ଫି ଛାଡ଼ ପ୍ରସଙ୍ଗରେ ହାଇକୋର୍ଟରେ ଜବାବୀ ସତ୍ୟପାଠ ଦାଖଲ କଲେ ଘରୋଇ ସ୍କୁଲ ସଂଘ: ୧୦ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ,୭।୧୨: ଫି ଛାଡ଼ ପ୍ରସଙ୍ଗରେ ସୋମବାର ହାଇକୋର୍ଟରେ ଘରୋଇ ସ୍କୁଲ ସଂଘ ତରଫରୁ ଜବାବୀ ସତ୍ୟପାଠ ଦାଖଲ କରାଯାଇଛି । ଏହି ସତ୍ୟପାଠରେ ଦର୍ଶାଯାଇଛି ଯେ, ୨୩।୦୯।୧୯୯୬ରେ ସରକାର ଓ ଘରୋଇ ସ୍କୁଲ ସଂଘକୁ ନେଇ ଏକ ରିଜୋଲୁଶନ ଅଣାଯାଇଥିଲା । ଉକ୍ତ ରିଜୋଲୁଶନର ସେକ୍‌ଶନ୪(ଆଇ)ରେ ସ୍ପଷ୍ଟ ଭାବେ ଘରୋଇ ସ୍କୁଲ ଉପରେ ସରକାରଙ୍କ ନିୟନ୍ତ୍ରଣ ଥିବା ବିଷୟ ଉଲେଖ ରହିଛି । ଘରୋଇ ସ୍କୁଲଗୁଡ଼ିକ ଫି ବଢ଼ାଇବା କିମ୍ବା କମାଇବା ନିଷ୍ପତ୍ତି ସମ୍ପର୍କରେ ରାଜ୍ୟ ସରକାରଙ୍କ ପରାମର୍ଶ ନେବା ଜରୁରୀ ବୋଲି ଉଲ୍ଲେଖ ରହିଛି।
ସେହିପରି ସେକ୍‌ଶନ ୯ରେ ଉଲ୍ଲେଖ ରହିଛି ଯେ, ଘରୋଇ ସ୍କୁଲ କର୍ତ୍ତୃପକ୍ଷ ସରକାରଙ୍କ ଫି ସମ୍ବନ୍ଧୀୟ ନିଷ୍ପତ୍ତିକୁ ମାନିବା ଉଚିତ୍‌ । ଯଦି କୌଣସି ସ୍କୁଲ କର୍ତ୍ତୃପକ୍ଷ ଏହାକୁ ଉଲ୍ଲଂଘନ କରନ୍ତି, ତେବେ ଉକ୍ତ ସ୍କୁଲର ସ୍ବୀକୃତି ପ୍ରମାଣପତ୍ର(ସିଓଆର)ପ୍ରତ୍ୟାହାର କରାଯିବ । ଏସବୁ ତଥ୍ୟ ଥାଇ ବି ଯଦି ସରକାର ନିୟନ୍ତ୍ରଣ ନଥିବା ବିଷୟ କହୁଛନ୍ତି, ତେବେ ନିୟନ୍ତ୍ରଣ ଆଣିବା ପାଇଁ ବ୍ୟବସ୍ଥା କରନ୍ତୁ ବୋଲି ହାଇକୋର୍ଟରେ ବେସରକାରୀ ସ୍କୁଲ ସଂଘ ଓକିଲ ବିଭୂତି ଭୂଷଣ ଚୌଧିରୀ ପ୍ରାର୍ଥନା କରିଥିଲେ।

ଅନ୍ୟପକ୍ଷେ ଫି ଛାଡ଼ ନେଇ ଷ୍ଟେକହୋଲଡରମାନଙ୍କ ଦ୍ୱାରା ହୋଇଥିବା ଏମ୍‌ଓୟୁରେ ୫ ରୁ ୩୦ ପ୍ରତିଶତ ପର୍ଯ୍ୟନ୍ତ ଉଲ୍ଲେଖ ରହିଛି । ଅଦାଲତ ଚାହିଁଁଲେ ବିଚାରକୁ ନେଇ ପାରିବେ ବୋଲି ସତ୍ୟପାଠରେ ଦର୍ଶାଯାଇଥିଲା ।
ସରକାରଙ୍କ ତରଫରୁ ଆଡ୍‌ଭୋକେଟ ଜେନେରାଲ କହିଥିଲେ ଯେ, ଅନ୍ୟ ରାଜ୍ୟ ଅପେକ୍ଷା ଓଡ଼ିଶା ହାଇକୋର୍ଟ ମାମଲାକୁ ଅଧିକ ଗୁରୁତ୍ୱ ଦେଉଛନ୍ତି । ତେଣୁ ଖୁବ୍‌ଶୀଘ୍ର ଆମକୁ ଏହାର ନିଷ୍କର୍ଷ ମିଳିବ । ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ୍‌ ଓ ଜଷ୍ଟିସ ବିଶ୍ୱନାଥ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରିଥିଲେ । ଉଭୟ ପକ୍ଷର ଅଭିଯୋଗ ଶୁଣିବା ପରେ ଅଦାଲତ ମାମଲାର ପରବର୍ତ୍ତୀ ଶୁଣାଣି ଆଗାମୀ ୧୦ ତାରିଖରେ କରାଯିବା ପାଇଁ ନିଷ୍ପତ୍ତି ନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri