ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ଉକ୍ତ ଘରୋଇ ମେଡିସିନ ଷ୍ଟୋର୍‌ଗୁଡିକର ଲିଜ୍‌ ଅବଧି ଆଉ ନ ବଢ଼ାଇବା ପାଇଁ ବିଭାଗ ନିର୍ଦ୍ଦେଶ ଦେବା ସହ ନୂଆ ଷ୍ଟୋର ଯେପରି ନ ଖୋଲିବ ସେଥିପ୍ରତି ଦୃଷ୍ଟି ଦେବାକୁ କୁହାଯାଇଛି। ରାଜ୍ୟ ସ୍ବାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ଏ ସଂକ୍ରାନ୍ତରେ ସମସ୍ତ ସିଡିଏମ୍‌ଓଙ୍କୁ ଚିଠି ଲେଖିଛନ୍ତି। ରାଜ୍ୟ ସରକାର ସବୁ ସରକାରୀ ଡାକ୍ତରଖାନାରେ ଔଷଧ ବିତରଣ କେନ୍ଦ୍ର (ଡିଡିସି) ଜରିଆରେ ୨୪ ଘଣ୍ଟିଆ ଔଷଧ ଯୋଗାଇବା ପାଇଁ ଲକ୍ଷ୍ୟ ରଖିଛନ୍ତି। ମାତ୍ର ସରକାରୀ ହସ୍ପିଟାଲ ପରିସରରେ କେତେଜଣ ବ୍ୟବସାୟୀ ଔଷଧ ଦୋକାନ ଖୋଲି ବିକ୍ରୟ କରୁଛନ୍ତି। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ବିରୋଧରେ ହାଇକୋର୍ଟରୁ ରହିତାଦେଶ ଆଣି ବ୍ୟବସାୟ କରୁଛନ୍ତି। ଅପରପକ୍ଷେ ଅନେକ ଦୋକାନୀଙ୍କ ପାଖରେ ହାଇକୋର୍ଟଙ୍କ ରହିତାଦେଶ ନ ଥିଲେ ବି ସେମାନେ ବ୍ୟବସାୟ ଜାରି ରଖିଛନ୍ତି। ତେବେ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏବେ ସ୍ବାସ୍ଥ୍ୟ ବିଭାଗ ତତ୍ପର ହୋଇଉଠିଛି। ଆସନ୍ତା ୧୫ଦିନ ମଧ୍ୟରେ ସରକାରୀ ମେଡିକାଲ କଲେଜ ସହ ସରକାରୀ ଡାକ୍ତରଖାନା ପରିସରରେ ଥିବା ସମସ୍ତ ଔଷଧ ଷ୍ଟୋର୍‌ଗୁଡିକୁ ଉଚ୍ଛେଦ କରିବା, ବେଆଇନ ଭାବେ ଔଷଧ ବିକ୍ରି କରୁଥିବା ଦୋକାନୀଙ୍କ ଚୁକ୍ତିକୁ ତୁରନ୍ତ ବାତିଲ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri