ବେସରକାରୀ ଅଧ୍ୟାପକ – ପୋଲିସ ଧସ୍ତାଧସ୍ତି

ଭୁବନେଶ୍ୱର,୨୮।୬(ଅଭିଜିତ ଦାସ): ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ମଙ୍ଗଳବାର ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ଆନ୍ଦୋଳନ ବେଳେ ଅଧ୍ୟାପିକା ଅଧ୍ୟାପକ ଓ ପୋଲିସ ମଧ୍ୟରେ ଧସ୍ତାଧସ୍ତି ଦେଖିବାକୁ ମିଳିଛି। ଧସ୍ତାଧସ୍ତିରେ ଉଭୟ ପକ୍ଷରୁ କେତେଜଣ ଅଧ୍ୟାପିକା ଅଧ୍ୟାପକ ଓ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ପୋଲିସ ବ୍ୟାରିକେଡ୍‌ ଭାଙ୍ଗି ବିଧାନସଭା ଆଡ଼କୁ ଆନ୍ଦୋଳନରତ ଅଧ୍ୟାପିକା ଅଧ୍ୟାପକ ଓ କର୍ମଚାରୀମାନେ ଧସେଇ ପଶିବାକୁ ଚେଷ୍ଟା କରିଥିଲେ। ଏହି ସମୟରେ ପୋଲିସ ସେମାନଙ୍କୁ ଅଟକାଇଥିଲା। ଫଳରେ ଉଭୟ ପକ୍ଷ ମଧ୍ୟରେ ଧସ୍ତାଧସ୍ତି ଘଟିଥିଲା।
ସୂଚନା ଅନୁଯାୟୀ, ୨୦୦୮ରୁ ୨୦୧୩ ମସିହା ମଧ୍ୟରେ ପ୍ରତିଷ୍ଠା ହୋଇଥିବା ଅଣଅନୁଦାନପ୍ରାପ୍ତ ମହାବିଦ୍ୟାଳୟଗୁଡିକୁ ଅନୁଦାନ ପ୍ରଦାନ ନିମନ୍ତେ ନୂତନ ଗ୍ରାଣ୍ଟ-ଇନ୍‌-ଏଡ୍‌ (ଏଓଇ) ନୀତିକୁ ଉଚ୍ଚଶିକ୍ଷା ବିଭାଗ ପ୍ରସ୍ତୁତି କରିଥିଲା। ଏଥିସହ ୨୦୦୮ ଜୁନ୍‌ ୧ରୁ ୨୦୧୩ ନଭେମ୍ବର ୩୦ ମଧ୍ୟରେ ପ୍ରତିଷ୍ଠା ହୋଇଥିବା ମହାବିଦ୍ୟାଳୟ ଏବଂ ଏଥିରେ କାର୍ଯ୍ୟରତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀଙ୍କ ତାଲିକା ମଗାଯାଇଥିଲା। ତେବେ ଏହାକୁ ବିରୋଧ କରିଛି ଅଧ୍ୟାପକ ସଂଘ। ୨୦୦୮ ରୁ ୨୦୧୮ ମସିହା ମଧ୍ୟରେ ପ୍ରତିଷ୍ଠା ହୋଇଥିବା ସମସ୍ତ ମହାବିଦ୍ୟାଳୟ ଏବଂ ନିଯୁକ୍ତ ଅଧ୍ୟାପକ ଓ କର୍ମଚାରୀଙ୍କ ତାଲିକା ନେଇ ସେମାନଙ୍କୁ ସେମାନଙ୍କର ପ୍ରାପ୍ୟ ଦେବା ସହ ସ୍ଥାୟୀ ନିଯୁକ୍ତି ଓ ଦରମା ବୃଦ୍ଧି ଲାଗି ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରନ୍ତୁ ବୋଲି ସଂଘ ଦାବି କରିଛି। ଏହି ଦାବି ନେଇ ସଂଘ ପକ୍ଷରୁ ମଙ୍ଗଳବାର ଲୋୟର ପିଏମ୍‌ଜିରେ ଆନ୍ଦୋଳନ ଚାଲିଥିଲା। ତେବେ ପୋଲିସ ପକ୍ଷରୁ ଜାରି ହୋଇଥିବା ୧୪୪ ଧାରାକୁ କେତେଜଣ ଆନ୍ଦୋଳନକାରୀ ଅମାନ୍ୟ କରି ବିଧାନସଭା ଆଡ଼କୁ ମାଡ଼ିଆସିଥିଲେ। ଏପରିକି ବ୍ୟାରିକେଡ୍‌ ଭାଙ୍ଗି ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ପୋଲିସ ସେମାନଙ୍କୁ ଅଟକାଇବାକୁ ଚେଷ୍ଟା କରିବାରୁ ଉଭୟ ପକ୍ଷ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ଏଥିରେ ୪ରୁ ଊର୍ଦ୍ଧ୍ୱ ପୋଲିସ କର୍ମଚାରୀଙ୍କ ସମେତ ୧୦ରୁ ଊର୍ଦ୍ଧ୍ୱ ଅଧ୍ୟାପିକା ଅଧ୍ୟାପକ ଆହତ ହୋଇଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ପୂର୍ବରୁ ସଂଘ ଅନେକ ଥର ସରକାରଙ୍କ ନିକଟରେ ଦାବି ଜଣାଇଥିଲେ ମଧ୍ୟ କୌଣସି ଫଳ ମିଳିପାରିନାହିଁ। ବିଭିନ୍ନ କାର୍ଯ୍ୟରେ ସରକାର ଅଧ୍ୟାପକମାନଙ୍କୁ ନିୟୋଜିତ କରୁଥିଲେ ମଧ୍ୟ ପ୍ରାପ୍ୟ ମିଳିପାରୁନାହିଁ। ତେଣୁ ଯଦି ଦାବି ପୂରଣ ନ ହୁଏ ତେବେ ଆଗାମୀ ଦିନରେ ବଡ଼ଧରଣର ଆନ୍ଦୋଳନ କରାଯିବ ବୋଲି ସଂଘ ଚେତାବନୀ ଦେଇଛି।

