‘ଭିନ୍ନକ୍ଷମଙ୍କ ନିଯୁକ୍ତି ବୃଦ୍ଧି ପାଇଁ ଘରୋଇ ଉଦ୍ୟୋଗ ସହଯୋଗ ଲୋଡ଼ା’

ଭୁବନେଶ୍ୱର,୧୬ା୯(ବ୍ୟୁରୋ): ଭିନ୍ନକ୍ଷମମାନଙ୍କ ପାଇଁ ନିଯୁକ୍ତି ଓ ଆୟକାରୀ ସୁଯୋଗଗୁଡ଼ିକର ବୃଦ୍ଧି ନିମନ୍ତେ ଘରୋଇ ଉଦ୍ୟୋଗର ସହଯୋଗ ଅତ୍ୟନ୍ତ ଲୋଡ଼ା ବୋଲି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକଚନ୍ଦ୍ର ପଣ୍ଡା କହିଛନ୍ତି। ଏଥିସହିତ ଭିନ୍ନକ୍ଷମମାନଙ୍କ ଦକ୍ଷତା ବୃଦ୍ଧି ନିମନ୍ତେ ରାଜ୍ୟଗୁଡ଼ିକରେ ସ୍ବତନ୍ତ୍ର ଆଇଟିଆଇ ଖୋଲାଯିବା, ଭିତ୍ତିଭୂମି ବିକାଶ ଓ ଆବାସିକ ସୁବିଧା ଉପରେ ମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ମଧ୍ୟପ୍ରଦେଶର ଇନ୍ଦୋରଠାରେ ଆୟୋଜିତ ଏକ ଜାତୀୟ କର୍ମଶାଳାରେ ଯୋଗ ଦେଇ ଓଡ଼ିଶା ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ବିଷୟରେ ସେ ସୂଚନା ଦେଇଛନ୍ତି। କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟ ଆନୁକୂଲ୍ୟରେ ଦିବ୍ୟାଙ୍ଗ ସଶକ୍ତୀକରଣ ବିଭାଗ ପକ୍ଷରୁ ଆୟୋଜିତ ଏହି ଦୁଇଦିନିଆ ଜାତୀୟ କର୍ମଶାଳାରେ ଭିନ୍ନକ୍ଷମମାନଙ୍କ ସାମାଜିକ ଓ ଆଇନଗତ ସଶକ୍ତୀକରଣ, ଭିନ୍ନକ୍ଷମ ଶିଶୁମାନଙ୍କ ନିମନ୍ତେ ଡାଟାବେସ୍‌ ପ୍ରସ୍ତୁତି ସାଙ୍ଗକୁ ଜିଲାସ୍ତରରେ ଭିନ୍ନକ୍ଷମ ସଶକ୍ତୀକରଣ ପ୍ରତିଷ୍ଠାନ ଓ ଅନ୍ୟାନ୍ୟ ଉପଲବ୍ଧିଗୁଡ଼ିକ ଉପରେ ଆଲୋଚନା ହୋଇଛି।
ରାଜ୍ୟରେ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗର ବିଭିନ୍ନ ପଦକ୍ଷେପ ରୂପାୟନ ନେଇ ମନ୍ତ୍ରୀ ପଣ୍ଡା କହିଛନ୍ତି ଯେ ବାର୍ଷିକ ୨୩ କୋଟି ଟଙ୍କା ବ୍ୟୟରେ ବିଭିନ୍ନ ସ୍ଥାନରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଚାଲୁ ରହିଥିବାବେଳେ ୬ଟି ଜିଲାରେ ସମନ୍ବିତ ଭିତ୍ତିଭୂମି ବିକାଶ ପୁଞ୍ଜ କାର୍ଯ୍ୟ କରୁଛି। ଆଉ ୪ଟି ଜିଲାରେ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି। ପ୍ରତି କେନ୍ଦ୍ର