‘ଘରୋଇ ଶିକ୍ଷାନୁଷ୍ଠାନ ସରକାରଙ୍କୁ ମାନୁନାହାନ୍ତି’

ଭୁବନେଶ୍ୱର, ୪।୧୦(ବ୍ୟୁରୋ): ଘରୋଇ ସ୍କୁଲ ଏବଂ କଲେଜଗୁଡ଼ିକ ରାଜ୍ୟ ସରକାରଙ୍କୁ ଭ୍ରୂକ୍ଷେପ କରୁନାହାନ୍ତି। କରୋନା ପରିସ୍ଥିତିରେ ଯେତେବେଳେ ଲୋକେ ରୋଜଗାର ହରାଇଛନ୍ତି ଏବଂ ବଞ୍ଚିବାକୁ ସଂଗ୍ରାମ କରୁଛନ୍ତି ସେତେବେଳେ ଘରୋଇ ସ୍କୁଲ ଓ କଲେଜ ଛାତ୍ରୀଛାତ୍ର ଏବଂ ଅଭିଭାବକଙ୍କ ତଣ୍ଟିଚିପି ଅର୍ଥ ଆଦାୟ କରୁଛନ୍ତି। ହେଲେ ଏନେଇ ଏ ପର୍ଯ୍ୟନ୍ତ ସରକାର କୌଣସି ନିଷ୍ପତ୍ତି ନେଲେ ନାହିଁ ବୋଲି ଅଖିଳ ଭାରତ ଛାତ୍ର କଂଗ୍ରେସ ରାଷ୍ଟ୍ରୀୟ ସମ୍ପାଦକ ରୋଶନଲାଲ ବିଟୁ ଅଭିଯୋଗ କରିଛନ୍ତି।
କଂଗ୍ରେସ ରାଜ୍ୟ କାର୍ଯ୍ୟାଳୟରେ ଶନିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ରୋଶନଲାଲ କହିଛନ୍ତି, ଆଡମିଶନ ଫି, ଟ୍ୟୁଶନ ଫି, ପାଣି ବିଲ୍‌ ଓ ଇଲେକ୍ଟ୍ରି ବିଲ୍‌ ଏବଂ ସ୍କୁଲର ଅନ୍ୟାନ୍ୟ ଫି କମାଇବା ପାଇଁ ସରକାରଙ୍କ ତରଫରୁ ସିଧାସଳଖ ନିର୍ଦ୍ଦେଶ ଦିଆଯାଉ ନାହିଁ। ଅଭିଭାବକମାନେ ଘରୋଇ ସ୍କୁଲର ମାଲିକଙ୍କ ଚାପରେ ପେଷି ହୋଇଯାଉଥିବା ବେଳେ ରାଜ୍ୟ ସରକାର ଛାତ୍ରୀଛାତ୍ରଙ୍କ ଦୁରବସ୍ଥା ପ୍ରତି ଧ୍ୟାନ ଦେଉନାହାନ୍ତି। ଘରୋଇ ସ୍କୁଲ ଓ କଲେଜ ମାଲିକ ଏବଂ ରାଜ୍ୟ ସରକାରଙ୍କ ଭିତିରି ବୁଝାମଣା ହୋଇଥିବା ଅଭିଯୋଗ ହେଉଛି। ତୁରନ୍ତ ସ୍କୁଲ ଏବଂ କଲେଜରେ ଆଡମିସନ ଫି’ ସହ ଅନ୍ୟାନ୍ୟ ସମସ୍ତ ଫି’ କମାଇବା ପାଇଁ ଛାତ୍ର କଂଗ୍ରେସ ଦାବି କରିଛି। ଓଡ଼ିଶା ସରକାର ବିଶ୍ୱବିଦ୍ୟାଳୟ ଆଇନ ୧୯୮୯ର ଯେଉଁ ସଂଶୋଧନ କରିଛନ୍ତି, ତାହାକୁ ପ୍ରତ୍ୟାହାର କରିବାପାଇଁ ଛାତ୍ର କଂଗ୍ରେସ ଦାବି କରୁଛି ବୋଲି ସେ କହିଛନ୍ତି। ସେହିପରି ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀଙ୍କ ଉପରେ ଉତ୍ତରପ୍ରଦେଶ ପୋଲିସର ଆକ୍ରମଣ ଘଟଣା ଗଣତନ୍ତ୍ରର ହତ୍ୟା ହୋଇଛି ବୋଲି ବିଟୁ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍‌

ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ସ୍କୁଟିକୁ ଧକ୍କା…

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?