 

୯ ଅଧ୍ୟାପକ ଗିରଫ (ସତ୍ୟଜିତ୍‌ ରାଉତ)
ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ମଙ୍ଗଳବାର ପୋଲିସ ଓ ବେସରକାରୀ ଅଧ୍ୟାପକ ସଂଘ ମଧ୍ୟରେ ଧସ୍ତାଧସ୍ତିବେଳେ ଉଭୟ ପକ୍ଷରୁ ଅନେକ ଆହତ ହୋଇଛନ୍ତି। ତେବେ ୧୪୪ ଧାରା ଉଲ୍ଲଂଘନ ସହ ପୋଲିସକୁ ଆକ୍ରମଣ କରିବା ଅଭିଯୋଗରେ ସଂଘ ବିରୋଧରେ କମିଶନରେଟ୍‌ ପୋଲିସ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଆନ୍ଦୋଳନକାରୀ ୯ଜଣ ଅଧ୍ୟାପକଙ୍କୁ କ୍ୟାପିଟାଲ ଥାନା ପୋଲିସ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ୱରଞ୍ଜନ ଦାସ, ସୁଶାନ୍ତ କୁମାର ପରିଡ଼ା, କୃତିବାସ ପ୍ରଧାନ, ରାଜକିଶୋର ପାତ୍ର, ତାପସ କୁମାର ପାତ୍ର, ପ୍ରିୟବ୍ରତ ମହାପାତ୍ର, କରୁଣାକର ନାୟକ, ଅରୁଣ କୁମାର ରାମ ଓ ପ୍ରଦୀପ କୁମାର ମାଝୀ। ଏ ନେଇ ପୋଲିସ ଏକ ମାମଲା (ନଂ. ୪୦୩/୨୦୨୩) ରୁଜୁ ତଦନ୍ତ ଜାରି ରଖିଛି। ଏହି ଘଟଣାରେ ୪ରୁ ଊର୍ଦ୍ଧ୍ୱ ପୋଲିସ କର୍ମଚାରୀ ଆହତ ହୋଇଥିବା ଥାନାଧିକାରୀ ପଦ୍ମନାଭ ପ୍ରଧାନ ସୂଚନା ଦେଇଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?