ପାଇଁ ୪୫ କୋଟି ଟଙ୍କାର ବଜେଟ ବ୍ୟବସ୍ଥା କରାଯାଇଛି। ଶିକ୍ଷାକ୍ଷେତ୍ରରେ ବାଣୀଶ୍ରୀ ବୃତ୍ତି ୨୨ ହଜାରରୁ ଅଧିକ ବିଦ୍ୟାର୍ଥୀଙ୍କୁ ଦିଆଯାଉଥିବାବେଳେ ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କୁ ମାଗଣା ଲାପ୍‌ଟପ ଯୋଗାଇ ଦିଆଯାଉଛି। ବ୍ରହ୍ମପୁରସ୍ଥିତ ଅତ୍ୟାଧୁନିକ ବ୍ରେଲ୍‌ ପ୍ରେସ୍‌ରେ ଭିନ୍ନକ୍ଷମ ବିଦ୍ୟାର୍ଥୀଙ୍କ ପାଇଁ ୨୦୨୧-୨୨ ବର୍ଷରେ ପ୍ରାୟ ୩୭ ହଜାର ବ୍ରେଲ୍‌ ପାଠ୍ୟପୁସ୍ତକ, ଯୁକ୍ତ୨ ଛାତ୍ରୀଛାତ୍ରଙ୍କ ପାଇଁ ବ୍ରେଲ୍‌ ପୃଷ୍ଠା ଏବଂ ଓଡ଼ିଆ କ୍ୟାଲେଣ୍ଡର ପ୍ରସ୍ତୁତ ହୋଇପାରିଛି। ଦିବ୍ୟାଙ୍ଗମାନଙ୍କ କ୍ଷେତ୍ରରେ ସରକାରଙ୍କ ପକ୍ଷରୁ ଅଢ଼େଇ ଲକ୍ଷ ଟଙ୍କାର ବିବାହ ସହାୟତା ପ୍ରଦାନ କରାଯାଉଛି। ଭୁବନେଶ୍ୱର ସମେତ ରାଜ୍ୟର ୫ଟି ସହରରେ ଭିନ୍ନକ୍ଷମ ସଶକ୍ତୀକରଣ ପ୍ରତିଷ୍ଠାନ କାର୍ଯ୍ୟ କରୁଛି। ମଧୁବାବୁ ପେନ୍‌ସନ ଯୋଜନାରେ ୯୦ ହଜାରରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରାଯାଇଥିବା ଦର୍ଶାଇ ଭିନ୍ନକ୍ଷମ ସଶକ୍ତୀକରଣକୁ ଓଡ଼ିଶା ବିଶେଷ ଗୁରୁତ୍ୱ ଦେଇଛି ବୋଲି ମନ୍ତ୍ରୀ କହିଛନ୍ତି। ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗର ଶାସନ ସଚିବ ଭାସ୍କର ଜ୍ୟୋତି ଶର୍ମା ମଧ୍ୟ ଏହି ଜାତୀୟ କର୍ମଶାଳାରେ ଯୋଗ ଦେଇଛନ୍ତି। ଜାତୀୟ କର୍ମଶାଳାକୁ କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରୀ ବୀରେନ୍ଦ୍ର କୁମାର ଉଦ୍‌ଘାଟନ କରିଥିବାବେଳେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ପ୍ରତିମା ଭୌମିକଙ୍କ ସମେତ ବିଭିନ୍ନ ରାଜ୍ୟର ବିଭାଗୀୟ ମନ୍ତ୍ରୀ, କେନ୍ଦ୍ର ମନ୍ତ୍ରଣାଳୟର ଉଚ୍ଚ ପଦାଧିକାରୀ, ବିଭିନ୍ନ ରାଜ୍ୟର ବିଭାଗୀୟ ବରିଷ୍ଠ ଅଧିକାରୀ ଓ ସାମାଜିକ ସୁରକ୍ଷା ବିଶେଷଜ୍ଞମାନେ ଏହି ଜାତୀୟ କର୍ମଶାଳାରେ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri