୧୫% ଛାଡ଼ ପାଇଁ ଘରୋଇ ବିଦ୍ୟାଳୟ ସଂଘର ପ୍ରସ୍ତାବ

କଟକ ଅଫିସ,୨।୭: ଲକ୍‌ଡାଉନ୍‌ ଯୋଗୁ ଘରୋଇ ସ୍କୁଲଗୁଡ଼ିକ ଫି’ ଛାଡ଼ ପାଇଁ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାରେ ବୁଧବାର ଘରୋଇ ବିଦ୍ୟାଳୟ ସଂଘ ପକ୍ଷ ରଖିଛି। ୧୫ ପ୍ରତିଶତ ସ୍କୁଲ ଫି’ ଛାଡ଼ ପାଇଁ ସଂଘ ତରଫରୁ ହାଇକୋର୍ଟରେ ପ୍ରସ୍ତାବ ଦାଖଲ କରାଯାଇଛି। କିନ୍ତୁ ଏହି ପ୍ରସ୍ତାବକୁ ଆବେଦନକାରୀ ଅଭିଭାବକ ସଂଘ ମାନିବାକୁ ରାଜି ହୋଇନାହିଁ। ସ୍କୁଲ ଫି’ ଆହୁରି ଅଧିକ ଛାଡ଼ କରିବାକୁ ଅଭିଭାବକ ସଂଘ ଦାବି ରଖିଛି। ଏହି ସଂଘର ଯୁକ୍ତି ହେଲା, ଚଳିତବର୍ଷ ଲକ୍‌ଡାଉନ୍‌ ଯୋଗୁ ସ୍କୁଲଗୁଡ଼ିକ ବନ୍ଦ ରହିଛି। ବିଦ୍ୟୁତ୍‌ ବ୍ୟବହାର ହୋଇ ନ ଥିବା ଯୋଗୁ ଖର୍ଚ୍ଚ କମିଛି। ପାଠପଢ଼ା ବନ୍ଦ ରହିଥିବାରୁ ଗମନାଗମନଜନିତ ଖର୍ଚ୍ଚ ନାହିଁ। ଅନ୍ୟାନ୍ୟ ଖର୍ଚ୍ଚ ମଧ୍ୟ ପ୍ରାୟତଃ ନାହିଁ କହିଲେ ଚଳେ। ତେଣୁ ସ୍କୁଲ ଫି’କୁ ଅଧିକ ପରିମାଣରେ ଛାଡ଼ କରିବାକୁ ଅଭିଭାବକ ସଂଘ ଏବଂ ପ୍ରହଲ୍ଲାଦ ରାଉତଙ୍କ ପକ୍ଷରୁ ଅଦାଲତରେ ଯୁକ୍ତି ରଖାଯାଇଛି। ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ଏବଂ ବିଚାରପତି କୁମାରୀ ଜଷ୍ଟିସ୍‌ ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଉଭୟ ପକ୍ଷର ଯୁକ୍ତି ଶୁଣିଛନ୍ତି। ଆସନ୍ତା ୬ ତାରିଖରେ ପରବର୍ତ୍ତୀ ଶୁଣାଣି ପାଇଁ ତାରିଖ ଧାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri