ରବିବାରଠୁ ବଢ଼ିପାରେ ବସ୍ ଭଡ଼ା! ଦାବି କଲା ଘରୋଇ ବସ୍ ମାଲିକ ସଂଘ

ଭୁବନେଶ୍ବର,୨୭ା୫: ରାଜ୍ୟରେ ପୁଣି ବଢି଼ପାରେ ବସ୍ ଭଡ଼ା । ଘରୋଇ ବସ୍ ମାଲିକ ସଂଘ ଏନେଇ ଦାବି କରିଛି । ଗତ କିଛି ଭିତରେ ରାଜ୍ୟରେ ତେଲ ଦର ବୃଦ୍ଧି ପାଇଥିବା ବେଳେ ଏହାକୁ ନେଇ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି ଘରୋଇ ମାଲିକ ସଂଘ । ତୈଳ ଦର ବଢିବାରେ ଲାଗୁଛି ହେଲେ ବସ୍ ଭଡ଼ା ବଢାଯାଉ ନାହିଁ ବୋଲି ସଂଘର ସମ୍ପାଦକ କହିଛନ୍ତି ।  ଭଡ଼ା ନବଢିଲେ ବସ୍ ଗଡିବନି ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି । ଆସନ୍ତା ଶନିବାର ବସ୍ ମାଲି ସଂଘର ବୈଠକ ପରେ ନିଷ୍ପତ୍ତି ହୋଇପାରେ । ବସ୍ ଭଡ଼ା ବୃଦ୍ଧି କରିବା ପାଇଁ ସରକାର ସଠିକ୍ ନୀତି ଆପଣାନ୍ତୁ ବୋଲି ସଂଘ ପକ୍ଷରୁ କୁହାଯାଇଛି ।

କହିରଖୁଛୁ କି, କିଛି ଘଣ୍ଟା ଆଗରୁ ପରିବହନ ମନ୍ତ୍ରୀ କଡା ଚେତାବନୀ ଦେଇଥିଲେ । ଧାର୍ଯ୍ୟ ଦର ଠାରୁ ଅଧିକ ବସ୍ ଭଡ଼ା ନେଲେ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଥିଲେ । ତେଲ ଦର ବୃଦ୍ଧି ଯୋଗୁଁ ୨% ବସ୍ ଭଡ଼ା ବୃଦ୍ଧି ହୋଇଛି। ହେଲେ ବି ଅନେକ ସ୍ଥାନରେ ମନଇଚ୍ଛା ଭଡ଼ା ନିଆଯାଉଛି । ସଠିକ ଭଡ଼ା ନେବା ପାଇଁ ବସ୍ ମାଲିକ ଓ କର୍ମଚାରୀଙ୍କୁ ଅପିଲ କରିଛନ୍ତି ପରିବହନ ମନ୍ତ୍ରୀ ।

ଗତ ମେ ମାସ ୧୬ ତାରିଖରେ ବଢ଼ିଥିଲା ବସ୍ ଭଡ଼ା । ସାଧାରଣ ଓ ଏକ୍ସପ୍ରେସ୍‌ ବସ୍‌ ଭଡ଼ା ୨ପଇସା ବଢ଼ିଥିବା ବେଳେ ଡିଲକ୍ସ, ଏସି ଡିଲକ୍ସ ଓ ସୁପର ଡିଲକ୍ସ ବସ୍ ଭଡା ରେ  ୪ରୁ ୬ ପଇସା ବୃଦ୍ଧି ପାଇଥିଲା ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri