାରି ନ ଥିଲା। ଶେଷରେ ସରକାରଙ୍କ ପକ୍ଷରୁ କୌଣସି ଲିଖିତ ପ୍ରତିଶ୍ରୁତି ନ ମିଳିବାରୁ ପୂଜା ଆରମ୍ଭରୁ ଧର୍ମଘଟ ପାଇଁ ନିଷ୍ପତ୍ତି ନେଇଛି ସଂଘ।

ଧର୍ମଘଟ ନେଇ ସଂଘ ସଂପାଦକ କହିଛନ୍ତି ଯେ, ‘ଅନିଚ୍ଛା ସତ୍ତ୍ୱେ ବାଧ୍ୟ ହୋଇ ଧର୍ମଘଟ କରୁଛୁ, ପୂଜା ସମୟରେ ଯାତ୍ରୀଙ୍କୁ ହଇରାଣ କରିବା ଉଦ୍ଦେଶ୍ୟ ନୁହେଁ, ଏନେଇ ଯାତ୍ରୀଙ୍କଠାରେ କ୍ଷମା ପ୍ରାର୍ଥନା କରୁଛୁ।’

ପୂର୍ବରୁ ଗତ ୧୦ ତାରିଖରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ରାଜ୍ୟରେ ଘରୋଇ ବସ୍ ଗଡିବ ନାହିଁ ବୋଲି କୁହାଯାଇଥିଲା । ହେଲେ ରାଜ୍ୟ ସରକାରଙ୍କ ସହ ସଂଘର ଆଲୋଚନା ପରେ ଏହାକୁ ସ୍ଥଗିତ ରଖାଯାଇଥିଲା। ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ ଯୋଜନାକୁ ବିରୋଧ କରି ଘରୋଇ ବସ ମାଲିକ ସଂଘ ଧର୍ମଘଟ ଡାକରା ଦେଇଛି । ଗତ ୧୦ ତାରିଖରେ ସରକାରଙ୍କ ସହ ହୋଇଥିବା ଆଲୋଚନା ଅନୁସାରେ ସରକାର ଦେଇଥିବା ପ୍ରତିଶ୍ରୁତି ରକ୍ଷା କରି ନାହାନ୍ତି ବୋଲି କହିଛି ଘରୋଇ ବସ୍ ମାଲିକ ସଂଘ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri