ସରକାରୀ ଘରେ ବେସରକାରୀ କାର୍ଯ୍ୟାଳୟ

କୋରୁକୋଣ୍ଡା,୧୫ା୭(ଅବିନାଶ ବେହେରା): ଗ୍ରାମବାସୀଙ୍କ ସୁବିଧା ପାଇଁ ସରକାରଙ୍କ ତରଫରୁ ଆମ ଗାଁ ଆମ ବିକାଶ ଯୋଜନା ମାଧ୍ୟମରେ ଗୋଷ୍ଠୀ ସାଧନ କେନ୍ଦ୍ର ଯୋଗାଇ ଦେଉଥିବା ବେଳେ,ଉକ୍ତ ଗୋଷ୍ଠୀ କେନ୍ଦ୍ରରେ ବେସରକାରୀ କାର୍ଯ୍ୟାଳୟ ଖୋଲାହୋଇଥିବା ଦେଖିବାକୁ ମିଳୁଛି। ଏପରି ଏକ ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ସୋମନାଥପୁର ପଞ୍ଚାୟତ ସଦରରେ।

ସୂଚନା ଥାଉକି, କିଛି ବର୍ଷ ପୂର୍ବେ କୋରୁକୋଣ୍ଡା ବ୍ଲକ ସୋମନାଥପୁର  ପଞ୍ଚାୟତ ସଦରଠାରେ ସରକାରଙ୍କ ତରଫରୁ ଆମ ଗାଁ ଆମ ବିକାଶ ଯୋଜନା ମାଧ୍ୟମରେ ୨ ଲକ୍ଷ ଟଙ୍କା ବ୍ୟୟରେ ସୋମନାଥପୁର ଗ୍ରାମର ଗୋଷ୍ଠୀ କେନ୍ଦ୍ର ଗୃହ ନିର୍ମାଣ କରାଯାଇଥିଲା। ଗୋଷ୍ଠୀ କେନ୍ଦ୍ରର ମୂଳ ଲକ୍ଷ ଗ୍ରାମବାସୀ ଯେକୌଣସି ବୈଠକ କିମ୍ବା ଗ୍ରାମବାସୀଙ୍କ ଅନ୍ୟାନ୍ୟ କାର୍ଯ୍ୟରେ ବ୍ୟବହାର କରିବାରେ ଉକ୍ତ ଗୃହ କାମରେ ଆସିବ। କିନ୍ତୁ ବିଡ଼ମ୍ବନାର ବିଷୟି ସୋମନାଥପୁର ଗ୍ରାମର ଗୋଷ୍ଠୀ କେନ୍ଦ୍ର ଗୃହଟି ବେସରକାରୀ ସଂସ୍ଥା ହାତରେ। ବର୍ତ୍ତମାନ ଗ୍ରାମର ଗୋଷ୍ଠୀ କେନ୍ଦ୍ର ଗୃହଟିରେ ବେସରକାରୀ ସଂସ୍ଥା ଟିପିଏସଓଡିଏଲ(TPSODL) ନାମକ ବେସରକାରୀ ସଂସ୍ଥାର ସମ୍ପର୍କ କେନ୍ଦ୍ର ଭାବରେ ବ୍ୟବହାର ହେଉଛି। ଉକ୍ତ ବେସରକାରୀ ସଂସ୍ଥାର ସମ୍ପର୍କ କେନ୍ଦ୍ରଗୁଡ଼ିକ ବେସରକାରୀ ଘରଗୁଡ଼ିକରେ ଭଡ଼ାରେ ଚାଲୁଥିବା ବେଳେ ସୋମନାଥପୁର ପଞ୍ଚାଯତ ସଦରଠାରେ ଥିବା ସରକାରୀ ଗୋଷ୍ଠୀ କେନ୍ଦ୍ର କେଉ ଆଧାରରେ ଉକ୍ତ ବେସରକାରୀ ସଂସ୍ଥାକୁ ହସ୍ତାନ୍ତର କରାଯାଇଛି ବୋଲି ଅଞ୍ଚଳରେ ଚର୍ଚ୍ଚା ହେଉଛି । ଏନେଇ ଦାୟିତ୍ୱରେ ଥିବା ପଞ୍ଚାୟତ ଅଧିକାରିଣୀ ଜୟଶ୍ରୀ ଜେନାଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ଯୋଗାଯୋଗ ସମ୍ଭବ ହୋଇପାରି ନ ଥିଲା। ବାଲିମେଳା ବିଦ୍ୟୁତ ବିଭାଗ ଏସ୍‌. ଦେବାଶିଷ ପଣ୍ଡାଙ୍କୁ ପଚାରିବାରୁ ସେ କହିଥିଲେ, ଉକ୍ତ ଘଟଣା ବିଷୟରେ ସେ ଅବଗତ ନୁହନ୍ତି। ଏଣୁ ତଦନ୍ତ କରିବା ପରେ ଘଟଣା ବିଷୟରେ ପ୍ରତିକ୍ରିୟା ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri