Posted inଜାତୀୟ

ଫେରାଯିବ କୋଭିଡ୍‌ ଟିକା

ନୂଆଦିଲ୍ଲୀ,୨୯।୪ : ବେସରକାରୀ କୋଭିଡ୍‌-୧୯ ଟିକାକରଣ କେନ୍ଦ୍ରକୁ ଅବ୍ୟବହୃତ ଟିକା ଫେରାଇବାକୁ କୁହାଯାଇଛି। ଏଥିନେଇ ସେମାନଙ୍କୁ ଦିଆଯାଇଛି ଶୁକ୍ରବାର ପର୍ଯ୍ୟନ୍ତ ସମୟ। ବଳକା ଟିକାଗୁଡ଼ିକୁ ମେ’ ୧ ତାରିଖରୁ ଆରମ୍ଭ ହେବାକୁ ଥିବା ୩ୟ ପର୍ଯ୍ୟାୟ ଟିକାକରଣ ପ୍ରକ୍ରିୟାରେ ବ୍ୟବହାର କରାଯାଇ ପାରିବ ନାହିଁ। କେବଳ କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ ଭାକ୍ସିନ କେନ୍ଦ୍ରରେ ସମ୍ଭବତଃ ଏବେ ଟିକାକରଣ ଜାରି ରହିବ।

ଷ୍ଟକରେ ଥିବା ଅବ୍ୟବହୃତ ଟିକାକୁ ଚଳିତ ମାସ ୩୦ ତାରିଖ ସୁଦ୍ଧା କୋଲ୍ଡ ଚେନ ପଏଣ୍ଟକୁ ଫେରାଇବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶନାମାରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସଚିବ ରାଜେଶ ଭୂଷଣଙ୍କ ହସ୍ତାକ୍ଷର ରହିଛି। ଫଳରେ ବେସରକାରୀ କେନ୍ଦ୍ରକୁ ନୂଆ ଟିକା ଯୋଗାଇ ଦିଆ ନ ଯିବା ପର୍ଯ୍ୟନ୍ତ କେହି ଟିକା ନେଇ ପାରିବେ ନାହିଁ।

ସରକାରଙ୍କ ନୂଆ ଟିକାକରଣ ନିୟମ ଅନୁଯାୟୀ, ଟିକା ପ୍ରସ୍ତୁତିକାରୀ କମ୍ପାନୀ ପାଖରେ ଥିବା ଟିକାର ଅଧା ରାଜ୍ୟ ସରକାର ଓ ବେସରକାରୀ ହସ୍ପିଟାଲକୁ ସିଧାସଳଖ ବିକ୍ରି କରିପାରିବେ। ବଳକା ୫୦ ପ୍ରତିଶତ ଡୋଜ କେନ୍ଦ୍ର ସରକାରଙ୍କୁ ୧୫୦ ଟଙ୍କାରେ ଯୋଗାଇ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri