ଘରୋଇ ସ୍କୁଲ ସୂଚନା ଅଧିକାର ଆଇନ ପରିସରଭୁକ୍ତ

ଭୁବନେଶ୍ୱର, ୨୧।୩(ବ୍ୟୁରୋ): ଏଣିକି ଘରୋଇ ସ୍କୁଲ ସୂଚନା ଅଧିକାର ଆଇନ ପରିସରଭୁକ୍ତ ହେବେ। ସୂଚନା ମାଗୁଥିବା ନାଗରିକଙ୍କୁ ଘରୋଇ ବିଦ୍ୟାଳୟ ଆବେଦନର ୩୦ ଦିନ ମଧ୍ୟରେ ତଥ୍ୟ ଦେବା ବାଧ୍ୟତାମୂଳକ। ସର୍ବୋଚ୍ଚ ନ୍ୟାୟାଳୟଙ୍କ ରାୟକୁ ଆଧାର କରି ଓଡ଼ିଶା ସୂଚନା ଆୟୋଗ ଏହା ସ୍ପଷ୍ଟ କରିଛନ୍ତି। ଶିକ୍ଷାନୁଷ୍ଠାନଗୁଡ଼ିକୁ ସୂଚନା ଆଇନର ପରିସରଭୁକ୍ତ କରିବା ପାଇଁ ଅଭିଭାବକ ସଂଘ (ଓପାଫ୍‌) ବାରମ୍ବାର ଦାବି କରିଆସୁଥିଲା। ସଂଘ ସଭାପତି ଗଗନ ବିହାରୀ ରାଉତଙ୍କ ଏକ ଆବେଦନର ଶୁଣାଣି କରି ସୂଚନା ଅଧିକାର ଆୟୋଗ ସର୍ବୋଚ୍ଚ ନ୍ୟାୟାଳୟଙ୍କ ରାୟକୁ ଦୋହରାଇଛନ୍ତି। ଆୟୋଗ କହିଛନ୍ତି, କୌଣସି ଘରୋଇ ଶିକ୍ଷାନୁଷ୍ଠାନ ବାସ୍ତବ କ୍ଷେତ୍ରରେ ସରକାରଙ୍କଠାରୁ ସିଧାସଳଖ କିମ୍ବା ପରୋକ୍ଷ ଭାବେ ଆର୍ଥିକ ସହାୟତା ପାଇଥିଲେ, ସେଗୁଡ଼ିକ ସୂଚନା ଅଧିକାର ଆଇନ ପରିସରଭୁକ୍ତ ହେବେ। ସର୍ବାଧିକ ସହାୟତା ପାଇ ନ ଥିବା ଯୁକ୍ତିକୁ କୌଣସି ମାପଦଣ୍ଡ ଭାବେ ନିଆଯାଇପାରିବ ନାହିଁ। ଏପରିକି କରମୁକ୍ତ ବା ରିହାତି ମୂଲ୍ୟରେ ସରକାରୀ ଜମି ପାଇଥିବା ଶିକ୍ଷାନୁଷ୍ଠାନ ବାସ୍ତବ କ୍ଷେତ୍ରରେ ଆର୍ଥିକ ସହାୟତା ପାଇଛନ୍ତି ବୋଲି ଧରାଯିବ।
ସୂଚନାଯୋଗ୍ୟ, ଗଗନ ରାଉତ ଭୁବନେଶ୍ୱରସ୍ଥିତ ୟୁନିଟ୍‌-୮ ଡିଏଭି ସ୍କୁଲର କିଛି ତଥ୍ୟ ସୂଚନା ଅଧିକାର ମାଧ୍ୟମରେ ଭୁବନେଶ୍ୱର ଜିଲା ଶିକ୍ଷାଧିକାରୀ ଓ ଶିକ୍ଷା ନିର୍ଦ୍ଦେଶାଳୟଙ୍କୁ ମାଗିଥିଲେ। ହେଲେ ସ୍କୁଲ ସୂଚନା ଅଧିକାର ଆଇନ ପରିସରଭୁକ୍ତ ନୁହେଁ କହି ତଥ୍ୟ ଦିଆଯାଇ ନ ଥିଲା। ତେଣୁ ଏ ନେଇ ସେ ସୂଚନା ଆୟୋଗଙ୍କ ଦ୍ୱାରସ୍ଥ ହୋଇଥିଲେ। ରବିବାର ସଂଘ ପକ୍ଷରୁ ଶ୍ରମିକ ଭବନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏ ସମ୍ପର୍କରେ ସୂଚନା ଦେଇ ଗଗନ କହିଛନ୍ତି, ଗୋଟିଏ ପଟେ ଶିକ୍ଷା ବିଭାଗ ଓ ଶିକ୍ଷା ମନ୍ତ୍ରୀ କହୁଛନ୍ତି ଘରୋଇ ସ୍କୁଲଗୁଡ଼ିକରେ ପିଲାଙ୍କ ନାମଲେଖା ପୂର୍ବରୁ ଅଭିଭାବକମାନେ ବିଦ୍ୟାଳୟର ଏନ୍‌ଓସି/ସିଓଆର୍‌/ଆଫିଲିଏଶନ/ସେଫ୍ଟି ସିକ୍ୟୁରିଟି ଆଦିର ସତ୍ୟାସତ୍ୟକୁ ତନଖି କରନ୍ତୁ। କିନ୍ତୁ ଘରୋଇ ସ୍କୁଲଗୁଡ଼ିକ କିଛି ତଥ୍ୟ ଦେବା ପାଇଁ ରୋକ୍‌ଠୋକ୍‌ ମନା କରିଦେଉଛନ୍ତି। ତେବେ ଆୟୋଗଙ୍କ ଏହି ରାୟକୁ ଅଭିଭାବକ ସଂଘ ସ୍ବାଗତ କରୁଛି ବୋଲି ଗଗନ କହିଛନ୍ତି। ଏହି ସମ୍ମିଳନୀରେ ସଂଘ ସାଧାରଣ ସମ୍ପାଦିକା ମିତାରାଣୀ ସାହୁଙ୍କ ସମେତ ସତ୍ୟାଶିଷ ସ୍ବାଇଁ, ବୈକୁଣ୍ଠ ପ୍ରସାଦ ଦାସ ଓ ଅଭିଭାବକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା

ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍‌ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା,…

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?